ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର ପାଣିରେ ବୁଡ଼ିଯାଇ ମୃତ୍ୟୁବରଣ କରିଛନ୍ତି। ମୃତକ ଜଣକ ହେଲେ କଙ୍କୋରଡ଼ା ଗ୍ରାମର ଉଦୟ ନାଇକଙ୍କ ସ୍ତ୍ରୀ ସାଇବାଣୀ ନାଇକ(୫୬)। ସାଇବାଣୀ ପୋଖରୀକୁ ଶୌଚ ପାଇଁ ଯାଇଥିଲେ। ଅସାବଧାନତା କାରଣରୁ ସେ ପୋଖରୀର ଗଭୀର ପାଣି ଭିତରକୁ ଚାଲିଯାଇଥିଲେ।

ଅଗ୍ନିଶମ ବାହିନୀ ପରିବାର ଲୋକଙ୍କ ସହାୟତାରେ ପୋଖରୀରେ ଦୀର୍ଘ ସମୟ ଧରି ଖୋଜିବା ପରେ ଚେତାଶୂନ୍ୟ ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ଆଡ଼ପଡ଼ା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ପାଟପୁର ଥାନାରେ ଏତଲା ହେବା ପରେ ଆଇଆଇସି ଦୀପ୍ତି ରଞ୍ଜନ ବେହେରା ଏକ ଅପମୃତ୍ୟୁ ମାମଲା(ନଂ.୧୮/୨୬) ରୁଜୁ କରିଥିଲେ।

ଥାନା ଏସ୍‌ଆଇ ତ୍ରିନାଥ ଭୋଇ, ଏସ.କେ.ଇମାଦାର ତାରଫଦାରସ୍‌ ସ୍ବାସ୍ଥ୍ୟକେନ୍ଦ୍ର ରେ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିବା ଜଣାପଡିଛି। ଶୁକ୍ରବାର ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯିବ ବୋଲି ତଦନ୍ତକାରୀ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଝଲସିଲା ମନ୍ଦିର ପ୍ରାଙ୍ଗଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନରେରେ ଗୁରୁବାର ସନ୍ଧ୍ୟାରେ ପ୍ରଦୀପ…

ଉଜ୍ଜୈନରୁ ଅହମଦାବାଦ, ବଙ୍ଗଳାରୁ ଓଡ଼ିଶା ପର୍ଯ୍ୟନ୍ତ ଝଲସିଲା ସାରା ଦେଶ; ମୋଦିଙ୍କ ଜନ୍ମଦିନରେ ଜଳିଲା କୋଟି କୋଟି ଦୀପ

ନୂଆଦିଲ୍ଲୀ,୧୭।୯: ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୬ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ସ୍ବତନ୍ତ୍ର ଅବସରକୁ ପାଳନ କରିବା ପାଇଁ ସାରା ଦେଶରେ ‘ସେବା-ସଂକଳ୍ପ ଅଭିଯାନ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?