ମୁଖ୍ୟମନ୍ତ୍ରୀଙ୍କୁ ମିଳିବ ଲାଇଫ୍‌ ଟାଇମ୍‌ ଆଚିଭ୍‌ମେଣ୍ଟ ଆଓ୍ବାର୍ଡ

ଭୁବନେଶ୍ୱର,୩୦ା୮(ବ୍ୟୁରୋ):ସଫଳ ଓ ଉଲ୍ଲେଖନୀୟ ନେତୃତ୍ୱ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଲାଇଫ୍‌ ଟାଇମ୍‌ ଆଚିଭ୍‌ମେଣ୍ଟ ଆଓ୍ବାର୍ଡ ମିଳିବ। ଆସନ୍ତା ୪ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ କ୍ୟାପିଟାଲ୍‌ ଫାଉଣ୍ଡେଶନ ପକ୍ଷରୁ ଏହି ଆଓ୍ବାର୍ଡରେ ସମ୍ମାନିତ କରାଯିବ। ସୁପ୍ରିମ କୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଏନ୍‌.ଭି. ରମନ୍ନା ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀଙ୍କୁ ସମ୍ମାନିତ କରିବେ। ନୂଆଦିଲ୍ଲୀର ଇଣ୍ଡିଆ ଇଣ୍ଟରନ୍ୟାଶନାଲ ସେଣ୍ଟର ଅଡିଟୋରିୟମରେ ସେପ୍ଟେମ୍ବର ୪, ପୂର୍ବାହ୍ନ ୧୧ଟା ୩୦ ମିନିଟ୍‌ରେ ମୁଖ୍ୟମନ୍ତ୍ରୀଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ। ନବୀନଙ୍କ ନେତୃତ୍ୱରେ ଓଡ଼ିଶାର ରୂପାନ୍ତରଣ ଯାତ୍ରା ଜାରି ରହିଛି।
ଗତ ଦୁଇ ଦଶନ୍ଧିରେ ଓଡ଼ିଶା ସବୁକ୍ଷେତ୍ରରେ ଦ୍ରୁତ ବିକାଶ କରିଛି। ନବୀନଙ୍କ ସରଳତା, ଦରଦୀ ହୃଦୟ, ନିର୍ମଳ ଭାବମୂର୍ତ୍ତି ଲୋକଙ୍କ ହୃଦୟ ଜିତିପାରିଛି। ୧୯୮୭ରେ ପ୍ରତିଷ୍ଠିତ କ୍ୟାପିଟାଲ ଫାଉଣ୍ଡେଶନରେ ସାଂସଦ, ସାମାଜିକ କର୍ମୀ, ବିଚାରପତି, ରାଜଦୂତ, ସାମ୍ବାଦିକ, ସ୍କଲାର ଓ ପ୍ରଫେସନାଲମାନେ ମିଳିତ ଭାବେ ନିଜର ଭାବ ବିନିମୟ କରିଥାଆନ୍ତି। ପୂର୍ବରୁ କ୍ୟାପିଟାଲ ଫାଉଣ୍ଡେଶନ ଦ୍ୱାରା ପୂର୍ବତନ ପ୍ରଧାନମନ୍ତ୍ରୀ ଆଇ.କେ. ଗୁଜରାଲ, ବରିଷ୍ଠ ଆଡ୍‌ଭୋକେଟ ରାମ ଜେଠାମାଲାନୀ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ମୁରଲୀ ମନୋହର ଯୋଶୀ, ପୂର୍ବତନ ଲୋକ ସଭା ବାଚସ୍ପତି ସୋମନାଥ ଚାଟାର୍ଜୀ, ସୁପ୍ରିମ୍‌କୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଏନ୍‌.ଭି. ରମନ୍ନା ପ୍ରମୁଖ ପୁରସ୍କୃତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ନା ଫର୍ମ? କାହିଁକି ସଂନ୍ୟାସ ନେବାକୁ ଚାହୁଁନାହାନ୍ତି ରୋହିତ, ଶାମି-ଭୁବନେଶ୍ୱର; ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ଦାବି!

ନୂଆଦିଲ୍ଲୀ,୨।୯: ଭାରତୀୟ କ୍ରିକେଟ୍‌ର ଅଭିଜ୍ଞ ଖେଳାଳି ରୋହିତ ଶର୍ମା, ମହମ୍ମଦ ଶାମି ଓ ଭୁବନେଶ୍ୱର କୁମାରଙ୍କ କ୍ୟାରିୟର ଶେଷ ହେବାକୁ ଯାଉଛି ଏବଂ ଚୟନକର୍ତ୍ତାମାନେ ସେମାନଙ୍କଠାରୁ ଆଗକୁ…

ICCର ବଡ଼ ଘୋଷଣା; ଭାରତରେ ହେବ ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫି! ଏହି ୨ ସହରରେ ଖେଳାଯିବ ମ୍ୟାଚ୍

ନୂଆଦିଲ୍ଲୀ,୨।୯: ମହିଳା କ୍ରିକେଟ୍‌କୁ ନେଇ ICC ବଡ଼ ଘୋଷଣା କରିଛି । ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫିର ଆୟୋଜନ କରିବ ଭାରତ । ପୂର୍ବରୁ ଏହି ଟୁର୍ଣ୍ଣାମେଣ୍ଟ…

GDP ତଥ୍ୟକୁ ନେଇ ବିବାଦ; ସ୍ପଷ୍ଟୀକରଣ ରଖିଲେ ସରକାର, ଆକଳନରେ…

ନୂଆଦିଲ୍ଲୀ,୨ା୯: ଭାରତୀୟ ଅର୍ଥନୀତିର GDP ତଥ୍ୟକୁ ନେଇ ଉଠିଥିବା ପ୍ରଶ୍ନ ଉପରେ ସରକାର ଏବେ ସ୍ପଷ୍ଟୀକରଣ ଦେଇଛନ୍ତି । ଅଗଷ୍ଟ ୩୧ରେ ପରିସଂଖ୍ୟାନ ଓ କାର୍ଯ୍ୟକ୍ରମ କାର୍ଯ୍ୟାନ୍ୱୟନ…

ସୁନା ଦେଇ ଟଙ୍କା ନେଲେ, ମୂଳଧନ ଫେରାଇ ମାଗିବାରୁ ମିଳିଲାନି ଅଳଙ୍କାର: ୭୧ ବର୍ଷୀୟ ବୃଦ୍ଧଙ୍କ ଅଭିଯୋଗ ପରେ…

ପାରଳାଖେମୁଣ୍ଡି,୨ା୯(ଗିରିଧାରୀ ପରିଛା): ସୁନା ଅଳଙ୍କାର ବନ୍ଧକ ରଖି ୫ ଲକ୍ଷ ଟଙ୍କା ଋଣ ନେବା ପରେ, ସୁଧ ଓ ମୂଳଧନ ଟଙ୍କା ଫେରସ୍ତ କରିବାରୁ ଅଳଙ୍କାର ଫେରାଇବାକୁ…

ହାଇକୋର୍ଟଙ୍କ ବଡ଼ ରାୟ, ନାବାଳିକା ପତ୍ନୀଙ୍କ ସହ ସମ୍ପର୍କ…

ଥିରୁଭାନନ୍ତପୁରମ,୨।୯: ନାବାଳିକାଙ୍କ ସୁରକ୍ଷା ମାମଲାରେ କେରଳ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । କୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ଆଇନ ଓ ଶିଶୁଙ୍କ ସୁରକ୍ଷାଠାରୁ କୌଣସି ଧାର୍ମିକ…

ହଇଚଇ…CVC ରିପୋର୍ଟରେ ବଡ଼ ଖୁଲାସା, ଦୁର୍ନୀତି ଅଭିଯୋଗରେ ଏହି ବିଭାଗ ଆଗରେ

ନୂଆଦିଲ୍ଲୀ,୨।୯: ସରକାରୀ ସଂସ୍ଥାଗୁଡ଼ିକରେ ଦୁର୍ନୀତି ନେଇ ଆସିଥିବା ଅଭିଯୋଗକୁ ନେଇ ବଡ଼ ତଥ୍ୟ ସାମ୍ନାକୁ ଆଣିଛି କେନ୍ଦ୍ରୀୟ ଭିଜିଲାନ୍ସ କମିଶନ୍ (CVC)। CVCର ବାର୍ଷିକ ରିପୋର୍ଟ ୨୦୨୫…

ଘରେ ସ୍ତ୍ରୀକୁ ପିଟିପିଟି ହତ୍ୟା, ଘଟଣାସ୍ଥଳରୁ ସ୍ବାମୀ ଫେରାର

ନୂଆଗାଁ,୨ା୯ (ଧନେଶ୍ୱର ସାହୁ): ନୟାଗଡ ଜିଲା ନୂଆଗାଁ ଥାନା ନୂଆଗାଁ ସଦର ପଂଚାୟତ କାଚପଲି ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି । ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି ସ୍ବାମୀ…

ବାୟୁସେନାରେ ଥିଲା ୧.୮୨ ଲକ୍ଷ ଦରମା! ଏବେ ରାମ ମନ୍ଦିର CEO ଭାବେ କେତେ ପ୍ୟାକେଜ୍ ପାଇବେ ଜିତେନ୍ଦ୍ର ମିଶ୍ରା?

ଅଯୋଧ୍ୟା,୨।୯: ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟକୁ ମିଳିଛନ୍ତି ପ୍ରଥମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)। ଭାରତୀୟ ବାୟୁସେନାର ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ରାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri