ମୀନକେତନଙ୍କୁ ଲାଇଫ୍‌ଟାଇମ୍‌ ଆଚିଭମେଣ୍ଟ ଆଓ୍ବାର୍ଡ

ଭୁବନେଶ୍ୱର,୨୧ା୧୧(ଅନୁରାଧା ମହାରଣା): ସମଗ୍ର ଓଡ଼ିଶା ଏବଂ ଭାରତରେ ନେଚେରୋପାଥି ଚିକିସତ୍ା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଅନ୍ତର୍ଜାତୀୟ ନେଚେରୋପାଥି ସଙ୍ଗଠନ ତଥା ୱାଲଡେନ ଉଡ୍‌ସ ଫାଉଣ୍ଡେଶନ ପକ୍ଷରୁ ହେଲ୍‌ଥଭିଲେର ଚେୟାରମ୍ୟାନ ଡ. ସତ୍ୟବ୍ରତ ମୀନକେତନଙ୍କୁ ଲାଇଫ୍‌ଟାଇମ୍‌ ଆଚିଭମେଣ୍ଟ ଆଓ୍ବାର୍ଡ (ଜୀବନବ୍ୟାପୀ କୃତିିତ୍ୱ ସମ୍ମାନ)ରେ ସମ୍ମାନିତ କରାଯାଇଛି। ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରଠାରେ ଆୟୋଜିତ ଏକ ସ୍ବତନ୍ତ୍ର ସମ୍ମାନ ସମାରୋହ ଉତ୍ସବରେ ନବରତ୍ନ ପି.ଏସ.ୟୁ.ର ପ୍ରାକ୍ତନ ଚେୟାରମ୍ୟାନ ତଥା ଭୁବନେଶର ସ୍ମାର୍ଟସିଟି ପ୍ରକଳ୍ପର ନିର୍ଦ୍ଦେଶକ ଶରତ କୁମାର ଆଚାର୍ଯ୍ୟ, ଏମ୍ସର ପୂର୍ବତନ ତଥା ବର୍ତ୍ତମାନର ସୋଆ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଅଶୋକ କୁମାର ମହାପାତ୍ର ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇ ଡ. ମୀନକେତନଙ୍କୁ ଉକ୍ତ ସମ୍ମାନରେ ସମ୍ମାନିତ କରିଛନ୍ତି। ବିଶେଷକରି ପ୍ରାକୃତିକ ଚିକିତ୍ସା ପଦ୍ଧତି ଦ୍ୱାରା ସାମଗ୍ରିକ ସୁସ୍ଥତାକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ନେଚେରୋପାଥି ଚିକିତ୍ସାର ଆବଶ୍ୟକତା ରହିଛି। ଏପରିକି ସମଗ୍ର ପୂର୍ବାଞ୍ଚଳ ଜୋନର ପ୍ରସିଦ୍ଧ ନେଚେରୋପାଥି କେନ୍ଦ୍ର ହେଲ୍‌ଥଭିଲେର ପ୍ରତିଷ୍ଠାତା ଡ. ସତ୍ୟବ୍ରତ ମୀନକେତନ ଦୀର୍ଘ ବର୍ଷଧରି ନିରବଚ୍ଛିନ୍ନ ସାଧନା କରିଆସୁଛନ୍ତି। ଏ ସମ୍ପର୍କରେ ଡ. ସତ୍ୟବ୍ରତ ମୀନକେତନ କହିଥିଲେ, ପ୍ରାକୃତିକ ଚିକିତ୍ସାର ଅତି ସହଜ, ସରଳ ପ୍ରତିକ୍ରିୟା ବିହୀନ, ନିରାମୟ ପଦ୍ଧତି ସ୍ବାସ୍ଥ୍ୟ କ୍ଷେତ୍ରରେ ଜନହିତୈଷୀ ବିପ୍ଳବ ଆଣିପାରିବ। ସେହିଭଳି ହେଲଥଭିଲେର ମୁଖ୍ୟ ଚିକିତ୍ସକ ଡ. ମିଲିନ୍ଦ ପରାସର ପ୍ରାକୃତିକ ଚିକିତ୍ସା ପ୍ରଣାଳୀ ସମ୍ପର୍କରେ ବିସ୍ତୃତ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଟିଆ ମହିଳାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ କରି ବନ୍ଧାହେଲେ ଘରମାଲିକ

କେନ୍ଦୁଝର,୧୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ ଅଭିଯୋଗରେ ଘର ମାଲିକଙ୍କୁ ଗିରଫ କରିଛି। ଅଭିଯୁକ୍ତ ପୁରୀ ଜିଲା ତାଳବଣିଆ…

ଭାରତର ଗୁରୁତ୍ୱକୁ ଅନୁଭବ କରୁଛି ବାଂଲାଦେଶ, ଏବେ କରୁଛି ଏମିତି ଚିନ୍ତା

ଢାକା,୧୧।୫: ବାଂଲାଦେଶ ଏବେ ଭାରତ ସହିତ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ଚାହୁଁଛି। ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ଜଣେ ବରିଷ୍ଠ ପରାମର୍ଶଦାତାଙ୍କ ପକ୍ଷରୁ ଏ ସମ୍ପର୍କରେ ଏକ ବିବୃତ୍ତି ପ୍ରକାଶ…

ପଡ଼ୋଶୀଙ୍କ କୋଦାଳ ଆଉ ଶାବଳମାଡ଼ରେ ମହିଳାଙ୍କ ଜୀବନ ଗଲା

ଖଇରା,୧୧ା୫(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ହରିପୁର ଗ୍ରାମରେ ଘର ତିଆରି ପାଇଁ ସେଣ୍ଟରିଂ ବେଳେ ଅଭାବନୀୟ ଘଟଣା ଘଟି ଯାଇଛି। ସୀମା ବିବାଦକୁ…

ମୋଦିଙ୍କ ବଡ଼ ଉପଦେଶ, କହିଲେ ଘରୁ ରହି କାମ କରିବାକୁ…

ନୂଆଦିଲ୍ଲୀ,୧୧।୫:  ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ବିଶ୍ୱ ବଜାରରେ ତୈଳ ସଙ୍କଟ ଦେଖାଦେଇଥିବାବେଳେ ଭାରତରେ ପେଟ୍ରୋଲ ଓ ଡିଜେଲ ଦର ବଢ଼ିବା ଆଶଙ୍କା କରାଯାଉଛି। ପଶ୍ଚିମ ଏସିଆ ସଙ୍କଟ…

ଗୋଡ଼ାଇ ଗୋଡ଼ାଇ ଯୁବକଙ୍କୁ ହତ୍ୟା କଲେ ଖଣି ମାଫିଆ, ଶରୀରର ଅନେକ ସ୍ଥାନରେ ରହିଛି…

ନୟାଗଡ଼,୧୧ା୫(ଲୋକନାଥ ମିଶ୍ର): ମାଙ୍କଡ଼ାପଥର ଚୋରାଚାଲାଣକୁ ବିରୋଧ କରିବାରୁ ରବିବାର ବିଳମ୍ବିତ ରାତିରେ ଓଡ଼ଗାଁ ବିଜୟ ମଣ୍ଡପସାହିର ଅଜିତ ସାହୁ(୩୫)ଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଛନ୍ତି ମାଫିଆ। ଏହି…

ଆମେରିକାକୁ କଡ଼ା ଜବାବ ଦେଲା ଇରାନ!

ତେହରାନ,୧୧।୫: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଉଥିବା ପରି ମନେ ହେଉଛି। ଗୋଟିଏ ପଟେ, ଆମେରିକା ସମାଧାନ ପାଇଁ ଚାପ ପ୍ରୟୋଗ…

ରାହୁଲଙ୍କୁ ମହଙ୍ଗା ପଡ଼ିଲା ଥାଲାପତିଙ୍କ ସହ ଇନଷ୍ଟା ରିଲ ଶେୟାର କରିବା

ନୂଆଦିଲ୍ଲୀ,୧୧।୫: ତାମିଲନାଡୁରେ ବିଜୟ ଥାଲାପତିଙ୍କ ଶପଥ ଗ୍ରହଣ ସମାରୋହ ସମୟରେ, ଟିଭିକେ ମୁଖ୍ୟ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ସହ ମଞ୍ଚ ଉପରେ ଏକ ରିଲ…

ସ୍ତ୍ରୀଙ୍କ ହାତ ଗୋଡ଼ ବାନ୍ଧି ମାରିବା ପାଇଁ ସ୍ବାମୀଙ୍କ ଉଦ୍ୟମ, ଜ୍ୱାଇଁଙ୍କୁ ମାଡ଼ ମାରି ଶ୍ୱଶୁର ଘର ଲୋକେ…

ମହାକାଳପଡ଼ା,୧୧ା୫ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ସ୍ଥାନୀୟ ଖରିନାଶୀ ଗ୍ରାମର ମନୋରଞ୍ଜନ ଗିରି ୧୪ ବର୍ଷ ପୂର୍ବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri