ମୁଖ୍ୟମନ୍ତ୍ରୀଙ୍କୁ ମିଳିବ ଲାଇଫ୍‌ ଟାଇମ୍‌ ଆଚିଭ୍‌ମେଣ୍ଟ ଆଓ୍ବାର୍ଡ

ଭୁବନେଶ୍ୱର,୩୦ା୮(ବ୍ୟୁରୋ):ସଫଳ ଓ ଉଲ୍ଲେଖନୀୟ ନେତୃତ୍ୱ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଲାଇଫ୍‌ ଟାଇମ୍‌ ଆଚିଭ୍‌ମେଣ୍ଟ ଆଓ୍ବାର୍ଡ ମିଳିବ। ଆସନ୍ତା ୪ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ କ୍ୟାପିଟାଲ୍‌ ଫାଉଣ୍ଡେଶନ ପକ୍ଷରୁ ଏହି ଆଓ୍ବାର୍ଡରେ ସମ୍ମାନିତ କରାଯିବ। ସୁପ୍ରିମ କୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଏନ୍‌.ଭି. ରମନ୍ନା ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀଙ୍କୁ ସମ୍ମାନିତ କରିବେ। ନୂଆଦିଲ୍ଲୀର ଇଣ୍ଡିଆ ଇଣ୍ଟରନ୍ୟାଶନାଲ ସେଣ୍ଟର ଅଡିଟୋରିୟମରେ ସେପ୍ଟେମ୍ବର ୪, ପୂର୍ବାହ୍ନ ୧୧ଟା ୩୦ ମିନିଟ୍‌ରେ ମୁଖ୍ୟମନ୍ତ୍ରୀଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ। ନବୀନଙ୍କ ନେତୃତ୍ୱରେ ଓଡ଼ିଶାର ରୂପାନ୍ତରଣ ଯାତ୍ରା ଜାରି ରହିଛି।
ଗତ ଦୁଇ ଦଶନ୍ଧିରେ ଓଡ଼ିଶା ସବୁକ୍ଷେତ୍ରରେ ଦ୍ରୁତ ବିକାଶ କରିଛି। ନବୀନଙ୍କ ସରଳତା, ଦରଦୀ ହୃଦୟ, ନିର୍ମଳ ଭାବମୂର୍ତ୍ତି ଲୋକଙ୍କ ହୃଦୟ ଜିତିପାରିଛି। ୧୯୮୭ରେ ପ୍ରତିଷ୍ଠିତ କ୍ୟାପିଟାଲ ଫାଉଣ୍ଡେଶନରେ ସାଂସଦ, ସାମାଜିକ କର୍ମୀ, ବିଚାରପତି, ରାଜଦୂତ, ସାମ୍ବାଦିକ, ସ୍କଲାର ଓ ପ୍ରଫେସନାଲମାନେ ମିଳିତ ଭାବେ ନିଜର ଭାବ ବିନିମୟ କରିଥାଆନ୍ତି। ପୂର୍ବରୁ କ୍ୟାପିଟାଲ ଫାଉଣ୍ଡେଶନ ଦ୍ୱାରା ପୂର୍ବତନ ପ୍ରଧାନମନ୍ତ୍ରୀ ଆଇ.କେ. ଗୁଜରାଲ, ବରିଷ୍ଠ ଆଡ୍‌ଭୋକେଟ ରାମ ଜେଠାମାଲାନୀ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ମୁରଲୀ ମନୋହର ଯୋଶୀ, ପୂର୍ବତନ ଲୋକ ସଭା ବାଚସ୍ପତି ସୋମନାଥ ଚାଟାର୍ଜୀ, ସୁପ୍ରିମ୍‌କୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଏନ୍‌.ଭି. ରମନ୍ନା ପ୍ରମୁଖ ପୁରସ୍କୃତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ପୁଟିନଙ୍କ ବାସଭବନକୁ ୟୁକ୍ରେନର ଡ୍ରୋନ୍ ମାଡ଼; ଏପରି ପ୍ରତିକ୍ରିୟା ଦେଲେ ଜେଲେନସ୍କି

ନୂଆଦିଲ୍ଲୀ,୨୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ୟୁକ୍ରେନ ଡ୍ରୋନ୍ ମାଧ୍ୟମରେ ଆକ୍ରମଣ କରିଥିବା ରୁଷିଆ ଦାବି କରିଛି। ତେବେ ଏହି ଅଭିଯୋଗକୁ ସମ୍ପୂର୍ଣ୍ଣ ମିଥ୍ୟା...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri