Posted inଜାତୀୟ

ଜୀବନ ନେଲା ଶେଷ ପରୀକ୍ଷା,ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରୀକ୍ଷା ଦେବାକୁ ଯାଉଥିବା ୫ ଛାତ୍ରଙ୍କ ମୃତ୍ୟୁ…

ଜୟପୁର,୨୫।୯: ଆର୍‌ଇଇଟି ପରୀକ୍ଷା ଦେବାକୁ ଯାଉଥିବା ୫ ଛାତ୍ରଙ୍କ ସମତେ ୬ ମୃତ୍ୟୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଘଟିଛି। ରାଜସ୍ଥାନର ଚାକସୁରସ୍ଥିତ ନିମୋଡ଼ିଆ ରୋଡ଼ରେ ଘଟିଥିବା ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଛାତ୍ରମାନଙ୍କ ଜୀବନର ଏହା ଶେଷ ପରୀକ୍ଷା ପାଲଟିଛି। ଶନିବାର ଭୋର୍‌ ୫ଟା ସମୟରେ ଛାତ୍ରଙ୍କୁ ନେଇ ଯାଉଥିବା ଭ୍ୟାନ୍‌ ଏକ ଟ୍ରଲର ପଛରେ ପଶିଯାଇଥିଲା।

ଏନ୍‌ଏଚ୍‌-୧୨ରେ ହଠାତ୍‌ ଛାତ୍ରଙ୍କୁ ନେଇ ଯାଉଥିବା ଭ୍ୟାନ୍‌ ଆଗରେ ଯାଉଥିବା ଟ୍ରଲରରେ ନିୟନ୍ତ୍ରଣ ହରାଇ ପଶି ଯାଇଥିଲା। ଛାତ୍ରମାନେ ନିଦରେ ଶୋଇଥିବା ସମୟରେ ଏହି ଦୁର୍ଘଟଣା ଯୋଗୁ ସେମାନେ ସବୁ ଦିନ ଲାଗି ଶୋଇପଡ଼ିଥିଲେ। ଭ୍ୟାନ୍‌ରେ ୧୦ ଜଣ ଯାତ୍ରା କରୁଥିଲେ। ମୃତକମାନେ ବାରାଂ ଜିଲାର ବାସିନ୍ଦା ବୋଲି ପୋଲିସ ପକ୍ଷରୁ କୁହାଯାଇଛି। ତେବେ ମୃତକଙ୍କ ସଂଖ୍ୟା ବଢ଼ିବାର ଆଶଙ୍କା ରହିଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି।

ନିଦରେ ଚାଳକଙ୍କ ଆଖି ଲାଗିଯିବାରୁ ଏଭଳି ଅଘଟଣ ଘଟିଥିବା କୁହାଯାଉଛି। ଆହତଙ୍କୁ ମହାତ୍ମାଗାନ୍ଧୀ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରୁ ଜଣଙ୍କର ସ୍ବାସ୍ଥ୍ୟବସ୍ଥା ଗୁରୁତର ରହିଥିବା ହସ୍ପିଟାଲ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଦୁର୍ଘଟଣାରେ ବିଷ୍ଣୁ ନାଗ, ତେଜରାମ, ସତ୍ୟନାରାୟଣ, ବେଦ ପ୍ରକାଶ, ସୁରେଶ ଏବଂ ଭ୍ୟାନ୍‌ ଚାଳକ ଦିଲ୍ଲୀପଙ୍କ ମୃତ୍ୟୁ ଘଟିଛି। ସେହିପରି ନରେନ୍ଦ୍ର, ଅନୀଲ, ଭଗବାନ, ହେମରାଜ ଏବଂ ଜେ।ରାଓ୍ବର ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri