ଲଘୁଚାପ:ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୭।୮(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଆନ୍ଧ୍ର ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ତେବେ ଏହା ସେତେ ବଳଶାଳୀ ହେବ ନାହିଁ। ରାଜ୍ୟକୁ ଆବଶ୍ୟକ ଅନୁଯାୟୀ ବର୍ଷା ମିଳିବ ନାହିଁ। ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେଲେ ମଧ୍ୟ ରାଜ୍ୟର ଅନ୍ୟାନ୍ୟ ଜିଲାରେ କମ୍‌ ରହିବ। ୧୯ ତାରିଖ ଯାଏ ରାଜ୍ୟରେ କାଁ ଭାଁ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରିହଛି। ବିଶେଷ କରି କୋରାପୁଟ, ମାଲକାନଗିରି, ଗଜପତି, ନବରଙ୍ଗପୁର, ରାୟଗଡ଼ା ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଏବଂ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, କଟକ, କଳାହାଣ୍ଡି ଏବଂ କନ୍ଧମାଳ ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୧୮ ତାରିଖରେ କନ୍ଧମାଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା, କଟକ ଜିଲାରେ ପ୍ରବଳରୁ ଅତି ପ୍ରବଳ ଏବଂ ସମ୍ବଲପୁର, ସୁବର୍ଣ୍ଣପୁର, ନୟାଗଡ଼, ଅନୁଗୋଳ, କଳାହାଣ୍ଡି, ଜଗତ୍‌ସିଂହପୁର, ଗଞ୍ଜାମ ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି।
ଏହି ଲଘୁଚାପ ଅଧିକ ଘନୀଭୂତ ହେଉ ନ ଥିବାରୁ ରାଜ୍ୟକୁ ଆବଶ୍ୟକ ବର୍ଷା ମିଳିବ ନାହିଁ। ଦକ୍ଷିଣ ଓଡ଼ିଶାର କେତେକ ଜିଲାରେ ସାମାନ୍ୟ ଅଧିକ ବର୍ଷା ହେଲେ ମଧ୍ୟ ଉପକୂଳ ଓ ଉତ୍ତର ଓଡ଼ିଶାରେ ଆଶାନୁରୂପ ବର୍ଷା ହେବ ନାହିଁ। ରାଜ୍ୟରେ ଏ ପର୍ଯ୍ୟନ୍ତ ସ୍ବାଭାବିକଠାରୁ ୨୯ ପ୍ରତିଶତ କମ୍‌ ବର୍ଷା ହୋଇଛି। ଜୁନ୍‌ ପହିଲାରୁ ଅଗଷ୍ଟ ୧୬ ତାରିଖ ମଧ୍ୟରେ ରାଜ୍ୟରେ ୭୬୧.୮ ମିଲିମିଟର ବର୍ଷା ହେବାକୁ ଥିବା ବେଳେ ହୋଇଛି ୫୩୭.୪ ମିଲିମିଟର । ରାଜ୍ୟର ୫ଟି ଜିଲାକୁ ଛାଡି ଦେଲେ ଅନ୍ୟ ସମସ୍ତ ୨୫ଜିଲାରେ ନିଅଣ୍ଟିଆ ବର୍ଷା ହୋଇଛି। ବର୍ଷା ଅଭାବରୁ ଧାନ ସମେତ ସମସ୍ତ ଖରିଫ ଫସଲ ନଷ୍ଟହେବାର ଆଶଙ୍କା ସୃଷ୍ଟି ହୋଇଛି। ଗତ ୪୮ ଘଣ୍ଟା ମଧ୍ୟରେ ଟିଟିଲାଗଡ଼ରେ ସର୍ବାଧିକ ୬୩.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ପାରଳାଖେମୁଣ୍ଡି ୬୨.୬, କୋରାପୁଟ ୩୫.୮, ହୀରାକୁଦ ୧୯, ସମ୍ବଲପୁର ୧୫.୬, ଭବାନୀପାଟଣା ୪୦.୨, ମାଲକାନଗିରି ୨୨.୪ ଏବଂ କଟକରେ ୧୦.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri