ଶିବ ନାଦାରଙ୍କୁ ଲାଇଫ୍‌ ଟାଇମ୍‌ ଆଚିଭମେଣ୍ଟ ଆଓ୍ବାର୍ଡ

ନୂଆଦିଲ୍ଲୀ,୨୬।୧୦: ଅନ୍ତଃରାଷ୍ଟ୍ରୀୟ ସାମାଜିକ ଅନୁଷ୍ଠାନ ୟୁଏସ୍‌-ଇଣ୍ଡିଆ ଷ୍ଟ୍ରାଟେଜିକ୍‌ ପାର୍ଟନରଶିପ୍‌ ଫୋରମ୍‌ (ୟୁଏସ୍‌ଆଇଏସ୍‌ପିଏଫ୍‌) ପକ୍ଷରୁ ଏଚ୍‌ସିଏଲ୍‌ ଏବଂ ଶିବ ନାଦାର ଫାଉଣ୍ଡେଶନର ପ୍ରତିଷ୍ଠାତା ଶିବ ନାଦାରଙ୍କୁ ଲାଇଫ୍‌ ଟାଇମ୍‌ ଆଚିଭମେଣ୍ଟ ଆଓ୍ବାର୍ଡ ପ୍ରଦାନ କରାଯାଇଛି। ବିଶେଷକରି ୟୁଏସ୍‌ଆଇଏସ୍‌ପିଏଫ୍‌ ହେଉଛି ଏକ ବାଇଲାଟେରାଲ୍‌ ଅଣ-ଲାଭଜନକ ଅନୁଷ୍ଠାନ, ଯାହାକି ଭାରତ ଓ ଯୁକ୍ତରାଷ୍ଟ୍ର ଆମେରିକା ମଧ୍ୟରେ କୌଶଳଗତ ସମ୍ପର୍କର ନିର୍ମାଣ କରିବାରେ ଧ୍ୟାନ ଦେଉଛି। ଉକ୍ତ ଅନୁଷ୍ଠାନ ନିକଟରେ ଏଚ୍‌ସିଏଲ୍‌ ଏବଂ ଶିବ ନାଦାର ଫାଉଣ୍ଡେଶନର ପ୍ରତିଷ୍ଠାତା ଶିବ ନାଦାରଙ୍କୁ ପ୍ରଯୁକ୍ତି ଉଦ୍ୟୋଗ କ୍ଷେତ୍ର ଓ ଲୋକ ଉପକାର କ୍ଷେତ୍ରରେ ତାଙ୍କର ବଳିଷ୍ଠ ଅବଦାନ ପାଇଁ ୟୁଏସ୍‌ଆଇଏସ୍‌ପିଏଫ୍‌ ଲାଇଫ୍‌ ଟାଇମ୍‌ ଆଚିଭମେଣ୍ଟ ଆଓ୍ବାର୍ଡ ସମ୍ମାନରେ ସମ୍ମାନିତ କରିଛି। ତାଙ୍କର ଏହି ଜନମଙ୍ଗଳକାରୀ ପଦକ୍ଷେପ ମାଧ୍ୟମରେ ଅନେକ ପିଲା ଶିକ୍ଷାର ସୁଯୋଗ ପାଇପାରିଛନ୍ତି। ଏ ସମ୍ପର୍କରେ ଶିବ ନାଦାର କହିଛନ୍ତି, ଏହି ପୁରସ୍କାର ଗ୍ରହଣ କରିବାର ସୁଯୋଗ ମିଳିଥିବାରୁ ମୁଁ ଅତ୍ୟନ୍ତ ଆନନ୍ଦିତ। ଏଚ୍‌ସିଏଲ୍‌ ଟେକ୍‌ ହେଉଛି ବିଶ୍ୱର ଟପ୍‌ ଟେକ୍ନୋଲୋଜି କମ୍ପାନୀଗୁଡ଼ିକ ମଧ୍ୟରୁ ଅନ୍ୟତମ। ଏହା ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରୁଛି। ସେହିଭଳି ୟୁଏସ୍‌ଆଇଏସ୍‌ପିଏଫ୍‌ର ସଭାପତି ତଥା ସିଇଓ ଡା. ମୁକେଶ ଅଘି କହିଛନ୍ତି,ଏଚ୍‌ସିଏଲ୍‌ ଗ୍ରୁପ୍‌ର ଅଭିନବ କାର୍ଯ୍ୟ ଯୋଗୁ ଉଭୟ ୟୁଏସ୍‌ ଓ ଭାରତରେ ଅନେକ ସମନ୍ବିତ ବିକାଶ ଏବଂ ସାମାଜିକ ଉନ୍ନତି ସମ୍ଭବ ହୋଇପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଆରପି ଥାନା ଦାବି କଲା ରେଳ ଉପଭୋକ୍ତା ସଂଘ

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଳ ଉପଭୋକ୍ତା ସଂଘର ଏକ ପ୍ରତିନିଧି ଦଳ ଗୁରୁବାର ବରଗଡ଼ ଏସ୍‌ପି ଶ୍ରୀ ରବୀନ୍ଦ୍ର ନାଥ ଶତପଥୀଙ୍କୁ ଫେରାଦ ହୋଇଥିଲେ। ନୂତନ…

କାଠଯୋଡ଼ି ନଦୀରୁ ମୃତଦେହ ଉଦ୍ଧାର ମାମଲା: ମୃତ ଯୁବତୀ FM ମେଡିକାଲ କଲେଜ ଛାତ୍ରୀ, ଘର…

କଟକ/ବାରଙ୍ଗ,୪।୬(ପ୍ରଭୁ କଲ୍ୟାଣ ପାଲ/ ଲିଙ୍ଗରାଜ ରାଉତ): କଟକ ଜିଲା ବାରଙ୍ଗ ଥାନା ଅଧୀନ କାଠଯୋଡ଼ି ନଦୀରୁ ଗୁରୁବାର ଭୋରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ସେ ହେଲେ…

ବୁଲା କୁକୁର ଆତଙ୍କ, ଗୋଟିଏ ଦିନରେ ୭ଜଣଙ୍କୁ କାମୁଡ଼ିଲା

ଅମ୍ବାଦଳା,୪।୬(ରବୀନ୍ଦ୍ର ପଣ୍ଡା): ରାୟଗଡ଼ା ଜିଲା ଅମ୍ବାଦଳା ଅଞ୍ଚଳରେ ବୁଲା କୁକୁର ଆତଙ୍କ ଦେଖାଦେଇଛି। ଗୁରୁବାର ଏକ ବୁଲା କୁକୁର କାମୁଡାରେ ଜଣେ ଶିଶୁଙ୍କ ସହ ମୋଟ ୭ଜଣ…

ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ, ବନ୍ଧା ହେଲେ ଜମି ମାଲିକ

କୋରୁକୋଣ୍ଡା,୪।୬(ଶିବଦତ୍ତ ସାହୁ): ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ମାଲକାନଗିରି ଜିଲା ଓର୍କେଲ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ…

ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ: ଖାର୍ଗେ-ପୱନ ଖେରା କର୍ନାଟକରୁ ମନୋନୀତ

ନୂଆଦିଲ୍ଲୀ,୪।୬: କଂଗ୍ରେସ ଦଳ କର୍ନାଟକ, ମଧ୍ୟ ପ୍ରଦେଶ, ରାଜସ୍ଥାନ, ତାମିଲନାଡୁ ଏବଂ ଝାଡ଼ଖଣ୍ଡ ରାଜ୍ୟ ପାଇଁ ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ କର୍ନାଟକରୁ…

ପଦ୍ମପୁରରେ ନିଶା କାରବାର ଉପରେ ଚଢାଉ: ୨୨ ବସ୍ତା ବେଆଇନ କଫ୍ ସିରପ୍ ଜବତ, ୨ ଗିରଫ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ବେଆଇନ ନିଶାଦ୍ରବ୍ୟ କାରବାର ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରି ପୋଲିସ…

ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜ୍‌ମେଣ୍ଟ ଛାତ୍ରୀଛାତ୍ରଙ୍କ ସଫଳତା, ଏନ୍‌. ଝାନ୍ସିରାଣୀ ବିଶ୍ବବିଦ୍ୟାଳୟ ଟପ୍ପର

ବରଗଡ,୪।୬(ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଅନୁଷ୍ଠିତ ବିବିଏ ପରୀକ୍ଷାରେ ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜମେଣ୍ଟର ଛାତ୍ରୀଛାତ୍ରମାନେ ସଫଳତା ହାସଲ କରି ଅନୁଷ୍ଠାନ ଓ ସମଗ୍ର…

ଅବସର ନେଲେ ଭାରତର ଏହି ଉଇକେଟକିପର ବ୍ୟାଟର, ଜାଣନ୍ତୁ…

ମୁମ୍ବାଇ, ୪ା୬- ଉଇକେଟକିପର ବ୍ୟାଟର କେଏସ୍‌ ଭରତ ଗୁରୁବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ସେ ଇନ୍‌ଷ୍ଟାଗ୍ରାମ ପୋଷ୍ଟ ଜରିଆରେ ଏହି ନେଇ ସୂଚନା ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri