ଭଙ୍ଗା କୁଡ଼ିଆରେ ବିତୁଛି ଜୀବନ

କୋରେଇ,୨୫ା୩(ଚନ୍ଦ୍ରକାନ୍ତ ପତି): ବାସହୀନଙ୍କ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବହୁ ଯୋଜନା କରୁଛନ୍ତି। ଅଥଚ ଏହିସବୁ ଯୋଜନା ଯୋଗ୍ୟ ବ୍ୟକ୍ତିଙ୍କ ପାଖରେ ପହଞ୍ଚିବା ସମ୍ଭବ ହେଉନାହିଁ। ତଳସ୍ତର ନେତାଙ୍କ ରାଜନୈତିକ ଫାଇଦା ଏବଂ ବିରୋଧୀ ଶାସକ ଟଣାଓଟରା ଯୋଗୁ ଏଭଳି ସମସ୍ୟା ଦେଖାଦେଉଛି। ସେହିପରି ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବଣ୍ଟନ ନାଁରେ ବ୍ୟାପକ ପିସି ଆଦାୟ କରି ଅଯୋଗ୍ୟ ବ୍ୟକ୍ତିଙ୍କୁ ପକ୍କାଘର ଦେଇ ଯୋଗ୍ୟଙ୍କୁ ତାଲିକାରୁ ବାଦ କରାଯାଉଛି। ଏହାର ଏକ ଜ୍ବଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଯାଜପୁର ଜିଲା କୋରେଇ ବ୍ଲକ ଅଧୀନ ହଳଦୀଗଡ଼ିଆ ପଞ୍ଚାୟତର ଶାଳକଣା ଗ୍ରାମରେ। ଏହି ଗ୍ରାମର ଦୋଳଗୋବିନ୍ଦ ନାଥ(୫୨) ଓ ତାଙ୍କ ସ୍ତ୍ରୀ ଜୟନ୍ତୀ ନାଥ(୪୫) ୨ ପୁଅଙ୍କୁ ଧରି ଦୀର୍ଘ ବର୍ଷ ହେବ ଭଙ୍ଗା କୁଡ଼ିଆରେ ଜୀବନ ଅତିବାହିତ କରୁଛନ୍ତି। ହେଲେ ରାଜ୍ୟ ସରକାରଙ୍କ ବିଜୁ ପକ୍କାଘର ଓ କେନ୍ଦ୍ର ସରକାରଙ୍କ ଆବାସ ଯୋଜନା ଏହି ପରିବାର ନିକଟରେ ପହଞ୍ଚି ପାରୁନାହିଁ।
ଫଳରେ ସାମାନ୍ୟ ବର୍ଷା ହେଲେ ଘରେ ପାଣି ଗଳୁଛି। ଶାନ୍ତିରେ ଟିକେ ଶୋଇବା ୪ ପ୍ରାଣୀଙ୍କ ପାଇଁ କଷ୍ଟସାଧ୍ୟ ହୋଇପଡୁଛି। ଉକ୍ତ ପରିବାର ଅତି ଦୟନୀୟ ଅବସ୍ଥାରେ କାଳାତିପାତ କରୁଥିବା ଦେଖିବାକୁ ମିଳିଛି। ଦୋଳଗୋବିନ୍ଦ ଦିନମଜୁରିଆ ଭାବେ କାର୍ଯ୍ୟ କରି ଯାହା ରୋଜଗାର କରନ୍ତି ସେଥିରେ ପରିବାର ଚଳେ। ୨ପୁଅ ପଢ଼ା ସାରି ଚାକିରି ଅଭାବରୁ ଘରେ ବସିଛନ୍ତି। ଅନ୍ୟପକ୍ଷରେ ଆବାସ ଯୋଜନା ତାଲିକାରେ ବାରମ୍ବାର ଦୋଳଗୋବିନ୍ଦଙ୍କ ନାମ ଆସୁଥିଲେ ମଧ୍ୟ ରାଜନୈତିକ ଛକପଞ୍ଝା ଓ ଅନ୍ୟ କାରଣ ଦର୍ଶାଇ ଏହାକୁ ପଞ୍ଚାୟତ ପ୍ରତିନିଧିମାନେ କାଟି ଦେଉଥିବା ସେ ଅଭିଯୋଗ କରିଛନ୍ତି। ପୂର୍ବରୁ ଏନେଇ ସେ ଅଭିଯୋଗ କରିବାରୁ ଜିଲାପାଳ ତୁରନ୍ତ ତଦାରଖ କରି ଆବାସ ଯୋଗାଇ ଦେବାକୁ ବ୍ଲକ ପ୍ରଶାସନକୁ ଚିଠି କରିଥିଲେ। ହେଲେ ତାହା ଏ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇ ପାରିନାହିଁ। ତେଣୁ ସରକାର ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ଦୋଳଗୋବିନ୍ଦ ନିବେଦନ କରିଛନ୍ତି। ଏ ସମ୍ପର୍କରେ ପ୍ରତିକ୍ରିୟା ପାଇଁ ବିଡିଓ ଅଶୋକ କୁମାର ମାଝିଙ୍କୁ ଫୋନ କରାଯାଇଥିଲେ ମଧ୍ୟ ସେ ଫୋନ୍‌ କଲ ଗ୍ରହଣ କରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଚାଷ ପଦ୍ଧତିରେ ଆବଶ୍ୟକ ପରିବର୍ତ୍ତନ‘: କୃଷି ବିଜ୍ଞାନ କେନ୍ଦ୍ରରେ ୨୫ ଜଣ ଅଗ୍ରଣୀ ଚାଷୀ

କର୍ଲାମୁଣ୍ଡା, ୧୭।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଆତ୍ମା ତଥା କଳାହାଣ୍ଡି ପିଡି ଆତ୍ମା ପକ୍ଷରୁ ୨୫ ଜଣ ଅଗ୍ରଣୀ ଚାଷୀଙ୍କୁ ନେଇ ସୋନପୁର…

ଗ୍ୟାସ ସିଲିଣ୍ଡର ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ବଢ଼ିଲା e-KYCର ଶେଷ ତାରିଖ

ନୂଆଦିଲ୍ଲୀ,୧୭।୮: LPG ସିଲିଣ୍ଡର ଉପଭୋକ୍ତାଙ୍କ ପାଇଁ ବଡ଼ ଖବର । ଗ୍ୟାସ୍‌ର e-KYC କରିବାର ଶେଷ ତାରିଖ ବଢ଼ାଇ ଦିଆଯାଇଛି । ପୂର୍ବରୁ ଅଗଷ୍ଟ ୧୬ ତାରିଖ…

ଜାଣନ୍ତୁ ରେଳବାଇର ଏହି ଜରୁରୀ ନିୟମ, ନ ହେଲେ ଗଣିବାକୁ ପଡ଼ିପାରେ ଜରିମାନା

ନୂଆଦିଲ୍ଲୀ,୧୭।୮: ପ୍ରାୟତଃ ଲୋକମାନେ ରେଳ ଷ୍ଟେଶନକୁ ନିଜ ବନ୍ଧୁ କିମ୍ବା ସମ୍ପର୍କୀୟଙ୍କୁ ନେବା ବା ଛାଡ଼ିବା ପାଇଁ ଯାଆନ୍ତି। ଏଥିପାଇଁ ସେମାନଙ୍କୁ ପ୍ଲାଟଫର୍ମ ଟିକେଟ ନେବାକୁ ପଡ଼େ।…

ବର୍ଷାରେ ଧୋଇଯାଇଥିଲା ରାସ୍ତା, ମରାମତି ପରେ ଯୋଗାଯୋଗ ସ୍ବାଭାବିକ

କେନ୍ଦୁଝର,୧୭।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରବଳ ବର୍ଷା ସାଙ୍ଗକୁ ମାଟି ଅତଡ଼ା ଧସିବା ଯୋଗୁ ତେଲକୋଇ ବଳଭଦ୍ରପୁର ପୋଲ ନିକଟରେ ରାସ୍ତା କ୍ଷତିଗ୍ରସ୍ତ ହୋଇ ଗାଡି ଚଳାଚଳ ବନ୍ଦ…

ବଲାଙ୍ଗୀର ବ୍ୟବସାୟୀଙ୍କୁ ଅପହରଣ ଘଟଣାରେ ବଡ଼ ଖୁଲାସା; ରାଜଧାନୀରେ କରାଯାଇଥିଲା ଆପରାଧିକ ଷଡ଼ଯନ୍ତ୍ର, ଖଣ୍ଡଗିରି ଥାନାକୁ…

ବଲାଙ୍ଗୀର,୧୭ା୮(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ଘଟଣାରେ ବଡ଼ ଖୁଲାସା କରିଛି ବଲାଙ୍ଗୀର ପୋଲିସ । ଏହି ଆପରାଧିକ ଷଡ଼ଯନ୍ତ୍ରରେ…

ଜନବସତି ଆଡ଼କୁ ମାଡ଼ି ଆସୁଛି ସମୁଦ୍ର, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ଛତ୍ରପୁର,୧୭ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସୋମବାର ଆର୍ଯ୍ୟପଲ୍ଲୀ ପଞ୍ଚାୟତର ୪ ଖଣ୍ଡ ଗ୍ରାମବାସୀ ଗୋପାଳପୁର ବନ୍ଦର ମୁଖ୍ୟ ଫାଟକ ସମ୍ମୁଖରେ ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ ଗଞ୍ଜାମ ଜିଲାପାଳ ଭି.…

ବୈତରଣୀରେ ଆସୁଛି ବନ୍ୟା, ଭୟଭୀତ ଅଞ୍ଚଳବାସୀ

ବଞ୍ଚୋ,୧୭।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ଆନନ୍ଦପୁରଠାରେ ବୈତରଣୀ ନଦୀର ଜଳସ୍ତର ପୁଣି ବିପଦ ସଙ୍କେତ ଉପରକୁ ଉଠିଛି। ଆନନ୍ଦପୁର ଗେଜ୍‌ ସାଇଟର ତଥ୍ୟ…

ଚାଷୀଙ୍କୁ ବଡ଼ ଉପହାର ଦେଲେ ସରକାର, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ଛାଡ଼

ଚେନ୍ନାଇ,୧୭ା୮: ତାମିଲନାଡୁର କୃଷକଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ । ସୋମବାର ବିଧାନସଭାରେ ସେ ସମବାୟ କୃଷି ଋଣ ଛାଡ଼ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri