ଭଙ୍ଗା ଘରେ ବିତୁଛି ଜୀବନ

ବଡଗାଁ ,୧୧।୧(ଡି.ଏନ.ଏ.): ୩୦ ବର୍ଷ ପୂର୍ବେ ସ୍ବାମୀଙ୍କ ମୃତ୍ୟୁ ହୋଇଥିଲା। ଫଳରେ ଏକମାତ୍ର ପୁଅର ଲାଳନପାଳନ ଦାୟିତ୍ୱ ଏକାକୀ ସମ୍ଭାଳିବାକୁ ପଡ଼ିଲା। ଯେଉଁ ମାଟି ଘର ଖଣ୍ଡିଏ ଥିଲା, ଉପଯୁକ୍ତ ମରାମତି ଅଭାବରୁ ତାହା ଏବେ ଜରାଜୀର୍ଣ୍ଣ ହୋଇପଡିଛି ା ସେହି ଭଙ୍ଗା, ଦଦରା ଘର ଯେ କୌଣସି ମୁହୂର୍ତ୍ତରେ ଧସି ପଡ଼ିବା ଆଶଙ୍କା ଥିଲେ ବି ଆର୍ଥିକ ସ୍ଥିତି ଦୁର୍ବଳ ଥିବାରୁ ରକ୍ଷଣାବେକ୍ଷଣ କରିବା ସମ୍ଭବ ହୋଇପାରିନି। ଆବାସ ଯୋଜନାରେ ଘର ଖଣ୍ଡିଏ ଯୋଗାଇ ଦେବା ପାଇଁ ଦୀର୍ଘ ବର୍ଷ ହେଲା ଚାହିଁ ବସିଛି ା ହେଲେ ଘର ମିଳିବା ସାତସପନ ପାଲଟିଛି ବୋଲି ସୁନ୍ଦରଗଡ ଜିଲା ବଡ଼ଗାଁ ବ୍ଲକ ଫୁଲବାରି ପଞ୍ଚାୟତ କୁରେଇବଗା ଗ୍ରାମର ସ୍ବର୍ଗତ ଗୋପାଳ ପୃଷେଟଙ୍କ ସ୍ତ୍ରୀ ହରିପ୍ରିୟା ପୃଷେଟ କ୍ଷୋଭର ସହ କହିଛନ୍ତି ା
ଏନେଇ ହରିପ୍ରିୟା କୁହନ୍ତି , ୧୫ ବର୍ଷ ହେଲା ସରପଞ୍ଚ, ସମିତି ସଭ୍ୟ,ୱାର୍ଡ ମେମ୍ବରଙ୍କୁ ଜଣାଇ ଆସୁଛି। ଆବାସ ଯୋଜନାରେ ଘର ପାଇବା ପାଇଁ ବିଡ଼ିଓଙ୍କୁ ତିନି ଥର ଲେଖି ଜଣାଇଲି ା ତଥାପି ମୋ ଗୁହାରି କେହି ଶୁଣିଲେ ନାହିଁ। ଯାହା ଜମି ଅଛି, ସେଥିରୁ ବର୍ଷକର ଖାଇବା ଖର୍ଚ୍ଚ ହେଉନାହିଁ। ପୁଅ ରାଉରକେଲାର ଏକ କମ୍ପାନୀରେ ଶ୍ରମିକ ଭାବେ କାମ କରୁଛି ା ସେଥିରେ ପରବାର ଚଳାଇବା ବହୁ କଷ୍ଟକର ହେଉଛି। ଘର ତିଆରି ପାଇଁ ସମ୍ବଳ ନାହିଁ। ଫଳରେ ଭାଗ୍ୟକୁ ଆଦରି ପଡିଛନ୍ତି ା ତାଙ୍କୁ ଯଥାଶୀଘ୍ର ଆବାସ ଯୋଜନାରେ ଘର ଯୋଗାଇ ଦେବା ପାଇଁ ଦାବି ହେଉଛି । ସୂଚନାଯୋଗ୍ୟ, ବଡ଼ଗାଁ ବ୍ଲକରେ ଏପରି ଅନେକ ଗରିବ ପରିବାର ଆବାସ ଯୋଜନାରେ ଘର ନ ପାଇ ଦୁର୍ଦ୍ଦଶାରେ ଦିନ କାଟୁଥିବା ବେଳେ ଥିଲାବାଲାଙ୍କୁ ଘର ମିଳିଥିବାର ଦୃଷ୍ଟାନ୍ତ ରହିଛି। ଜନ ପ୍ରତିନିଧି ଓ ସରକାରୀ ଅଧିକାରୀ ଏଭଳି ଗରିବ ପରିବାରଙ୍କୁ ଚିହ୍ନଟ କର ବିହିତ ପଦକ୍ଷେପ ଗ୍ରହଣ କରିବାକୁ ଦାବି ହେଉଛି ା


Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri