ବସ୍‌ ଚକ ତଳେ ଜୀବନ ଗଲା

ଖଣ୍ଡପଡ଼ା,୧ା୪: ସାମାନ୍ୟ ଅସାବଧାନତା ଯୋଗୁ ବସ୍‌ ଚକ ତଳେ ଚାପି ହୋଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଗୁରୁବାର ଖଣ୍ଡପଡା-ଖଳିସାହି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏହି ଦୁଃଖଦ ଘଟଣା ଘଟିଛି। ମୃତକ ହେଲେ ଖଣ୍ଡପଡ଼ା ଥାନା ଅଧୀନ ବୋଦସା ନୂଆସାହି ଗ୍ରାମର ଅରୁଣ କୁମାର ନାୟକ(୩୩)। ପୋଲିସ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି । ସୂଚନା ଅନୁଯାୟୀ, ଭୁବନେଶ୍ୱରରୁ ଖଣ୍ଡପଡ଼ା ଦେଇ ଦଶପଲ୍ଲା ଅଭିମୁଖେ ଏକ ଘରୋଇ ଯାତ୍ରୀବାହୀ ବସ ଯାଉଥିଲା । ସେହି ସମୟରେ ଏକ ବାଇକ୍‌ରେ ଖଣ୍ଡପଡ଼ାରୁ ବୋଦସା ଯାଉଥିବା ଅରୁଣ ସାମାନ୍ୟ ଅସାବଧାନତା ଯୋଗୁ ବସର ପଛ ବାମପଟ ଚକ ତଳେ ଖସି ପଡିଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ପୋଲିସ ବସ୍‌ ଓ ବାଇକ୍‌କୁ ଜବତ କରିଛି  । ଚାଳକ ଓ ହେଲପର ଫେରାର ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ...

ଶିକ୍ଷୟିତ୍ରୀରୁ ରାଜନୀତି: ଏବେ ବିିଧାୟକ ପଦ ପାଇଁ ଲଢିବେ

ଶିକ୍ଷକତାରୁ ଅବସର ଗ୍ରହଣ କରି ରାଜନୀତିରେ ପାଦ ଥାପିଛନ୍ତି ରଞ୍ଜିତା ମାର୍ଣ୍ଡିା ଦୀର୍ଘ ୩୦ବର୍ଷ ହେଲା ସ୍ବାମୀଙ୍କୁ ରାଜନୀତି କ୍ଷେତ୍ରରେ ସେ ସହଯୋଗ କରି ଆସିିଛନ୍ତି।...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୪।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

ନିର୍ମାଣର ବର୍ଷକ ମଧ୍ୟରେ ରାସ୍ତା ଦବିଲା

ଡେରାବିଶ,୨୩ା୪ (ବେବର୍ତ୍ତା ଅଜୟ ଦାସ):କେନ୍ଦ୍ରାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଡେରାବିଶ ଅଞ୍ଚଳର ମୁଖ୍ୟ ରାସ୍ତା କୁହାଯାଉଥିବା ୫୩ ନଂ. ଜାତୀୟ ରାଜପଥର ପଞ୍ଚୁପାଣ୍ଡବ ଛକ...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୨୩ା୪ (କଳ୍ପତରୁ ନାୟକ):ସରକାରୀ ଅନୁଦାନରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପଞ୍ଚାୟତ ସମିତିରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଆସୁଛି। ମାତ୍ର...

ପୋଲ ନିର୍ମାଣରେ ୧୧ କେଭି ବିଦ୍ୟୁତ୍‌ ଖୁଣ୍ଟ ବାଧକ

କୁଜଙ୍ଗ,୨୩।୪(ମନୋଜ ପ୍ରଧାନ):କୁଜଙ୍ଗ ବ୍ଲକ ବାଲିଆ ପଞ୍ଚାୟତ ଅନ୍ତର୍ଗତ ବଡ଼ଙ୍ଗ ଗ୍ରାମକୁ ସଂଯୋଗ କରୁଥିବା ତତ୍କାଳୀନ ଲୁଣା ନଦୀ ଉପରେ ଥିବା ଏକ ଅଣଓସାରିଆ ପୋଲକୁ ଓସାରିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri