ଘୂର୍ଣ୍ଣିଝଡ଼ ମୋନ୍ଥା କଟକଣା ମାନୁ ନାହାନ୍ତି ପର୍ଯ୍ୟଟକ, ପୁରୀରେ ଲାଇଫଗାର୍ଡଙ୍କୁ ଚପଲରେ ବାଡେଇଲେ

ପୁରୀ,୨୮।୧୦: ମୋନ୍ଥା ଘୂର୍ଣ୍ଣିଝଡ଼ ପ୍ରଭାବରେ ସମୁଦ୍ର ଅଶାନ୍ତ ହେବାରୁ ସୋମବାରରୁ ବୁଧବାର ଯାଏ ସମୁଦ୍ର ସ୍ନାନ ଉପରେ ନିଷେଧାଜ୍ଞା ଜାରି ହୋଇଛି। ମଙ୍ଗଳବାର ସେକ୍ଟର-୪ରେ ଜଣେ ଲାଇଫ୍‌ଗାର୍ଡ ପର୍ଯ୍ୟଟକ ଦମ୍ପତିଙ୍କ ଦ୍ୱାରା ଚପଲରେ ଆକ୍ରମଣର ଶିକାର ହୋଇଛନ୍ତି। ମହିଳା ପର୍ଯ୍ୟଟକଙ୍କୁ ସମୁଦ୍ରକୁ ନଯିବାକୁ ପରାମର୍ଶ ଦେବା ପରେ ଏହି ଘଟଣା ଘଟିଛି।

ଲାଇଫ୍‌ଗାର୍ଡ କହିଛନ୍ତି, “ଦମ୍ପତି ସମୁଦ୍ରକୁ ଯିବାକୁ ଚେଷ୍ଟା କରୁଥିଲେ, ଆମେ ବାରଣ କରିଥିଲୁ। କିନ୍ତୁ ସେମାନେ ଝଗଡ଼ା କରି ଚପଲରେ ଆକ୍ରମଣ କଲେ।” ଏହି ଘଟଣା ବିଷୟରେ ସେ ବରିଷ୍ଠ ଅଧିକାରୀଙ୍କୁ ଜଣାଇଛନ୍ତି ଓ ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ନେବାକୁ ଆଶ୍ୱାସନ ମିଳିଛି।

ସମସ୍ତ ୧୪ଟି ସେକ୍ଟରକୁ ରେଡ୍‌ ଜୋନ୍‌ ଘୋଷଣା କରାଯାଇଛି। ଅଧିକ ଲାଇଫ୍‌ଗାର୍ଡ ଓ ପୁଲିସ୍ ମୁତୟନ କରାଯାଇ ନଜରଦାରି କଡ଼ାକଡ଼ି କରାଯାଇଛି। ଏଫ୍‌ଡିଆର୍‌ ଇନ୍‌ଚାର୍ଜ ବିଘ୍ନେଶ ବେହେରା କହିଛନ୍ତି, “ପବନ ଗତି ଓ ଢେଉ ଉଚ୍ଚତା ବଢ଼ିଛି। ରେଡ୍‌ ଫ୍ଲାଗ୍ ଲଗାଯାଇଛି, ପର୍ଯ୍ୟଟକଙ୍କୁ ସଚେତନ କରାଯାଉଛି। ଆକ୍ରମଣ ଘଟଣାର ସମୀକ୍ଷା କରି ଉଚିତ ପଦକ୍ଷେପ ନିଆଯିବ।”


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri