ଜାଣିଛନ୍ତି କି? ଘରେ କେଉଁଠି ରଖିବେ ଲାଫିଙ୍ଗ୍‌ ବୁଦ୍ଧ ମୂର୍ତ୍ତି…

ବାସ୍ତୁଶାସ୍ତ୍ର ଅନୁସାରେ ଲାଫିଙ୍ଗ୍‌ ବୁଦ୍ଧଙ୍କ ମୂର୍ତ୍ତିକୁ ଘରେ ରଖିବା ଅତ୍ୟନ୍ତ ଶୁଭ ହୋଇଥାଏ। କାରଣ ତାଙ୍କର ହସୁଥିବା ଭଙ୍ଗୀକୁ ଦେଖିଲେ ମନରେ ସକରାତ୍ମକ ଭାବନା ଜାଗ୍ରତ ହେବା ସହ ଘରେ ସୁଖଶାନ୍ତି ବୃଦ୍ଧି ପାଇଥାଏ ବୋଲି ବିଶ୍ୱାସ କରାଯାଏ। ତେବେ ଏହି ମୂର୍ତ୍ତିର ଆଉ କ’ଣ ସବୁ ଫାଇଦା ରହିଛି ଆସନ୍ତୁ ଜାଣିବା ସେ ସମ୍ପର୍କରେ…

*ବାସ୍ତୁଶାସ୍ତ୍ରରେ ଲାଫିଙ୍ଗ୍‌ ବୁଦ୍ଧଙ୍କ ମୂର୍ତ୍ତିକୁ ଐଶ୍ୱର୍ଯ୍ୟର ପ୍ରତୀକ ବୋଲି ବିବେଚନା କରାଯାଇଥାଏ। କୁହାଯାଏ, ଏହି ମୂର୍ତ୍ତିକୁ ଘରେ ରଖିଲେ ଗୃହରେ ଉନ୍ନତି ହେବା ସହ ପରିବାରରେ ଶାନ୍ତି ବଜାୟ ରହିଥାଏ।

*ବାସ୍ତବରେ ହସୁଥିବା ଲାଫିଙ୍ଗ୍‌ ବୁଦ୍ଧଙ୍କ ମୂର୍ତ୍ତି ନିଜର ଏହି ହାସ୍ୟପୂର୍ଣ୍ଣ ରୂପ ପାଇଁ ଗୃହରେ ଖୁସିର ବାତାବରଣ ଉତ୍ପନ କରାଇବାରେ ବେଶ୍‌ ସହାୟକ ହୋଇଥାଏ। କାରଣ କୌଣସି ହସୁଥିବା ଲୋକର ମୁହଁକୁ ଦେଖିଲେ ଯେମିତି ଆପଣାଛାଏଁ ଆମ ମୁହଁରେ ହସ ଫୁଟିଆସେ, ଠିକ୍‌ ସେମିତି ଏହି ହସୁଥିବା ମୂର୍ତ୍ତିକୁ ଦେଖିଲେ ସ୍ବତଃ ମୁହଁରେ ହସ ଆସିଗଲା ଭଳି ଅନୁଭବ ହୁଏ।

*ଖାସ୍‌ ସେଥିପାଇଁ ଏହି ମୂର୍ତ୍ତିକୁ ଘରର ମୁଖ୍ୟ ଦ୍ୱାରର ସାମ୍ନାରେ ରଖିବାକୁ କୁହାଯାଇଥାଏ। ଫଳରେ ଘରକୁ ଆସୁଥିବା ପ୍ରତ୍ୟେକ ବ୍ୟକ୍ତି ଏହି ମୂର୍ତ୍ତିକୁ ଦେଖି ଖୁସି ମନରେ ଘରକୁ ପ୍ରବେଶ କରିବେ। ଯାହାର ପ୍ରଭାବରେ ଘରର ସଦସ୍ୟ ପ୍ରସନ୍ନଚିତ୍ତ ରହିବା ସହ ଘରେ ସ୍ବତଃ ଆର୍ଥିକ ଉନ୍ନତିର ବାଟ ଖୋଲିଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

୪୪ ରନ୍‌ ଆଗରେ ଅଷ୍ଟ୍ରେଲିଆ

ବ୍ରିସ୍‌ବେନ୍‌(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍‌ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ...

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲା ପାଷ୍ଟିକୁଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ କୌଣସି କାରଣ...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ

ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍‌ ଆଉଟ୍‌ରେ ଫ୍ରାନ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ଚଳିତ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟର...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri