ଲଘୁଚାପ:ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୭।୮(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଆନ୍ଧ୍ର ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ତେବେ ଏହା ସେତେ ବଳଶାଳୀ ହେବ ନାହିଁ। ରାଜ୍ୟକୁ ଆବଶ୍ୟକ ଅନୁଯାୟୀ ବର୍ଷା ମିଳିବ ନାହିଁ। ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେଲେ ମଧ୍ୟ ରାଜ୍ୟର ଅନ୍ୟାନ୍ୟ ଜିଲାରେ କମ୍‌ ରହିବ। ୧୯ ତାରିଖ ଯାଏ ରାଜ୍ୟରେ କାଁ ଭାଁ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରିହଛି। ବିଶେଷ କରି କୋରାପୁଟ, ମାଲକାନଗିରି, ଗଜପତି, ନବରଙ୍ଗପୁର, ରାୟଗଡ଼ା ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଏବଂ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, କଟକ, କଳାହାଣ୍ଡି ଏବଂ କନ୍ଧମାଳ ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୧୮ ତାରିଖରେ କନ୍ଧମାଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା, କଟକ ଜିଲାରେ ପ୍ରବଳରୁ ଅତି ପ୍ରବଳ ଏବଂ ସମ୍ବଲପୁର, ସୁବର୍ଣ୍ଣପୁର, ନୟାଗଡ଼, ଅନୁଗୋଳ, କଳାହାଣ୍ଡି, ଜଗତ୍‌ସିଂହପୁର, ଗଞ୍ଜାମ ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି।
ଏହି ଲଘୁଚାପ ଅଧିକ ଘନୀଭୂତ ହେଉ ନ ଥିବାରୁ ରାଜ୍ୟକୁ ଆବଶ୍ୟକ ବର୍ଷା ମିଳିବ ନାହିଁ। ଦକ୍ଷିଣ ଓଡ଼ିଶାର କେତେକ ଜିଲାରେ ସାମାନ୍ୟ ଅଧିକ ବର୍ଷା ହେଲେ ମଧ୍ୟ ଉପକୂଳ ଓ ଉତ୍ତର ଓଡ଼ିଶାରେ ଆଶାନୁରୂପ ବର୍ଷା ହେବ ନାହିଁ। ରାଜ୍ୟରେ ଏ ପର୍ଯ୍ୟନ୍ତ ସ୍ବାଭାବିକଠାରୁ ୨୯ ପ୍ରତିଶତ କମ୍‌ ବର୍ଷା ହୋଇଛି। ଜୁନ୍‌ ପହିଲାରୁ ଅଗଷ୍ଟ ୧୬ ତାରିଖ ମଧ୍ୟରେ ରାଜ୍ୟରେ ୭୬୧.୮ ମିଲିମିଟର ବର୍ଷା ହେବାକୁ ଥିବା ବେଳେ ହୋଇଛି ୫୩୭.୪ ମିଲିମିଟର । ରାଜ୍ୟର ୫ଟି ଜିଲାକୁ ଛାଡି ଦେଲେ ଅନ୍ୟ ସମସ୍ତ ୨୫ଜିଲାରେ ନିଅଣ୍ଟିଆ ବର୍ଷା ହୋଇଛି। ବର୍ଷା ଅଭାବରୁ ଧାନ ସମେତ ସମସ୍ତ ଖରିଫ ଫସଲ ନଷ୍ଟହେବାର ଆଶଙ୍କା ସୃଷ୍ଟି ହୋଇଛି। ଗତ ୪୮ ଘଣ୍ଟା ମଧ୍ୟରେ ଟିଟିଲାଗଡ଼ରେ ସର୍ବାଧିକ ୬୩.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ପାରଳାଖେମୁଣ୍ଡି ୬୨.୬, କୋରାପୁଟ ୩୫.୮, ହୀରାକୁଦ ୧୯, ସମ୍ବଲପୁର ୧୫.୬, ଭବାନୀପାଟଣା ୪୦.୨, ମାଲକାନଗିରି ୨୨.୪ ଏବଂ କଟକରେ ୧୦.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?