ନବୀନ ଜିନ୍ଦଲଙ୍କୁ ଲାଇଫ୍‌ ଟାଇମ୍‌ ଆଚିଭମେଣ୍ଟ ଆୱାର୍ଡ

ନୂଆଦିଲ୍ଲୀ,୩୦।୩: ଦେଶର ପ୍ରମୁଖ ଘରୋଇ ଶିଳତପ ପ୍ରତିଷ୍ଠାନ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି)ର ଚେୟାରମ୍ୟାନ ନବୀନ ଜିନ୍ଦଲଙ୍କୁ ନିକଟରେ ‘ଲାଇଫ୍‌ ଟାଇମ୍‌ ଆଚିଭମେଣ୍ଟ ଆୱାର୍ଡ’ ସମ୍ମାନ ସମ୍ମାନିତ କରାଯାଇଛି। ବିଶେଷ କରି ଶିଳ୍ପ, ରାଜନୀତି ଏବଂ ଶିକ୍ଷା କ୍ଷେତ୍ରରେ ଅତୁଳନୀୟ ଅବଦାନ ପାଇଁ ନବୀନ ଜିନ୍ଦଲଙ୍କୁ ଟେକ୍ସାସ ୟୁନିଭରସିଟି (ଡଲାସ) ପକ୍ଷରୁ ଆଜୀବନ ଆଚିଭମେଣ୍ଟ ଆୱାର୍ଡ ଦିଆଯାଇଛି। ଏପରିକି ୨୦୨୩ ମାର୍ଚ୍ଚ ୨୫ରେ ବିଶ୍ୱବିଦ୍ୟାଳୟ ଦ୍ବାରା ଆୟୋଜିତ ଏକ ସ୍ବତନ୍ତ୍ର ସମାରୋହରେ ନବୀନ ଜିନ୍ଦଲଙ୍କୁ ଉପରୋକ୍ତ ସମ୍ମାନ ପ୍ରଦାନ କରାଯାଇଥିଲା। ସେହିଭଳି ଉକ୍ତ ବିଶ୍ୱବିଦ୍ୟାଳୟ ୧୯୯୨ବ୍ୟାଚର ପୁରାତନ ଛାତ୍ର ନବୀନ ଜିନ୍ଦଲ ୨ୟ ବ୍ୟକ୍ତି ଭାବେ ସମ୍ମାନଜନକ ଲାଇଫ୍‌ ଟାଇମ୍‌ ଆଚିଭମେଣ୍ଟ ଆୱାର୍ଡ ହାସଲ କରିଛନ୍ତି। ଏହା ପୂର୍ବରୁ ନୋବେଲ ବିଜେତା ଅଜିଜ ସୈଂକର ଉକ୍ତ ସମ୍ମାନଜନକ ପୁରସ୍କାର ପାଇଥିଲେ ବୋଲି ବିଶ୍ୱବିଦ୍ୟାଳୟ ପକ୍ଷରୁ କୁହାଯାଇଛି। ଅପରପକ୍ଷରେ ଟେକ୍ସାସ ୟୁନିଭରସିଟି (ଡଲାସ) ର ଛାତ୍ର ଭାବେ ନବୀନ ଜିନ୍ଦଲ ଷ୍ଟୁଡେଣ୍ଟ ଗଭର୍ଣ୍ଣମେଣ୍ଟର ଉଭୟ ଉପାଧ୍ୟକ୍ଷ ଏବଂ ଅଧ୍ୟକ୍ଷ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ ଏବଂ ଷ୍ଟୁଡେଣ୍ଟ ଲିଡର ଅଫ୍‌ ଦି ଇୟର ପୁରସ୍କାର ମଧ୍ୟ ପାଇଥିଲେ। ଏପରିକି ୨୦୧୦ରେ ସେ ବିଶ୍ୱବିଦ୍ୟାଳୟର ବିଶିଷ୍ଟ ଆଲୁମିନି ପୁରସ୍କାର ସହ ସମ୍ମାନିତ ମଧ୍ୟ ହୋଇଥିଲେ। ଟେକ୍ସାସ ୟୁନିଭରସିଟି (ଡଲାସ)ର ସ୍କୁଲ୍‌ ଅଫ୍‌ ମ୍ୟାନେଜମେଣ୍ଟକୁ ୨୦୧୧ରେ ନବୀନ ଜିନ୍ଦଲ ସ୍କୁଲ୍‌ ଅଫ୍‌ ମ୍ୟାନେଜମେଣ୍ଟ ଭାବେ ପୁନଃ ନାମକରଣ କରି ନିଜର ଅତିବିଶିଷ୍ଟ ପୁରାତନ ଛାତ୍ରଙ୍କୁ ସମ୍ମାନିତ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri