Posted inଜାତୀୟ

ଗ୍ରୀଷ୍ମରେ ଦୁର୍ବିଷହ ହେବ ଜୀବନ

ନୂଆଦିଲ୍ଲୀ, ୨୯l୩: ଗତ ଫେବୃୟାରୀର ତାପମାତ୍ରା ୧୯୦୧ରୁ ସବୁଠାରୁ ଉତ୍ତପ୍ତମାସ ଭାବେ ରେକର୍ଡ କରାଯାଇଛି। ତେବେ ଆସନ୍ତା ସପ୍ତାହରୁ ଦେଶରେ ଗ୍ରୀଷ୍ମ ଲହରି ଆରମ୍ଭ ହେବା ସହ ତାପମାତ୍ରା ୫୦ ଡିଗ୍ରୀ ସେଲ୍‌ସିୟସ୍‌ ଛୁଇଁବ। ପୃଥିବୀ ବିଜ୍ଞାନ ମନ୍ତ୍ରଣାଳୟ ଅଧୀନ ଜାତୀୟ ପାଣିପାଗ ବିଭାଗ ପକ୍ଷରୁ ଏହା କୁହାଯାଇଛି। ବଢ଼ୁଥିବା ତାପମାତ୍ରା ଯୋଗୁ ଜନଜୀବନ କଲବଲ ହେବା ସାଙ୍ଗକୁ ବ୍ୟାପକ ଫସଲହାନି ହେବା ନେଇ ଆଶଙ୍କା ଥିବା ବିଭାଗ କହିଛି।
ପୂର୍ବବର୍ଷ ଅପେକ୍ଷା ଚଳିତବର୍ଷ ଦେଶରେ ଗ୍ରୀଷ୍ମ ଲହରି ବଢ଼ିବା ନେଇ ବିଶେଷଜ୍ଞମାନେ ଆଶଙ୍କା ବ୍ୟକ୍ତ କରିଛନ୍ତି। ଯେଉଁମାନଙ୍କ ଘରେ ବାୟୁ ଚଳାଚଳ ନେଇ ସୁବ୍ୟବସ୍ଥା ନାହିଁ ଏବଂ ଏୟାର କଣ୍ଡିଶନ୍‌ର ସୁବିଧା ନାହିଁ ସେହିମାନେ ଗ୍ରୀଷ୍ମ ପ୍ରବାହଜନିତ ଅସୁବିଧାରେ ଅଧିକ ସମ୍ମୁଖୀନ ହେବେ। ଗୁଳୁଗୁଳି ଏବଂ ତାପମାତ୍ରା ବୃଦ୍ଧି ଜନସାଧାରଣଙ୍କ ପାଇଁ ଚିନ୍ତାର କାରଣ ପାଲଟିବ ବୋଲି ଜଳବାୟୁ ବିଜ୍ଞାନୀ କିରନ ହଣ୍ଟ କହିଛନ୍ତି। ଅଧିକ ଗରମ ଅନୁଭୂତ ହେଉଥିବା ଅଞ୍ଚଳଗୁଡ଼ିକ ସାହାରା ମରୁଭୂମି ଭଳି ଉତ୍ତପ୍ତ ହେବେ। ଗ୍ଲୋବାଲ୍‌ ଓ୍ବାର୍ମିଂ ପାଇଁ ଖାଲି ଭାରତ ନୁହେଁ, ସାରା ବିଶ୍ୱବାସୀଙ୍କୁ ଗ୍ରୀଷ୍ମ ଲହରିଜନିତ ପୀଡ଼ା ଭୋଗିବାକୁ ପଡ଼ିବ। ଅନ୍ୟପକ୍ଷେ ବହୁ ସଂଖ୍ୟାରେ କଳକାରଖାନା ସ୍ଥାପନ ଏବଂ ଜଙ୍ଗଲ କ୍ଷୟ ତାପମାତ୍ରା ବୃଦ୍ଧିର ମୁଖ୍ୟ କାରଣ ବୋଲି କୁହାଯାଇପାରିବ। ଗ୍ରୀଷ୍ମ ଋତୁରେ ପ୍ରବାହିତ ଉତ୍ତପ୍ତ ଲହରି ଦୀର୍ଘ ସମୟ ପର୍ଯ୍ୟନ୍ତ ପ୍ରବାହିତ ହେବା ଯୋଗୁ ମୃତ୍ୟୁ ସଂଖ୍ୟା ବଢ଼ୁଥିବା ଜଣାପଡ଼ିଛି। ଲଗାତର କିଛି ବର୍ଷ ହେବ ଦେଶରେ ତାପମାତ୍ରା କ୍ରମାଗତ ଭାବେ ବଢ଼ିଚାଲିଛି। ଗତବର୍ଷ ମେ’ରେ ଉତ୍ତର ଭାରତରେ ସର୍ବାଧିକ ତାପମାତ୍ରା ରେକର୍ଡ କରାଯାଇଥିଲା। ତାପମାତ୍ରା ବଢ଼ିବା ଯୋଗୁ ଅନେକ ଅଞ୍ଚଳରେ ମୃତ୍ତିକା ଶୁଖିଲା ପଡ଼ିବ। ଫସଲ ନଷ୍ଟ ହେବା ସାଙ୍ଗକୁ ଜଳ ସଙ୍କଟ ଦେଖାଯିବ। ଏଥିସହ ମୌସୁମୀ ବିଳମ୍ବରେ ଆସିବା ନେଇ ଅଶଙ୍କା ପ୍ରକଟ କରିଛନ୍ତି ବିଶେଷଜ୍ଞ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri