ଅଜଣା ଗାଡ଼ି ନେଲା ପରିବା ବିକାଳୀଙ୍କ ଜୀବନ

ବରଗଡ଼,୨୧।(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ନିକଟରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ପରିବା ବିକାଳୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ, ବରଡ଼ୋଲ ଗ୍ରାମର ସରୋଜ ମାଝୀ(୪୬)। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ତାଙ୍କର ମୃତ୍ୟୁ ହୋଇଛି। ଭଟଲି ଥାନା ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଥିବାବେଳେ ଦୁର୍ଘଟଣା ଘଟାଇଥିବା ଗାଡ଼ିକୁ ଖୋଜାଖୋଜି କରୁଛି।

ମିଳିଥିବା ସୂଚନା ଅନୁଯାୟୀ, ସରୋଜ ପ୍ରତିଦିନ ଭଳି ଶୁକ୍ରବାର ଭୋରରୁ ଭଟଲି ବଜାରକୁ ପରିବା ଆଣିବା ପାଇଁ ତାଙ୍କୁ ସୁପର ଏକ୍ସଏଲ୍‌ ମୋପେଡ ଗାଡ଼ିରେ ଯାଇଥିଲେ। ମାତ୍ର ଭଟଲି ଥାନା ନିକଟରେ କୌଣସି ଏକ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେବା ଫଳରେ ସେ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ରକ୍ତଜୁଡ଼ୁବୁଡ଼ୁ ଅବସ୍ଥାରେ ଉଦ୍ଧାର କରି ଖେଦାପାଲିସ୍ଥିତ ଡାକ୍ତରଖାନାକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତକଙ୍କ ଶାଳକ ଲବ ପଧାନଙ୍କ ଏତଲା କ୍ରମେ ଭଟଲି ପୋଲିସ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…

ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri