ଅନ୍ଧାରରେ ଚାଇଲ୍ଡଲାଇନ କର୍ମଚାରୀଙ୍କ ଜୀବନଜୀବିକା

ଖଇରା, ୨।୯(ଉତ୍କଳବନ୍ଧୁ ପଣ୍ଡା): ସ୍ବେଚ୍ଛାସେବୀ ସଙ୍ଗଠନ ତତ୍ତ୍ୱାବଧାନରେ ଚାଲିଆସୁଥିବା ଚାଇଲ୍ଡଲାଇନ ସଂସ୍ଥା ପାଇଁ କେନ୍ଦ୍ର ସରକାରଙ୍କ ମହିଳା ଶିଶୁ ବିକାଶ ବିଭାଗ ନୂଆ ନିୟମ ଆଣିବା ପରେ ୧ତାରିଖରୁ ଜିଲା ଶିଶୁ ସୁରକ୍ଷା ଅଧିକାରୀଙ୍କ ନିୟନ୍ତ୍ରଣକୁ ଯାଇଛି। ଫଳରେ ଜିଲାର ଖଇରା ଓ ବାଲିଆପାଳରେ କାର୍ଯ୍ୟକ୍ଷମ ଥିବା ୨ ଚାଇଲ୍ଡଲାଇନ ୟୁନିଟ୍‌ର ୧୦ଜଣ ସଦସ୍ୟ ନିଯୁକ୍ତି ହରାଇଛନ୍ତି। ଏବେ ନିଯୁକ୍ତି ହରାଇବା ପରେ ଏମାନଙ୍କ ଉପରେ ନିର୍ଭର କରି ଚଳୁଥିବା ପରିବାର ସଦସ୍ୟଙ୍କ ଭବିଷ୍ୟତ ଅନ୍ଧାର ଭିତରକୁ ଠେଲି ହୋଇଯାଇଛି ।
୨୩ବର୍ଷ ଧରି ନିରନ୍ତର ସେବା ଦେଇଆସିଥିବା କେବଳ ଖଇରା ନୁହେଁ ସାରା ରାଜ୍ୟର ୫ଶହ ଯୁବତୀଯୁବକମାନେ ଚାକିରି ହରାଇ ମାନସିକ ଦୁଶ୍ଚିନ୍ତାରେ କାଳାତିପାତ କରୁଛନ୍ତି।
ବିବାହ ରୋକିବା, ଶିଶୁ ଶ୍ରମିକ ଉଦ୍ଧାର ଓ ଥଇଥାନ, ବେଆଇନ ଯୁବତୀ ଚାଲାଣ ରୋକିବା ଆଦି ସମ୍ବେଦନଶୀଳ କାର୍ଯ୍ୟ ଖଇରାର ଏକ ସ୍ବେଚ୍ଛାସେବୀ ସଙ୍ଗଠନ ଦ୍ୱାରା ପରିଚାଳିତ ଚାଇଲ୍ଡଲାଇନ ୟୁନିଟ୍‌କୁ ପ୍ରଦାନ କରାଯାଇଥିଲା । ରାତି ହେଉ କି ଦିନ ହେଉ ଟୋଲ ଫ୍ରି ନମ୍ବର(୧୦୯୮)ରେ ଫୋନ ଆସିବା ମାତ୍ରେ କର୍ମଚାରୀମାନେ ଜୀବନକୁ ବାଜି ଲଗାଇ ଦୂରଦୂରାନ୍ତ ସ୍ଥାନକୁ ଯାଇ ଉଦ୍ଧାର କାର୍ଯ୍ୟରେ ସାମିଲ ହେଉଥିଲେ। ଘଟଣାକ୍ରମେ କେନ୍ଦ୍ର ସରକାର ଚାଇଲ୍ଡଲାଇନ ଇଣ୍ଡିଆ ଫାଉଣ୍ଡେଶନ ନିଷ୍ପତ୍ତିରେ ପରିବର୍ତ୍ତନ କରି ଚାଇଲ୍ଡଲାଇନକୁ ସ୍ବେଚ୍ଛାସେବୀ ସଙ୍ଗଠନ ଅଧୀନରୁ ଆଣି ଜିଲାସ୍ତରର ଶିଶୁ ସୁରକ୍ଷା ଅଧିକାରୀଙ୍କୁ ନ୍ୟସ୍ତ କରିଛନ୍ତି। ପୁରୁଣା କର୍ମଚାରୀଙ୍କୁ ଛଟେଇ କରାଯିବା ନେଇ ଅଗଷ୍ଟ ୩୧ ତାରିଖରେ ପ୍ରକାଶିତ ଚିଠିରେ ଉଲ୍ଲେଖ କରାଯାଇଛି । ନ୍ୟାୟ ପାଇଁ କର୍ମଚାରୀମାନେ ମୁଖ୍ୟମନ୍ତ୍ରୀ, ମହିଳା ଓ ଶିଶୁ ବିଭାଗ ସମେତ ଅଧିକାରୀମାନଙ୍କୁ ଲିଖିତ ଭାବେ ଅବଗତ କରାଯାଇଥିଲେ ହେଁ ଏ ପର୍ଯ୍ୟନ୍ତ ସନ୍ତୋଷଜନକ ପଦକ୍ଷେପ ଗ୍ରହଣ କରାଯାଇନାହିଁ । ସରକାର ଏ ସମ୍ପର୍କରେ ପୁରୁଣାରୁ କାର୍ଯ୍ୟ କରୁଥିବା କର୍ମଚାରୀଙ୍କୁ ନିଯୁକ୍ତି ପ୍ରଦାନ ନ କରନ୍ତି, ତେବେ କର୍ମଚାରୀମାନେ ପରିବାର ସହ ଧାରଣାରେ ବସିବେ ବୋଲି ଖଇରାରେ କାର୍ଯ୍ୟରତ ଟିମ୍‌ ଲିଡର ତପସ୍ବିନୀ ରାଉତ, ଟିମ୍‌ ସଦସ୍ୟା ସାୟଂପ୍ରଭା ଦଳେଇ, ଜ୍ୟୋତି ପ୍ରକାଶ କର, ପଞ୍ଚାନନ ତ୍ରିପାଠୀ ଓ ଚିତ୍ତରଞ୍ଜନ ପଣ୍ଡା ପ୍ରମୁଖ ଚେତାବନୀ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?