ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଜୀବନ

କୋକସରା,୭ା୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜାତୀୟ ରାଜପଥ ୨ର କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ଆମପାଣି ଘାଟି ଟିର୍ଲିଆମ ଛକ ନିକଟରେ ମଙ୍ଗଳବାର ରାତିରେ କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଖବର ପାଇ ଆମପାଣି ପୋଲିସ ବିଳମ୍ବିତ ରାତିରେ ଘଟଣାସ୍ଥଳକୁ ଯାଇ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ କୋକସରା ହସ୍ପିଟାଲକୁ ପଠାଇ ତଦନ୍ତ ଜାରି ରଖିଥିଲା। ତେବେ ଦୁର୍ଘଟଣାରେ ମୃତ ବ୍ୟକ୍ତି  ଆମପାଣି ପଞ୍ଚାୟତ ଟିର୍ଲିଆମ ଗ୍ରାମର ସଦା ମାଝି(୪୫) ବୋଲି ଜଣାପଡ଼ିଛି। ସେ ଜଣେ ମାନସିକ ବିକାର ଗ୍ରସ୍ତ ରହିଥିବା ପରିବାର ପକ୍ଷରୁ ସୂଚନା ମିଳିଛି। ଏନେଇ ପୋଲିସ ମୃତକଙ୍କ ପରିବାରଙ୍କ ଉପସ୍ଥିତିରେ ମୃତଦେହ ବ୍ୟବଚ୍ଛେଦ ପରେ ପୋଲିସ ପରିବାରକୁ ହସ୍ତାନ୍ତର କରିଛି। ଏନେଇ ଆମପାଣି ଥାନାରେ ଦୁର୍ଘଟଣା ଜନିତ ମାମଲା ୧୨୦/୨୨ ରୁଜୁକରି ତଦନ୍ତ ଜାରି ରହିଥିବା ନେଇ ତଦନ୍ତକାରୀ ପୋଲିସ ଅଧିକାରୀ ରାଜେଶ ପରିଡ଼ା ସୂଚନା ଦେଇଛନ୍ତି। ଅନ୍ୟପଟେ ଖବର ପାଇ ଆମପାଣି ସରପଞ୍ଚଙ୍କ ପ୍ରତିନିଧି ମନୋରଞ୍ଜନ ବାଣୁଆ ହସ୍ପିଟାଲରେ ପହଞ୍ଚି ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ହରିଶ୍ଚନ୍ଦ୍ର ସହାୟତା ପ୍ରଦାନ କରିବା ଓ ଅଜଣା ଗାଡ଼ି ଦୁର୍ଘଟଣାରେ ମୃତ୍ୟୁ ହେଲେ ସରକାରୀ କ୍ଷତିପୂରଣ ସହାୟତା ପାଇଁ ଆବଶ୍ୟକ ପଦକ୍ଷେପ ନେବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଫୁଟବଲରେ କର୍ଲାମୁଣ୍ଡା ବ୍ଲକ ଚାମ୍ପିୟନ, ୩ ଖେଳାଳି ରାଜ୍ୟସ୍ତରକୁ ମନୋନୀତ

କର୍ଲାମୁଣ୍ଡା,୩।୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲ୍ଲାସ୍ତରୀୟ ବିଦ୍ୟାଳୟ ଖେଳକୁଦ ପ୍ରତିଯୋଗିତାରେ କର୍ଲାମୁଣ୍ଡା ବ୍ଲକକୁ ମିଳିଛି ବଡ଼ ସଫଳତା। ୧୭ ବର୍ଷରୁ କମ ବର୍ଗର ଫୁଟବଲ ପ୍ରତିଯୋଗିତାରେ କର୍ଲାମୁଣ୍ଡା…

ଆଜି ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ମନ୍ଦିରରେ ଲାଗିଛି ଶ୍ରଦ୍ଧାଳଙ୍କୁ ଭିଡ଼

ଭବାନୀପାଟଣା,୩ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଶନିବାର ଅନୁଷ୍ଠିତ ହେବ। ଏଥିପାଇଁ ଦେବୀପୀଠ ଉତ୍ସବ ମୁଖର ହୋଇ…

କେସିଙ୍ଗା ଏନ୍‌ଏସିରେ ସ୍ବଚ୍ଛତା ଅଭିଯାନ

କେସିଙ୍ଗା,୨ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବଚ୍ଛତା ହିଁ ସେବା ଓ ସଫେଇ ଅଭିଯାନ ୨୦୨୬ ଶୁକ୍ରବାର ପାଳିତ ହୋଇଯାଇଛି। ଏହି…

ସଫେଇ ଅଭିଯାନରେ ସାମିଲ ହେଲେ ଅଧିକ୍ଷକ: କର୍ମଚାରୀଙ୍କୁ ଦେଲେ ସ୍ବଚ୍ଛତା ବାର୍ତ୍ତା

କେସିଙ୍ଗା, ୧।୧୦ (ତୁମେଶ୍ୱର ସାହୁ): ଆଗାମୀ ଗାନ୍ଧୀ ଜୟନ୍ତୀ ଏବଂ ଅକ୍ଟୋବର ୧ ତାରିଖର ସ୍ବତନ୍ତ୍ର ସ୍ବଚ୍ଛତା ଶ୍ରମଦାନ ଅବସରରେ କଳାହାଣ୍ଡି ଜିଲାର କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?