ଛିଣ୍ଡା ପଲିଥିନ ତଳେ ବିତୁଛି ଜୀବନ

ମହାକାଳପଡ଼ା,୧୯ା୧୨ (ଡି.ଏନ୍‌.ଏ.):ଅନୁସୂଚିତ ଜନଜାତିର ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଜନକଲ୍ୟାଣ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ସମାଜର ମୁଖ୍ୟସ୍ରୋତରେ ସାମିଲ କରିବାକୁ ସେମାନଙ୍କ ଜୀବନୀ ଶୈଳୀର ପରିବର୍ତ୍ତନ ଆଣିବା ପାଇଁ ସରକାର ଅର୍ଥ ବ୍ୟୟ କରୁଛନ୍ତି। ହେଲେ ତୃଣମୂଳ ସ୍ତରରେ ଜନଜାତିଙ୍କ ପାଇଁ ସରକାରଙ୍କ ଯୋଜନା ସତେ ଯେମିତି ଅଟକି ଯାଇଛି। ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ପେଟଛେଲା ପଞ୍ଚାୟତ ଶବରପଡ଼ା ଗାଁର ଶାନ୍ତି ଆହାଡି (୪୨)ଙ୍କ କ୍ଷେତ୍ରରେ। ସ୍ବାମୀ ଗୁନାଙ୍କ ମୃତ୍ୟୁ ପରେ ଶାନ୍ତିଙ୍କ ମୁଣ୍ତରେ ପଡ଼ିଛି ଚଡ଼କ। ସରକାରୀ ଜମିରେ ଦୀର୍ଘବର୍ଷ ହେବ ବସବାସ କରୁଛନ୍ତି। ସ୍ବାମୀଙ୍କ ମୃତ୍ୟୁ ପରେ ବିଧବା ଭତ୍ତା ମିଳିଥିଲେ ମଧ୍ୟ ତାହା ପରିବାର ଚଳାଇବା ସମ୍ଭବ ନୁହେଁ ବୋଲି ସେ କହିଛନ୍ତି। ଅପରପକ୍ଷରେ ପେଟ ଚାଖଣ୍ଡେ ପାଇଁ ଶାନ୍ତିଙ୍କ ୭ବର୍ଷର ଶିଶୁ ପୁତ୍ରକୁ ସାଙ୍ଗରେ ଧରି ଏ ଦୁଆର ସେ ଦୁଆର ଘୂରି ବୁଲୁଛନ୍ତି। ମାଗିଯାଚି ଯାହା ମିଳେ ମା’ ପୁଅ ଖାଇଥାନ୍ତି। ନ ମିଳିଲେ ଭୋକ ଉପାସରେ ପାଣି ପିଇ ରହିବାକୁ ପଡେ ବୋଲି ସେ କହିଛନ୍ତି। ବ୍ଲକରେ ଅନେକ ପ୍ରଭାବଶାଳୀ ବ୍ୟକ୍ତି ଚଞ୍ଚକତା କରି ଖାଦ୍ୟ ସୁରକ୍ଷା ଓ ପକ୍କା ଘର ଯୋଜନାରେ ନିଜ ନାମ ପଞ୍ଜୀକୃତ କରି ସରକାରୀ ଯୋଜନାର ଫାଇଦା ଉଠାଇଥିବା ବେଳେ ଶାନ୍ତିଙ୍କ ପାଇଁ ସାତସପନ ପାଲଟିଛି। ବର୍ଷା ହେଉକି ବତାସ ସଞ୍ଜ ନଇଁଲେ ଆଶ୍ରା ଖୋଜନ୍ତି ଶାନ୍ତି କେଉଁଟି ଟିକେ ମୁଣ୍ଡ ଗୁଞ୍ଜିବାକୁ। ଅର୍ଥ ଅଭାବରୁ ପୁତ୍ର ରାଜେଶ ବିଦ୍ୟାଳୟ ମାଟି ମାଡ଼ି ପାରିନାହାନ୍ତି। ଶୀତ ବସ୍ତ୍ର ନ ଥିବାରୁ ଏହି ପରିବାର ଅଖା ଘୋଡ଼େଇ ହୋଇ ରାତି କାଟୁଛନ୍ତି। ଏହି ପରିବାରକୁ ଆବାସ ଯୋଜନାରେ ଅନ୍ତର୍ଭୁକ୍ତ ଓ ଖାଦ୍ୟ ସୁରକ୍ଷା ଯୋଜନାର ରାଶନ ସାମଗ୍ରୀ ଯୋଗାଇ ଦେବା ସହ ବସୁନ୍ଧରା ଯୋଜନାରେ ଘର ଡିହ ପଟ୍ଟା ଯୋଗାଇ ଦେବାକୁ ସାମାଜିକ କର୍ମୀ ସୁବାସ ସ୍ବାଇଁ ଦାବି କରିଛନ୍ତି। ଏ ସମ୍ପର୍କରେ କେନ୍ଦ୍ରାପଡ଼ା ଜିଲାପାଳ ଅମୃତ ଋତୁରାଜଙ୍କୁ ପଚାରିବାରେ ଏହି ପରିବାର ସମ୍ପର୍କରେ ତଦନ୍ତ କରାଯିବା ପରେ ସରକାରୀ ଯୋଜନାରେ ସାମିଲ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri