ମୁକେଶଙ୍କୁ ଜୀବନବ୍ୟାପୀ ସାଧନା ପୁରସ୍କାର

ଭୁବନେଶ୍ୱର,୨୩।୩: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ୍‌ (ଆର୍‌ଆଇଏଲ୍‌)ର ଅଧ୍ୟକ୍ଷ ତଥା ଏମ୍‌ଡି ମୁକେଶ ଧୀରୁଭାଇ ଅମ୍ବାନୀଙ୍କୁ ନିକଟରେ ଲାଇଫ୍‌ ଟାଇମ୍‌ ଆଚିଭମେଣ୍ଟ ଆଓ୍ବାର୍ଡ ପ୍ରଦାନ କରାଯାଇଛି। ବିଶେଷକରି ଭାରତୀୟ ଟେଲିକମ୍‌ ଶିଳ୍ପରେ ଉଲ୍ଲେଖନୀୟ ସଫଳତା ଓ ଅତୁଳନୀୟ ଅବଦାନ ପାଇଁ ମୁକେଶଙ୍କୁ ଭଏସ୍‌ ଆଣ୍ଡ ଡାଟା ପକ୍ଷରୁ ଏଭଳି ଏକ ସମ୍ମାନଜନକ ଲାଇଫ୍‌ ଟାଇମ୍‌ ଆଚିଭମେଣ୍ଟ (ଜୀବନବ୍ୟାପୀ ସାଧନା) ପୁରସ୍କାରରେ ପୁରସ୍କୃତ କରାଯାଇଛି। ସେହିଭଳି ନୂଆଦିଲ୍ଲୀଠାରେ ଆୟୋଜିତ ପୁରସ୍କାର ସମାରୋହ ଉତ୍ସବରେ ରିଲାଏନ୍ସ ଜିଓ ଇନ୍‌ଫୋକମ୍‌ର ପ୍ରେସିଡେଣ୍ଟ ମାଥ୍ୟୁ ଓମେନ୍‌ଙ୍କୁ ବର୍ଷ ୨୦୨୩ ପାଇଁ ପାଥ୍‌ବ୍ରେକର ଅଫ୍‌ ଦି ଇୟର ପୁରସ୍କାର ପ୍ରଦାନ କରାଯାଇଛି। ଦେଶରେ ଟେକ୍ନୋଲୋଜି କ୍ଷେତ୍ରର ବିକାଶ ଦିଗରେ ୫ଜିର ଦ୍ରୁତ ପ୍ରଚଳନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବାରୁ ଓମେନ୍‌ଙ୍କୁ ଏହି ପୁରସ୍କାର ମିଳିଛି।
ଏ ନେଇ ମାଥ୍ୟୁ ଓମେନ୍‌ କହିଛନ୍ତି, ଭଏସ୍‌ ଆଣ୍ଡ ଡାଟା ପକ୍ଷରୁ ମୁକେଶ ଅମ୍ବାନୀଙ୍କୁ ଲାଇଫ୍‌ ଟାଇମ୍‌ ଆଚିଭମେଣ୍ଟ ଆୱାର୍ଡ ପ୍ରଦାନ କରାଯାଇଥିବାରୁ ଆମେ ଗର୍ବ ଅନୁଭବ କରୁଛୁ। ଏପରିକି ତାଙ୍କ (ଅମ୍ବାନୀ) ବଳିଷ୍ଠ ନେତୃତ୍ୱରେ କମ୍ପାନୀ ଟେଲିକମ୍‌, ରିଟେଲ, ମିଡିଆ ଏବଂ କ୍ରୀଡ଼ା କ୍ଷେତ୍ରରେ ଉକତ୍ୃଷ୍ଟ ପ୍ରଦର୍ଶନ ଏବଂ ଅନ୍ତର୍ଭୁକ୍ତୀକରଣ ଜରିଆରେ ଏସବୁକୁ ସମସ୍ତଙ୍କ ପାଇଁ ସହଜ ଲବ୍ଧ କରିଛି। ଆଜିର ଡିଜିଟାଲ ଦୁନିଆରେ ଭାରତର ଭୂମିକା ବୈପ୍ଳବିକ ହେବ। ଏକ ଶିଳ୍ପ ଏବଂ ରାଷ୍ଟ୍ର ଭାବେ ଆମର ଅବଦାନ ଅତୁଳନୀୟ ହେବ ଏବଂ ଏହା ସମସ୍ତ ଭାରତୀୟଙ୍କ ପାଇଁ ଅଧିକ ସମାନତା ଏବଂ ଦୀର୍ଘସ୍ଥାୟୀ ଭବିଷ୍ୟତର ପଥ ପ୍ରଶସ୍ତ କରିବ।
ପୁରସ୍କାର ଗ୍ରହଣ କରିବା ଅବସରରେ ଟେକ୍ନୋଲୋଜି ଅଗ୍ରଗତିକୁ ତ୍ୱରାନ୍ବିତ କରିବାରେ ସହଭାଗିତାର ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ଉପସ୍ଥାପିତ କରିବା ସହିତ ଟେଲିକମ୍‌ ଶିଳ୍ପ ସହ ଜଡ଼ିତ ନୀରଜ ମିଲ ଏବଂ ଗୋପାଳ ଭିଟ୍ଟଲଙ୍କୁ ଓମେନ୍‌ ଅଭିନନ୍ଦନ ଜଣାଇଛନ୍ତି। ନୀରଜ ମିଲ ଓ ଗୋପାଳ ଭିଟ୍ଟଲଙ୍କ ସହ ମିଳିତ ଭାବେ ମାଥ୍ୟୁ ଓମେନ୍‌ଙ୍କୁ ପାଥ୍‌ବ୍ରେକର ଅଫ୍‌ ଦି ଇୟର ପୁରସ୍କାର ମିଳିଛି।
ଉଲ୍ଲେଖଯୋଗ୍ୟ, ଭଏସ୍‌ ଆଣ୍ଡ ଡାଟା ଆୱାର୍ଡ ସମାରୋହ ଉତ୍ସବରେ ରିଲାଏନ୍ସ ଜିଓକୁ ନେଟ୍‌ୱର୍କ ଭିତ୍ତିିଭୂମି, ବହୁଭାଷୀ ଇଣ୍ଟରନେଟ, କମ୍ୟୁନିକେଶନ ପ୍ଲାଟ୍‌ଫର୍ମ, ବିଜ୍‌ନେସ୍‌ ପ୍ରୋସେସ୍‌ ଇନୋଭେଶନ,ନେଟ୍‌ୱର୍କ ସର୍ଭିସେସ୍‌ ଏବଂ ଆଇଓଟି ସମେତ ବିଭିନ୍ନ ବର୍ଗରେ ଆଉ ୬ଟି ପୁରସ୍କାର ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ମଧ୍ୟପ୍ରାଚ୍ୟ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୭ ମାର୍ଚ୍ଚ, ୨୦୨୬ ସା ୬ଟା ୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ହର୍ମୁଜକୁ ନେଇ ବଡ଼ ଯୋଜନାରେ ଅଛି ଇରାନ? ସଂସଦରେ ଉପସ୍ଥାପନ ହେବ ବିଲ୍‌! ଜାଣନ୍ତୁ ଭାରତ ଉପରେ କ’ଣ ପଡିବ ପ୍ରଭାବ

ତେହରାନ୍‌,୨୬।୩: ଇରାନ-ଇସ୍ରାଏଲ-ଆମେରିକା ବିବାଦ ମଧ୍ୟରେ, ଇରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛି। ଇରାନ ସଂସଦ ଏବେ ଏକ ବିଲ ପ୍ରସ୍ତୁତ କରିବାକୁ ପ୍ରସ୍ତୁତ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

ସୋନିଆଙ୍କ ସ୍ବାସ୍ଥ୍ୟକୁ ନେଇ ଆସିଲା ବଡ଼ ଅପଡେଟ, ଆଣ୍ଟିବାୟୋଟିକରେ ଚାଲିଛି ଚିକିତ୍ସା

ନୂଆଦିଲ୍ଲୀ,୨୬।୩: କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିଛି। ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୋନିଆ ଗାନ୍ଧୀ…

ପ୍ରଧାନମନ୍ତ୍ରୀ ମୋଦି, ନିର୍ବାଚନ କମିଶନଙ୍କ AI ଭିଡିଓ ଭାଇରାଲ, X ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ,୨୬।୩: କେରଳ ପୋଲିସର ସାଇବର ଶାଖା ସୋସିଆଲ ମିଡିଆ ପ୍ଲାଟଫର୍ମ X ଏବଂ ଏହାର ଏକ ହ୍ୟାଣ୍ଡେଲ ବିରୋଧରେ ଏକ ମାମଲା ରୁଜୁ କରିଛି। ଅଭିଯୋଗ ହୋଇଛି…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri