ଭାଇ ପରେ ଚାଲିଗଲା ଭଉଣୀର ଜୀବନ

ଝରିଗାଁ,୧୦।୩(କିଶୋର ଚନ୍ଦ୍ର ମଣ୍ଡଳ): ମାସେ ତଳେ କାମୁଡ଼ି ଥିଲା କୁକୁର। ପରିବାର ଲୋକେ କିନ୍ତୁ ଡାକ୍ତରଙ୍କୁ ନ ଦେଖାଇ ଜଡ଼ିବୁଟି ଚିକତ୍ସା କରାଇଥିଲେ। ଏବେ କୁକୁର କାମୁଡ଼ି ଥିବା ୨ ଭଉଣୀ ଭାଇଙ୍କ ମୃତ୍ୟୁ ଘଟିଛି। ଏପରି ଅଭାବନୀୟ ଘଟଣା ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚକଲାପଦର ପଞ୍ଚାୟତ ଛୁଇଁମାଟି ଗ୍ରାମରେ ଦେଖିବାକୁ ମିଳିଛି। ମୃତକ ହେଲେ ଛୁଇଁମାଟି ଗ୍ରାମର ନୀଳ ସାନ୍ତାଙ୍କ ପୁଅ କମଳ(୪) ଏବଂ ଝିଅ ଭବାନୀ(୬)।
ପରିବାର ଲୋକଙ୍କ ସୂଚନାନୁଯାୟୀ, କମଳ ଓ ଭବାନୀ ଗାଁରେ ଖେଳିବା ସମୟରେ ହଠାତ ଏକ ବୁଲା କୁକୁର ଉଭୟଙ୍କୁ କାମୁଡି ଦେଇଥିଲା। ପରିବାର ଲୋକେ ସେମାନଙ୍କୁ ଡାକ୍ତରଖାନାକୁ ନ ନେଇ ଗାଁରେ ଜଡିବୁଟି ଔଷଧ ଦେଇଥିଲେ।
କୁକୁର କାମୁଡ଼ିବାର ୨୪ ଘଣ୍ଟା ମଧ୍ୟରେ କମଳଙ୍କ ମୃତ୍ୟୁ ହୋଇଯାଇଥିଲା। ଭବାନୀଙ୍କୁ ମଧ୍ୟ ସେମାନେ ଜଡିବୁଟି ଚିକିତ୍ସା କରାଉଥିଲେ। ଦେହ ବେଶି ଖରାପ ହେବାରୁ ପରିବାର ଲୋକେ ତାଙ୍କୁ ଗତ ୮ ତାରିଖ ଦିନ ଝରିଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଇଥିଲେ। ସେଠାରେ କୁକୁର କାମୁଡ଼ା ଟିକା ଦିଆଯାଇଥିଲା। ଏହାପରେ ସେ ଘରକୁ ଫେରିଥିଲେ। ରବିବାର ଭବାନୀଙ୍କ ପାଟିରୁ ଫେଣ ବାହାରିବା ସହ ସେ କାନ୍ଦିବା ଆରମ୍ଭ କରିଦେଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଝରିଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପୁଣି ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଭବାନୀଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକେ କହିଛନ୍ତି। ଉଭଣୀ, ଭାଇଙ୍କ ମୃତ୍ୟୁ ପରେ ପରିବାର ଲୋକେ ଦୁଃଖରେ ଭାଙ୍ଗି ପଡ଼ିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଲୁଣା ନଦୀରେ ଗୋଡ଼ ଖସି ଛାତ୍ରୀ ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି

ମହାକାଳପଡ଼ା,୨୭।୪( ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମରେ ଏକ ଅଘଟଣ ଘଟିଛି। ଦୁଇ ସାଙ୍ଗ ନିକଟ...

ଏଯାଏ ଛିଣ୍ଡୁନି ଅଙ୍କ, ଚିନ୍ତାରେ ଆଶାୟୀ; ଆଉ ୬-୧୫-୯ ଆସନ ବାକି

ଭୁବନେଶ୍ୱର,୨୭।୪: ନିର୍ବାଚନ ତାରିଖ ପାଖେଇ ଆସିଲେ ହେଁ ରାଜ୍ୟର ୩ ପ୍ରମୁଖ ଦଳ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିନାହାନ୍ତି। ଏଯାବତ ବିଜେଡି ୬, ଭାଜପା...

ରାଜଧାନୀ ତାତି ଟପିଲା ୪୧

ଭୁବନେଶ୍ୱର,୨୭।୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହି କ୍ରମରେ ଦିନ ସାଢ଼େ ୧୧ରେ ଭୁବନେଶ୍ବର ତାପମାତ୍ରା ୪୧.୨ ଡିଗ୍ରୀ ପାର କରିଛି। ସେହିପରି...

ଟିକେଟ୍‌ କଟିବା ପରେ କଂଗ୍ରେସରୁ ଇସ୍ତଫା ଦେଲେ ମୋହନ ହେମ୍ବ୍ରମ, କହିଲେ ୪୮ ଘଣ୍ଟାରେ ୭ ଲକ୍ଷ ନ ଦେଲେ…

ଭୁବନେଶ୍ୱର,୨୭।୪: ଟିକେଟ୍‌ କଟିବା ପରେ କଂଗ୍ରେସ ଛାଡିଲେ ମୋହନ ହେମ୍ବ୍ରମ ଏବଂ ତାଙ୍କ ପତ୍ନୀ। କଂଗ୍ରେସ ଉପରେ ବର୍ଷିବା ସହ ଶନିବାର ଦଳର ସଦସ୍ୟ ପଦରୁ...

ରବିବାର ଦୁଲୁକିବ ଓଡ଼ିଶା, କଂଗ୍ରେସ ପାଇଁ ରାହୁଲ ଭାଜପା ପାଇଁ ନଡ୍ଡା କରିବେ ପ୍ରଚାର

ଭୁବନେଶ୍ୱର,୨୭।୪: ରବିବାର ମୁହାଁମୁହିଁ ହେବେ ହାଇପ୍ରୋଫାଇଲ ନେତା। କାରଣ ରବିବାର ଓଡ଼ିଶା ଆସୁଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ...

ପୁରୀରେ ବ୍ୟାପିଲା ଝାଡାବାନ୍ତି, ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ

ପୁରୀ,୨୭।୪: ପୁରୀରେ ବ୍ୟାପିଲା ଝାଡାବାନ୍ତି। ପୁରୀ ସହରର ବିଭିନ୍ନ ଅଞ୍ଚଳରେ ବ୍ୟାପିଲା ଝାଡାବାନ୍ତି। ବାଲିସାହି, ରେଡକ୍ରସ୍‌ ରୋଡ୍‌ ସହ ବିଭିନ୍ନ ଅଞ୍ଚଳରେ ଏକାଧିକ ଆକ୍ରାନ୍ତ ଚିହ୍ନଟ...

ହାର୍ଡ ମଦର ଜାଗା ନେଲା ବିଅର, ଓଡ଼ିଶାରେ ଏଥର ବିକ୍ରିରେ ଭାଙ୍ଗିଲା ସର୍ବକାଳୀନ ରେକର୍ଡ

ଭୁବନେଶ୍ୱର,୨୭।୪: ତାପମାତ୍ରା ବଢିବା ସହ ଦେଶରେ ବିଅର ବିକ୍ରି ମଧ୍ୟ ବଢୁଛି। ଏହି କ୍ରମରେ ଏଥର ଓଡିଶା ବିଅର ବିକ୍ରିରେ ସର୍ବକାଳୀନ ରେକର୍ଡ ଭାଙ୍ଗିଛି। ଅବକାରୀ...

ପ୍ରଶାନ୍ତ ୫୦ ହଜାରରୁ ଅଧିକ ଭୋଟରେ ଜିତିବେ: ଚିରଞ୍ଜୀବ

ଜଗତ୍‌ସିଂହପୁର,୨୭ା୪(ପ୍ରମୋଦ କୁମାର ନାୟକ): ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ଉପରେ ଆସ୍ଥା ପ୍ରକଟ କରି ଚିରଞ୍ଜୀବ ବିଶ୍ୱାଳ ବିନା ସର୍ତ୍ତରେ ବିଜେଡିରେ ମିଶିଛନ୍ତି। ୨୦୧୯ ସାଧାରଣ ନିର୍ବାଚନରେ ଜଗତ୍‌ସିଂହପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri