ଡ୍ରିମ୍‌ସ ଅଧ୍ୟକ୍ଷଙ୍କୁ ଲାଇଫ୍‌ଟାଇମ୍‌ ଆଚିଭ୍‌ମେଣ୍ଟ ଆୱାର୍ଡ

ଭୁବନେଶ୍ୱର,୨୩।୧୧ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଡ୍ରିମ୍‌ସ ଗ୍ରୁପ୍‌ ଏବଂ ଡ୍ରିମ୍‌ସ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ଅଧ୍ୟକ୍ଷ ତଥା ବିଶିଷ୍ଠ ଉଦ୍ୟୋଗପତି ଡ.ପ୍ରମୋଦ ଚନ୍ଦ୍ର ରଥଙ୍କୁ ନିକଟରେ ଆଉ ଏକ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି ଭିତ୍ତିଭୂମି ନିର୍ମାଣ ଓ ସାମଗ୍ରିକ ବିକାଶ କ୍ଷେତ୍ରରେ ଉତ୍କର୍ଷ ହାସଲ ନିମନ୍ତେ ଡ. ପ୍ରମୋଦ ଚନ୍ଦ୍ର ରଥଙ୍କୁ ‘ଲାଇଫ୍‌ଟାଇମ୍‌ ଆଚିଭ୍‌ମେଣ୍ଟ ଆୱାର୍ଡ’ ଦିଆଯାଇଛି।
ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରଠାରେ ଆୟୋଜିତ ‘ଓଡ଼ିଶା ଇନ୍‌ଫ୍ରାଷ୍ଟ୍ରକଚର କନ୍‌କ୍ଲେଭ-୨୦୨୪’ ଅବସରରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ପ୍ରମୁଖ ସମ୍ମାନିତ ଅତିଥି ଯୋଗଦେଇ ଡ. ରଥଙ୍କୁ ଏହି ସମ୍ମାନ ପ୍ରଦାନ ସହ ଶୁଭେଚ୍ଛା ଜଣାଇଥିଲେ। ଏପରିକି ଅଲ୍‌ ଓଡ଼ିଶା କଣ୍ଟ୍ରାକ୍ଟର ୱେଲ୍‌ଫେୟାର ଆସୋସିଏସନର ସଭାପତି ଜେ.ପାତ୍ରଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ସମ୍ମାନ ସମାରୋହ ଉତ୍ସବରେ ଏକାମ୍ର ବିଧାୟକ ବାବୁ ସିଂ, ସଙ୍ଗଠନର ଉପଦେଷ୍ଟା ଜଗନ୍ନାଥ ପ୍ରଧାନ,ସମ୍ପାଦକ ଦିଲୀପ କୁମାର ଜେନା, ଶିଳ୍ପୋଦ୍ୟୋଗୀ ଇଂ. ଦୁର୍ଗାପ୍ରସାଦ ରଥ, ଇଂ ଶିବପ୍ରସାଦ ରଥଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ। ୧୯୫୮ଜାନୁୟାରୀ ୨୬ରେ କଟକ ଜିଲା ଟାଙ୍ଗୀଠାରେ ଜନ୍ମ ଗ୍ରହଣ କରିଥିବା ଡ.ରଥ ଶିକ୍ଷା ସମାପ୍ତି ପରେ ନିର୍ମାଣ କ୍ଷେତ୍ରରେ ପାଦ ଦେଇଥିଲେ। ଏପରିକି ତାଙ୍କ ଦ୍ୱାରା ସ୍ଥାପିତ ‘ଶ୍ରୀ ଦୁର୍ଗା କଣ୍ଡେଭ୍‌ ପ୍ରା.ଲିଃ’ ଦୀର୍ଘ ୫୦ବର୍ଷ ଧରି ଭାରତୀୟ ରେଳପଥ,ଜାତୀୟ ରାଜପଥ ପ୍ରାଧିକରଣ, ପୂର୍ତ୍ତ, କୃଷି, ଜଳସେଚନ ଭଳି ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପ୍ରମୁଖ ବିଭାଗ ଅଧୀନରେ ଅନେକ ବୃହତ୍‌ ପ୍ରକଳ୍ପ ହାତକୁ ନେଇ ସଫଳତାର ସହ ସମୟ ଅବଧି ଭିତରେ ସମ୍ପନ୍ନ କରି ନିଜର କାର୍ଯ୍ୟଦକ୍ଷତାର ପ୍ରମାଣ ଦେଇଛନ୍ତି। ବିଶେଷକରି ଗ୍ରାମାଞ୍ଚଳରେ ଉଚ୍ଚତ୍ତର ଓ ଗୁଣାମତ୍କ ବୈଷୟିକ ଏବଂ ଡାକ୍ତରୀ ଶିକ୍ଷା, ଉନ୍ନତ ଚିକିସତ୍ା ସୁବିଧା ପାଇଁ କଟକର ଟାଙ୍ଗୀଠାରେ ଡ୍ରିମ୍‌ସ ବିଶ୍ୱବିଦ୍ୟାଳୟ, ମେଡିକାଲ କଲେଜ ଓ ପଦ୍ମିନୀ କେୟାର ସୁପରସ୍ପେଶିଆଲିଟି ହସ୍ପିଟାଲ ଭଳି ଅନୁଷ୍ଠାନ ସ୍ଥାପନକରି ଡ. ରଥ ସାଧାରଣରେ ପ୍ରଶଂସାଭାଜନ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?