ଅବପାତ ରୂପ ନେଲା ଲଘୁଚାପ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ରବିବାର ଅବପାତ(ଡିପ୍ରେଶନ)ରେ ପରିଣତ ହୋଇଛି। ଏହା ବିଶାଖାପାଟଣା ଠାରୁ ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗର ୪୦୦ କି.ମି. ଦୂରରେ କେନ୍ଦ୍ରୀଭୂତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଡିପ୍‌ ଡିପ୍ରେଶନରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଧୀରେ ଧୀରେ ପଶ୍ଚିମ- ଉତ୍ତର ପଶ୍ଚିମ ଦିଗ ଦେଇ ଗତି କରୁଛି। ସୋମବାର ରାତି ସୁଦ୍ଧା ଏହା ଆନ୍ଧ୍ର ଉପକୂଳ ନର୍ସାପୁର ଏବଂ ବିଶାଖାପାଟଣା ମଧ୍ୟ ଦେଇ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି। ସ୍ଥଳଭାଗ ଅତିକ୍ରମ କରିବା ବେଳେ ଏହାର ବେଗ ଘଣ୍ଟା ପ୍ରତି ୬୦ରୁ ୭୦ କି.ମି. ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଓଡ଼ିଶା ଉପରେ ଏହାର ସେତେଟା ପ୍ରଭାବ ପଡ଼ିବ ନାହିଁ। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, ରାୟଗଡ଼ା, କୋରାପୁଟ, ଗଜପତି ଏବଂ ଗଞ୍ଜାମ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏଥିସହିତ ନବରଙ୍ଗପୁର, କନ୍ଧମାଳ, ପୁରୀ, ନୟାଗଡ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଏବଂ କଟକ ଜିଲାରେ ପ୍ରବଳ ବର୍ଷା ହେବ। ଏ ନେଇ ଏଲୋଓ୍ବାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୧୩ ତାରିଖରେ ନବରଙ୍ଗପୁର, ନୂଆପଡା, ମାଲକାନଗିରି, କୋରାପୁଟ, ଗଜପତି, ରାୟଗଡା ଏବଂ ଗଞ୍ଜାମ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ସତର୍କ କରାଯାଇଛି।
ସମୁଦ୍ର ଅଶାନ୍ତ ରହୁଥିବାରୁ ମାଛ ଧରିବା ଲାଗି ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଇଛି। ଏ ନେଇ ଗୋପାଳପୁର ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଦିଆଯାଇଥିବା ବେଳେ ଅନ୍ୟ ବନ୍ଦରଗୁଡିକରେ ୧ ନମ୍ବର ବିପଦ ସଙ୍କେତ ଦିଆଯାଇଛି। ଲଘୁଚାପ ଅବପାତ ରୂପ ନେଉଥିବାରୁ ସତର୍କ ରହିବା ପାଇଁ ଜିଲାପାଳମାନଙ୍କୁ ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ତଳିଆ ଅଞ୍ଚଳରେ ଉପରେ ପରିସ୍ଥିତି ଉପରେ ୨୪ ଘଣ୍ଟିଆ ସତର୍କ ଦୃଷ୍ଟି ରଖିବାକୁ ଜିଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବନାର ଉପପାଦ୍ୟ

ବହୁତ ଦିନ ତଳର କଥା। ଥରେ ହରିଣଟିଏ ବାଣୁଆଠାରୁ ନିଜକୁ ରକ୍ଷା କରିବାକୁ ପ୍ରାଣ ବିକଳରେ ଖୁବ୍‌ ଜୋର୍‌ରେ ଦୌଡୁଥାଏ। ବାଣୁଆ ମଧ୍ୟ ହରିଣକୁ ଶିକାର କରିବାକୁ…

ହାତୀ ବଞ୍ଚିଲେ ଜଙ୍ଗଲ ରହିବ: ଘାତକ ସାଜୁଛି ବିଦ୍ୟୁତ୍‌ ତାର

ପରିବେଶ ସନ୍ତୁଳନ ରକ୍ଷା ଏବଂ ଜଙ୍ଗଲ ସୃଷ୍ଟିରେ ହାତୀଙ୍କର ରହିଛି ପ୍ରମୁଖ ଭୂମିକା। କିନ୍ତୁ ହାତୀ-ମଣିଷ ସଂଘର୍ଷ, ଆବାସସ୍ଥଳୀର କ୍ଷୟ ଏବଂ ହାତୀଙ୍କର ସୁରକ୍ଷିତ ଚଳପ୍ରଚଳ ଏବେ…

ଧବଳେଶ୍ୱରଙ୍କୁ ଖୋଜୁଛନ୍ତି ମା’ବାପା: ପୋଲିସ କହୁଛି କିନ୍ନରଙ୍କ ସହ ରହୁଛନ୍ତି…

ଭୁବନେଶ୍ୱର, ୧୨ା୮(ପ୍ରସନଜିତ୍‌ ସାହୁ):ବରମୁଣ୍ଡାର ଦଶମ ଶ୍ରେଣୀ ଛାତ୍ର ପ୍ରିୟାଂଶୁ ବେହେରାଙ୍କ ନିଖୋଜ ଘଟଣାକୁ ଏକ ମାସରୁ ଅଧିକ ଦିନ ବିତିଥିବା ବେଳେ ପୁଣି ଜଣେ ନାବାଳକ ନିଖୋଜ…

ଝଡ଼ବର୍ଷା ପ୍ରଭାବିତଙ୍କୁ ମିଳିନି କ୍ଷତିପୂରଣ: ଜିଲାପାଳଙ୍କୁ ପଡ଼ାବାସୀ ଫେରାଦ

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ଜୁଲାଇ ୨୮ତାରିଖରେ ହୋଇଥିବା ଝଡ଼ବର୍ଷା ଜିଲାବାସୀଙ୍କ ନିଦ ହଜାଇ ଦେଇଥିଲା। ଏଥିରେ ବରଗଡ଼ ବ୍ଲକ ଅନ୍ତର୍ଗତ ଚକରକେନ୍ଦ ସର୍ବାଧିକ ପ୍ରଭାବିତ ହୋଇଥିଲା।…

ଆଜି ଅମାବାସ୍ୟାରେ ସୂର୍ଯ୍ୟଗ୍ରହଣ: ୫ ରାଶିଙ୍କୁ ମିଳିବ ବଡ଼ ସୁଯୋଗ, ଏହି ରାଶି ଉପରେ ମାଡିଆସୁଛି ବିପଦ!

୧୨ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର କୃଷ୍ଣ ପକ୍ଷର ଅମାବାସ୍ୟା ତିଥି ଏବଂ ବାର ବୁଧବାର ଅଟେ। ଏହା ଚାତୁର୍ମାସର ୧୯ ତମ ଦିନ, ଯାହାକି…

ହୀରାପୁର ଛକରେ ହେବ ଇଞ୍ଜିନିୟରିଂ କଲେଜ: ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର

ଲୋଇସିଂହା,୧୨।୮(ସୁଶାନ୍ତ ବାରିକ):ସ୍ବାଧୀନତା ଦିବସ ପୂର୍ବରୁ ବଲାଙ୍ଗୀର ଜିଲା ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର ଆସିଛି। ଲୋଇସିଂହା ଥାନା ହୀରାପୁର ଛକ ଅଞ୍ଚଳରେ ଚିହ୍ନଟ ଜାଗାରେ…

ବି.ଏଡ୍‌, ଏମ୍‌.ଏଡ୍‌., ବିଏଚ୍‌.ଏଡ୍‌. ନାମଲେଖା ପାଇଁ ପ୍ରଥମ ମେଧାତାଲିକା ପ୍ରକାଶ

ଭୁବନେଶ୍ୱର,୧୨ା୮(ସୁଚିସ୍ମିତା ସାହୁ): ଦୁଇବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌., ବିଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମଲେଖା ପାଇଁ ପ୍ରଥମ ମେଧାତାଲିକା ମଙ୍ଗଳବାର ସାମ୍‌ସ ପୋର୍ଟାଲରେ ପ୍ରକାଶ ପାଇଛି। ମୋଟ ୪୪,୨୨୨ ଜଣ ଛାତ୍ରୀଛାତ୍ର…

ଭୁବନେଶ୍ୱରରୁ ଅନ୍ତର୍ଜାତୀୟ ବିମାନ ସେବା ସମ୍ପୂର୍ଣ୍ଣ ବନ୍ଦ: ପଛରେ ରହିଛି ଏମିତି କାରଣ

ଭୁବନେଶ୍ୱର, ୧୨ା୮(ବନ୍ଦନା ସେଠୀ):ଭୁବନେଶ୍ୱରରୁ ଧୀରେ ଧୀରେ ବିଭିନ୍ନ ସ୍ଥାନକୁ ଏୟାର୍‌ କନେକ୍ଟିଭିଟି କମିବାରେ ଲାଗିଛି। ଏଥିସହ ଅନ୍ତର୍ଜାତୀୟ ଉଡ଼ାଣ ଏକ ପ୍ରକାର ଠପ୍‌ ହୋଇଯାଇଛି। ପୂର୍ବରୁ ବିଜୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri