ରାଜପଥରେ ବିତୁଛି  ଜୀବନ: ୭ଶହ ବର୍ଷର କୌଳିକ ବୃତ୍ତିକୁନେଇ ଘର ଚଳାଉଛନ୍ତି ବଚିଲାଲ 

କେସିଙ୍ଗା,୧୦।୨(ତୁମେଶ୍ୱର ସାହୁ):ରାଜସ୍ତାନରୁ ଓଡ଼ିଶା ଆସି  ପରିବାର ଗୁଜୁରାଣ ମେଣ୍ଟାଇବା ପାଇଁ ଖରା ବର୍ଷାରେ ଜାତୀୟ ରାଜପଥ ପାର୍ଶ୍ୱରେ କୌଳିକ ବୃତ୍ତିକୁ ଆପଣେଇଛନ୍ତି ବଚିଲାଲ ଲୁହାର।
କଳାହାଣ୍ଡି ଜିଲା କେସିଙ୍ଗା  ସହରର  ସିନେମାଲ ନିକଟରେ ଥିବା ଜାତୀୟ ରାଜପଥ ୨୬ ପାର୍ଶ୍ୱରେ ଦୀର୍ଘ ୩ ମାସ ହେଲା ନିଜ କୌଳିକ ବୃତ୍ତିକୁ  ଆପଣେଇ  ସାମଗ୍ରୀ ବିକୁଛନ୍ତି ବଚିଲାଲ। ସେ  ରାଜସ୍ଥାନରୁ ଓଡିଶାର ପ୍ରତ୍ୟେକ ଜିଲାକୁ ବୁଲୁଛନ୍ତି। ସାଙ୍ଗରେ ଅଛନ୍ତି ସ୍ତ୍ରୀ ପୁଅ  ଓ ବୃଦ୍ଧା ମା’।  କି  ଖରା କି ବର୍ଷା  କାହାକୁ ଖାତିର ନକରି ସେତାଙ୍କ କର୍ମ କରିଚାଲିଛନ୍ତି।
ଘରୋଇ ଉପକରଣ ଟାଙ୍ଗିଆ, କଟୁରି, ବାର୍ଷି, ପନକି, ହେମଦସ୍ତା, କଡେଇ, ତାଓ୍ବା ଇତ୍ୟାଦି ଘରେ ବ୍ୟବହୃତ ଆବଶ୍ୟକୀୟ ସାମଗ୍ରୀ ନିଜେ ତିଆରିକରି ବଜାରରେ  ବିକ୍ରି କରି ପରିବାର  ଚଳାଉଛନ୍ତି ।
ବଚିଲାଲ ମା’, ୪ ପୁଅ, ସ୍ତ୍ରୀ, ବୋହୂଙ୍କୁ ନେଇ ରାଜ୍ୟରାଜ୍ୟ ବୁଲି ଏହି କୌଳିକ ବୃତ୍ତିକୁ  ଆପଣେଇ ଜୀବନ କାଟୁଛନ୍ତି। ଜାତୀୟ ରାଜପଥ ହେଉ କିମ୍ବା  ଗ୍ରାମାଞ୍ଚଳ ହେଉ ଯେଉଁଠି ସୁବିଧା ଦେଖି  ସେ ତାଙ୍କ ଉପକରଣ ତିଆରି କରିଥାନ୍ତି।  ପରିବାରର ସମସ୍ତେ ମିଳିମିଶି କାମ କରିଥାନ୍ତି। ଲୋକଙ୍କ ଆବଶ୍ୟକତା ଦୃଷ୍ଟିରେ ରଖି ସାମଗ୍ରୀ ପ୍ରସ୍ତୁତ କରନ୍ତି।
 ଏ ସଂକ୍ରାନ୍ତରେ ବଚିଲାଲଙ୍କୁ ପଚାରିବାରୁ ମୋର ବାପା, ଅଜା, ଠାରୁ ୭ ପିଢ଼ି  ଅର୍ଥାତ ୭ ଶହ ବର୍ଷରୁ ଏହି କୌଳିକ ବୃତ୍ତି କରି ପରିବାର ଗୁଜୁରାଣ ମେଣ୍ଟାଉଛି ବୋଲି ପ୍ରକାଶ କରଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri