ସକ୍ରିୟ ହେଲା ଲଘୁଚାପ: ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୨୯।୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନିଭୂତ ହୋଇ ପଶ୍ଚିମବଙ୍ଗ ଏବଂ ବାଙ୍ଗଲାଦେଶ ଉପରେ ସକ୍ରିୟ ରହିଛି । ୪୮ ଘଣ୍ଟାରେ ଏହା ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ବିହାର ଅତିକ୍ରମ କରିବାର ସମ୍ଭାବନା ରହିଛି ବୋଲି ପାଣିବାଗ ବିଭାଗ ଗୁରୁବାର ସତର୍କ ସୂଚନା ଜାରି କରିଛି।

ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟାରେ ଓଡ଼ିଶାର କିଛି ଜିଲାରେ ହାଲକାରୁ ମଧ୍ୟମଧରଣର  ଏବଂ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ବିଶେଷକରି ଉତ୍ତର ଓଡ଼ିଶାର ବାଲେଶ୍ବର ଓ ମୟୁରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା ଅନୁଗୋଳ, ଦେବଗଡ଼, ସମ୍ବଲପୁର, ଯାଜପୁର, ଭଦ୍ରକ, କେନ୍ଦୁଝର, ବୌଦ୍ଧ, ଢେଙ୍କାନାଳ ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ପାଣିପାଗ ବିଭାଗ ଏହି ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି। ଜୁଲାଇ ୩୦ ବେଳକୁ ପଶ୍ଚିମ ଓଡ଼ିଶାର ସମ୍ବଲପୁର, ସୁନ୍ଦରଗଡ଼, ବରଗଡ଼, ନୂଆପଡ଼ା, ଝାରସୁଗୁଡ଼ା, ବଲାଙ୍ଗୀର ଆଦି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଲଘୁଚାପ ଦୃଷ୍ଟିରୁ ଆସନ୍ତା ୪୮ ଘଣ୍ଟା ପାଇଁ ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ଆହତ ହେଲେ ଅଷ୍ଟ୍ରେଲିଆ ଅଧିନାୟକ, ଷ୍ଟିଭ୍ ସ୍ମିଥ୍‌ଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆର ଅସୁବିଧା ଥମିବାର ନାଁ ନେଉନାହିଁ। ଜସ୍ ହାଜେଲଉଡ୍ ଏବଂ ପ୍ୟାଟ୍ କୁମିନ୍ସ ଆଗରୁ ଆହତ ଥିବାବେଳେ ଏବେ ଅଧିନାୟକ ମିଚେଲ ମାର୍ଶ…

ଝାଡ଼େଶ୍ୱର ବାବାଙ୍କୁ ଜଳ ଅର୍ପଣ କଲେ ଗାୟକ ସୋନୁ ନିଗମ, ବିମାନବନ୍ଦରରୁ…

ଝାରସୁଗୁଡା,୧୧।୨(ଆଶିଷ ରଞ୍ଜନ ଦାଶ): ହିନ୍ଦୀ ସହିତ ବିଭିନ୍ନ ଭାଷାରେ ଲୋକପ୍ରିୟ ଭଜନ, ଦେଶାତ୍ମବୋଧକ ତଥା ପ୍ରସିଦ୍ଧ ଚଳଚ୍ଚିତ୍ରରେ ଗୀତ ଗାଇଥିବା ପ୍ରସିଦ୍ଧ ଗାୟକ ସୋନୁ ନିଗମ ବୁଧବାର…

ଜଳିଲା କୁଲଡିହା ଅଭୟାରଣ୍ୟ

ନୀଳଗିରି,୧୧।୨: ବାଲେଶ୍ୱର ଜିଲା କୁଲଡିହା ଅଭୟାରଣ୍ୟରେ ବୁଧବାର ନିଆଁ ଲାଗିଛି। ଅଭୟାରଣ୍ୟର ମିରିଗିଡ଼ି ନିକଟ ପାହାଡ଼ ଉପରେ ଏକାଧିକ ସ୍ଥାନରେ ଅଗ୍ନିକାଣ୍ଡ ଘଟିଛି। କେଉଁ ପରିସ୍ଥିତିରେ ନିଆଁ…

ଷ୍ଟ୍ରବେରୀ ତୋଳିଲେ ଉପମୁଖ୍ୟମନ୍ତ୍ରୀ, ସ୍ବୟଂ ସହାୟିକା ଗୋଷ୍ଠୀର ପ୍ରୟାସକୁ ପ୍ରଶଂସା କରି କହିଲେ…

ଦାରିଙ୍ଗବାଡ଼ି,୧୧ା୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡି ଅଞ୍ଚଳ ଏକ ପର୍ଯ୍ୟଟନକ୍ଷେତ୍ର ଭାବେ ଦେଶ ଓ ଦେଶ ବାହାରେ ପରିଚିତ। ପୂର୍ବରୁ ଜୈବିକ ପଦ୍ଧତିରେ ଚାଷ ହୋଇଥିବା କଫି…

କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ନିର୍ବାଚନୀ ମାମଲା ଉପରେ ରୋକ…

କଟକ,୧୧।୨:  କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି । ତାଙ୍କ ବିରୋଧରେ ହାଇକୋର୍ଟରେ ଚାଲିଥିବା ନିର୍ବାଚନୀ ମାମଲା ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ । ଏହା ସହ…

ପୁଣି ଏକ କଳଙ୍କିତ ଅଧ୍ୟାୟ: ଛାତ୍ରୀଙ୍କୁ ବଳାତ୍କାର କରି ଗିରଫ ହେଲେ ସାହିତ୍ୟ ଶିକ୍ଷକ

ବଣାଇଁ,୧୧ା୨(ପ୍ରଦୀପ ତ୍ରିପାଠୀ): ପୁଣି ଜଣେ ରସିକିଆ ଶିକ୍ଷକଙ୍କ କଳାକାରନାମା ଆଜି ଜଣାପଡ଼ିବା ପରେ ସମଗ୍ର ଶିକ୍ଷକ ସାମାଜର ମୁଣ୍ଡ ତଳକୁ ହୋଇଯାଇଛି। ହଳଦୀକୁଦର ସରକାରୀ ଉଚ୍ଚ ବିଦ୍ୟାଳୟର…

“ଭାରତ ମାତାଙ୍କୁ ବିକ୍ରି କରିବାକୁ ଲାଜ ଲାଗୁନି ?” କେନ୍ଦ୍ରକୁ ରାହୁଲଙ୍କ କଡ଼ା ପ୍ରଶ୍ନ

ନୂଆଦିଲ୍ଲୀ,୧୧।୨: ଆମେରିକା ସହ ସାମ୍ପ୍ରତିକ ବାଣିଜ୍ୟ ଚୁକ୍ତିକୁ ନେଇ ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଲୋକସଭାରେ ନିଜର ବକ୍ତବ୍ୟ ରଖି ରାହୁଲ କହିଛନ୍ତି…

ଆଞ୍ଚଳିକ ବିକାଶରେ ନୂଆ ଗତି ସୃଷ୍ଟି କରିବ ଗ୍ରୀନ୍‌ ଫିଲ୍ଡ କରିଡର, ଓଡ଼ିଶା-ଆନ୍ଧ୍ରକୁ ଯୋଡ଼ି…

କୋରାପୁଟ,୧୧ା୨(ଅମିତାଭ ବେହେରା): ରାୟପୁର-ବିଶାଖାପାଟଣା ଆର୍ଥିକ କରିଡର କେବଳ ଏକ ସଡ଼କ ପ୍ରକଳ୍ପ ନୁହେଁ ଏହା ପୂର୍ବ ଭାରତର ଆର୍ଥିକ ମାନଚିତ୍ରକୁ ପୁନଃରୂପାୟିତ କରିବା ଆଶା ରଖାଯାଇଛି। ଭାରତମାଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri