କନ୍ଧମାଳ ସମସ୍ୟା ନେଇ ‘ବିଚାର ମନ୍ଥନ’, ସରକାରଙ୍କ ନିକଟରେ ଦାବି ରଖିବାକୁ ନିଷ୍ପତ୍ତି

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହନୁମାନ ମନ୍ଦିର ପ୍ରାଙ୍ଗଣସ୍ଥିତ ସଭାଗୃହରେ ସୋମବାର ‘ବିଚାର ମନ୍ଥନ’ ନାମରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲାର କ୍ଲବ୍‌ ୯୯ ପକ୍ଷରୁ ଆୟୋଜିତ ଏହି କର୍ମଶାଳାରେ କନ୍ଧମାଳ ଜିଲାର ବିଭିନ୍ନ ବ୍ଲକରୁ ଅନ୍ୟୂନ ୬୦ ଜଣ ନେତୃସ୍ଥାନୀୟ ବ୍ୟକ୍ତି ଯୋଗଦେଇଥିଲେ।

ଜନସାଧାରଣଙ୍କ ମୌଳିକ ସମସ୍ୟା ସରକାରଙ୍କ ନିକଟରେ ପହଞ୍ଚାଇବା ସହ ସରକାରଙ୍କ ବିଭିନ୍ନ ଯୋଜନାର ସୁଫଳ କିପରି ତୃଣମୂଳସ୍ତରରେ ଲୋକଙ୍କ ନିକଟରେ ପହଞ୍ଚାଯାଇପାରିବ, ସେନେଇ କର୍ମଶାଳାରେ ଆଲୋଚନା ହୋଇଥିଲା। ମୁଖ୍ୟତଃ କନ୍ଧମାଳ ଜିଲାରେ ନେତୃତ୍ୱର ବିକାଶ, ଯୁବଗୋଷ୍ଠୀ ଓ ସାଧାରଣ ଜନତାଙ୍କ ଆର୍ଥିକ ସଶକ୍ତିକରଣ ଏବଂ ଜିଲାର ଅନ୍ୟାନ୍ୟ ପ୍ରମୁଖ ସମସ୍ୟା ଉପରେ ବିସ୍ତୃତ ଆଲୋଚନା ହୋଇଥିଲା। କୃଷି, ବ୍ୟାଙ୍କିଙ୍ଗ୍‌, ଶିକ୍ଷା, ରାଜନୀତି ତଥା ସାମାଜିକ କ୍ଷେତ୍ରରେ କାର୍ଯ୍ୟରତ ଅନେକ ଅଭିଜ୍ଞ ନାଗରିକ ଏଥିରେ ସାମିଲ ହୋଇ ନିଜ ମତ ପ୍ରକାଶ କରିଥିଲେ।

କର୍ମଶାଳାରେ କନ୍ଧମାଳ ଜିଲାର ଲୋକଙ୍କ ଆର୍ଥିକ ସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ ପାଇଥିଲା। ସାଧାରଣ ଲୋକଙ୍କ ମୌଳିକ ସମସ୍ୟା ଠିକ୍‌ ସମୟରେ ପ୍ରଶାସନ ତଥା ସରକାରଙ୍କ ନିକଟରେ ପହଞ୍ଚି ପାରୁନାହିଁ ବୋଲି ଅନେକେ ମତବ୍ୟକ୍ତ କରିଥିଲେ। ଏଥିସହ ସରକାରୀ ଯୋଜନାର ତୃଣମୂଳସ୍ତରୀୟ କାର୍ଯ୍ୟକାରିତାକୁ ନେଇ ମଧ୍ୟ ଚିନ୍ତା ପ୍ରକାଶ ପାଇଥିଲା।

କୃଷି ବିଭାଗ ପକ୍ଷରୁ ଠିକ୍‌ ସମୟରେ ବିହନ ଓ କୃଷି ଉପକରଣ ଯୋଗାଣ ନ ହେବା ଫଳରେ ଅନେକ କୃଷିଭିତ୍ତିକ ଯୋଜନା ବିଫଳ ହେଉଥିବା ଦର୍ଶାଇ ବୁଦ୍ଧିଜୀବୀମାନେ ନୂତନ ସରକାର ଏହି ଦିଗରେ ତୁରନ୍ତ ଦୃଷ୍ଟି ଦେବା ପାଇଁ ଲିଖିତ ଭାବେ ଦାବି ଜଣାଇବାକୁ ପ୍ରସ୍ତାବ ଦେଇଥିଲେ।

ଜିଲାରେ କର୍ମସଂସ୍ଥାନର ଘୋର ଅଭାବ ଏବଂ ପାଠପଢ଼ା ଅଧାରୁ ଛାଡ଼ି ଯୁବକମାନେ ଦାଦନ ଖଟିବା ପାଇଁ ବାହାର ରାଜ୍ୟକୁ ଯିବା ଏକ ଉଦ୍‌ବେଗଜନକ ପରିସ୍ଥିତି ସୃଷ୍ଟି କରିଛି ବୋଲି ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା। ଏହି ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ସ୍ଥାନୀୟ ସମ୍ବଳଭିତ୍ତିକ ନିଯୁକ୍ତି, ଦକ୍ଷତା ବିକାଶ ଓ ପର୍ଯ୍ୟଟନର ଉପଯୁକ୍ତ ବିନିଯୋଗ ଉପରେ ଗୁରୁତ୍ୱ ଦିଆଯାଇଥିଲା।

ଶେଷରେ ଜିଲାର ସମସ୍ତ ମୌଳିକ ସମସ୍ୟାକୁ ଏକତ୍ରିତ କରି ଏକ ଚିଠା ପ୍ରସ୍ତୁତ କରାଯିବା ସହ ଜିଲା ପ୍ରଶାସନ, ସ୍ଥାନୀୟ ଜନପ୍ରତିନିଧି ତଥା ଉଚ୍ଚ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ନିଆଯାଇଥିଲା। ଆଗାମୀ ଦିନରେ ଏହି ଅଭିଯାନକୁ ସମସ୍ତ ବ୍ଲକସ୍ତରରେ ବ୍ୟାପକ କରିବା ପାଇଁ ସଂକଳ୍ପ ନିଆଯାଇ କର୍ମଶାଳା ଶେଷ ହୋଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ଜୀବନ: ଜଣେ ମୃତ, ଜଣେ ଗୁରୁତର

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ କୁଲୁଥିପାଲି ଗାଁ ନିକଟ ରାସ୍ତାରେ ସୋମବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି।…

୧୭ରେ ମୋଦିଙ୍କ ଜନ୍ମଦିନ, ଆଶୀର୍ବାଦର ଦୀପ ଜାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୧୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ‘ଆଶୀର୍ବାଦର ଦୀପ’ ଜାଳିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

ଗଣେଶଜୀଙ୍କ ଅତି ପ୍ରିୟ ଏହି ୪ ରାଶି: ଆଜିଠୁ ଚାଲିଲା ଭଲ ସମୟ, ପ୍ରଚୁର ଲାଭ ସହ ଧନବର୍ଷା

ଭୁବନେଶ୍ୱର: ଗଣେଶ ଚତୁର୍ଥୀରୁ ଅନନ୍ତ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ କିଛି ରାଶିର ଜାତକଙ୍କ ଉପରେ ଗଣପତିଙ୍କ ବିଶେଷ କୃପା ରହିବ ବୋଲି ଜ୍ୟୋତିଷବିଦ୍‌ମାନେ ମତ ଦେଇଛନ୍ତି। ଏହି ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?