କରୋନା ଟିକା ଆସିବା ପରେ ବି ୨୦୨୧ ଶେଷ ସୁଦ୍ଧା ସ୍ୱାଭାବିକ ହେବନାହିଁ ଜୀବନ!

ୱାଶିଂଟନ,୧୩ ।୯: କରୋନା ଭାଇରସ ଦିନକୁ ଦିନ କମ୍ ହେବା ପରିବର୍ତ୍ତେ ଏହା ବଢି ବଢି ଚାଲିଛି । ଆମେରିକା, ଭାରତ ଓ ବ୍ରାଜିଲରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଏବେବି ଚିନ୍ତାର ବିଷୟ ପାଲଟିଛି । ଏଥିରେ ମୃତକଙ୍କ ସଂଖ୍ୟା ବି ଦିନକୁ ଦିନ ବୃଦ୍ଧି ପାଉଛି । ଏହାକୁ ଦେଖିବା ପରେ ଆମେରିକାର ସଂକ୍ରମକ ରୋଗ ପରାମର୍ଶଦାତା ଏନ୍ଥନୀ ଫାଉସି କହିଛନ୍ତି କରୋନା ଟିକା ଆସିବା ପରେ ବି ୨୦୨୧ ଶେଷ ପର୍ଯ୍ୟନ୍ତ ସାଧାରଣ ଜୀବନ ସ୍ୱାଭାବିକ ହୋଇ ପାରିବ ନାହିଁ । ଏକ କାର୍ଯ୍ୟକ୍ରମକୁ ସମ୍ବୋଧନ କରିବା ବେଳେ ସେ ଏହା କହିଛନ୍ତି । ତାଙ୍କ ମତରେ ଆମେ ଯଦି କରୋନା ଭାଇରସ ସଂକ୍ରମଣ ପୂର୍ବ ଜୀବନ କଥା କହିବା ତେବେ ଏହା ମିଳିବା କଷ୍ଟକର ବ୍ୟାପାର । ଟିକା ପ୍ରସ୍ତୁତ ହୋଇଯିବ ସତ ଯାହା ଜୀବନକୁ ସ୍ୱାଭାବିକ କରିବାରେ ସହାୟକ ହେବ । ହେଲେ ବି ୨୦୨୧ ଶେଷ ପର୍ଯ୍ୟନ୍ତ ଜୀବନ ସ୍ୱାଭାବିକ ହୋଇ ପାରିବ ନାହିଁ । କାରଣ କରୋନାର ଯେଉଁ ଟିକା ଆସିବ ତାହା ସମସ୍ତଙ୍କ ପାଖରେ ପହଞ୍ଚି ପାରିବ ନାହିଁ । ଆମେରିକା ଯଦିଓ ଚଳିତ ବର୍ଷ ଶେଷ କିମ୍ବା ଆସନ୍ତା ବର୍ଷ ଆରମ୍ଭ ସୁଦ୍ଧା କରୋନା ଟିକା ନେଇ ଆସିବ । ହେଲେ ଯେଉଁମାନଙ୍କ ପାଇଁ ଜରୁରୀ ପ୍ରଥମେ ସେମାନଙ୍କୁ ପ୍ରାଧାନ୍ୟ ଦିଆଯିବ । ତେଣୁ ଟିକା ସମସ୍ତଙ୍କ ପାଖରେ ପହଞ୍ଚି ପାରିବ ନାହିଁ । ଆଉ ତା’ରି ଭିତରେ ୨୦୨୧ ବି ଶେଷ ହୋଇ ଯାଇଥିବ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କୁଲାଡ ରଥଯାତ୍ରା; ୧୨ରେ ପ୍ରସ୍ତୁତି ବୈଠକ, ରଥ ମରାମତି ପାଇଁ କାଠ ଚୟନ….

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ପ୍ରତିଷ୍ଠା ହୋଇଥିଲା। କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ମନ୍ଦିର…

କେସିଙ୍ଗା ମେଡିକାଲ ଉପରେ ପଡ଼ିଲା ଗଛ, ଭାଙ୍ଗିଗଲା….

କେସିଙ୍ଗା,୧୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବର୍ହିବିଭାଗ ସମ୍ମୁଖରେ ପଡ଼ିଗଲା ବିରାଟକାୟ ଗଛ । ଅଳ୍ପକେ ଦୁର୍ଘଟଣା ବର୍ତ୍ତିଯାଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ…

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri