ଆଜିଠୁ ଆଉଏକ ଲଘୁଚାପ: ୩ଦିନ ପ୍ରବଳ ବର୍ଷା, ଉଜାଡ଼ିବ ଚାଷ

ଭୁବନେଶ୍ୱର, ୨୪।୮(ବ୍ୟୁରୋ): କରୋନା ମହାମାରୀ ଜୀବନକୁ ଅସ୍ତବ୍ୟସ୍ତ କରିଥିବାବେଳେ କ୍ରମାଗତ ଲଘୁଚାପ ବର୍ଷା ଚାଷ ପାଇଁ ବଡ଼ ବିପଦ ସୃଷ୍ଟି କରିଛି। ଅଗଷ୍ଟ ପ୍ରଥମ ସପ୍ତାହରୁ ଲଗାତର ୩ଟି ଲଘୁଚାପ ଯୋଗୁ ରାଜ୍ୟରେ ଅଧିକାଂଶ ଜିଲାରେ ଚାଷ ଜମି ଜଳମଗ୍ନ ରହିଛି। ଏପରିସ୍ଥିତିରେ ସୋମବାର ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଉଏକ ଲଘୁଚାପ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ଏହାର ପ୍ରଭାବରେ ୨୭ତାରିଖ ପର୍ଯ୍ୟନ୍ତ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲାରେ ଅତି ପ୍ରବଳ ବର୍ଷା ହେବ। କିଛି ସ୍ଥାନରେ ଝଡ଼ତୋଫାନ ସହ ବଜ୍ରପାତ ହେବ। ତଳି ଅଞ୍ଚଳ ବୁଡ଼ିବା ସହ ବନ୍ୟା ପରିସ୍ଥିତି ସୃଷ୍ଟି ହେବ। ପାଣିପାଗ ବିଭାଗର ଏହି ପୂର୍ବାନୁମାନ ସତ ହେଲେ ଅଧିକାଂଶ ଜିଲାରେ ଧାନ ଚାଷ ଧୋଇଯିବା ସମ୍ଭାବନା ରହିଛି। ଏନେଇ ସତର୍କ କରାଯିବା ପରେ ଚାଷୀକୂଳରେ ଚିନ୍ତା ବଢ଼ିଛି।
ଜୁନ୍‌ ୧୧ରେ ଦକ୍ଷିଣ-ପଶ୍ଚିମ ମୌସୁମୀ ରାଜ୍ୟକୁ ପ୍ରବେଶ କରିବା ପରେ କିଛି ପରିମାଣ ବର୍ଷା ହୋଇଥିଲା। ଏଥିଯୋଗୁ ଚାଷ କାର୍ଯ୍ୟ ଆରମ୍ଭ ହୋଇଥିଲା। ହେଲେ ଜୁଲାଇରେ ମୌସୁମୀ ସମ୍ପୂର୍ଣ୍ଣ ଉଭାନ୍‌ ହୋଇଯାଇଥିଲା। ଫଳରେ ଅନେକ ଜିଲାରେ ମରୁଡ଼ି ଆଶଙ୍କା ଦେଖାଦେଇଥିଲା। ସ୍ବତନ୍ତ୍ର ରିଲିଫ କମିଶନର (ଏଚ୍‌ଆର୍‌ସି) କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ, ଜୁନ୍‌ରେ ସ୍ବାଭାବିକ ବୃଷ୍ଟିପାତଠାରୁ ୯.୩% ଅଧିକ ବର୍ଷା ହୋଇଥିବାବେଳେ ଜୁଲାଇରେ ୩୪.୯% କମ୍‌ ରହିଥିଲା। ତେବେ ଲଘୁଚାପ ଯୋଗୁ ଅଗଷ୍ଟରେ ଏ ପର୍ଯ୍ୟନ୍ତ ୪୫.୨%ରୁ ଅଧିକ ବର୍ଷା ହୋଇଛି। ୧୭ ଜିଲାରେ ସାଧାରଣ ବୃଷ୍ଟିପାତଠାରୁ ୧୯% ଅଧିକ ବର୍ଷା ହୋଇଥିବାବେଳେ ୪ ଜିଲାରେ ସ୍ବାଭାବିକ ବୃଷ୍ଟିପାତ ହୋଇଛି। ୬ ଜିଲାରେ ସ୍ବାଭାବିକ ବୃଷ୍ଟିପାତଠାରୁ ୧୦୫ରୁ ୧୭୬% ଅଧିକ ହୋଇଛି। କେବଳ ନୂଆପଡ଼ା ଜିଲାରେ ୩୧.୯% ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି। ରାଜ୍ୟରେ ଚାଷ ପାଇଁ ଅନୁକୂଳ ପାଗ ରହିଛି। ଇତିମଧ୍ୟରେ ଚାଷୀମାନେ ରୁଆ ବେଉଷଣ କାର୍ଯ୍ୟ ଶେଷ କରିଦେଇଛନ୍ତି। ତେବେ ବର୍ଷା ଓ ବନ୍ୟା ଚାଷ ପରିସ୍ଥିତିକୁ ଆହୁରି ବିଗାଡ଼ିବ ବୋଲି ଆଶଙ୍କା ପ୍ରକାଶ ପାଇଛି।
ସମ୍ଭାବ୍ୟ ଲଘୁଚାପ ଯୋଗୁ ଆସନ୍ତା ୨୪ ତାରିଖ ରାତିରୁ ବାଲେଶ୍ୱର, ଭଦ୍ରକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ପୁରୀ ଏବଂ ଅନୁଗୋଳ ଜିଲାରେ ପ୍ରବଳ ବର୍ଷିବ। ୨୫ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର ଏବଂ ଢେଙ୍କାନାଳ ଜିଲାରେ ଅତି ପ୍ରବଳ ବର୍ଷା ହେବ। ତଳିଆ ଅଞ୍ଚଳରେ ପାଣି ଜମିବା ସହିତ କିଛି ଜାଗାରେ ବନ୍ୟା ପରିସ୍ଥିତି ଦେଖାଯିବ। ଏଥିସହିତ କଚ୍ଚାଘର ଭାଙ୍ଗିବ ଏବଂ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ହେବାର ଆଶଙ୍କା ରହିଥିବାରୁ ଏସବୁ ଜିଲାକୁ ଅରେଞ୍ଜ ୱାର୍ନିଂ ଦିଆଯାଇଛି। ସେହିପରି ୨୬ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ମୟୂରଭଞ୍ଜ, ଢେଙ୍କାନାଳ, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଏବଂ ଅନୁଗୋଳ ଜିଲାରେ ଅତି ପ୍ରବଳ ବର୍ଷା ହେବ। ୨୭ ତାରିଖରେ ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ ଏବଂ ବଲାଙ୍ଗୀର ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଇଛି। ସମସ୍ତ ଜିଲାର ଜିଲାପାଳମାନଙ୍କୁ ସତର୍କ ରହିବା ପାଇଁ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଜିଲାଗୁଡ଼ିକରେ ୨୪ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଖୋଲିବା ସହିତ ଲଘୁଚାପ ବର୍ଷାଜନିତ ସମସ୍ତ ତଥ୍ୟ ପ୍ରଦାନ କରିବାକୁ କୁହାଯାଇଛି। ଅନ୍ୟପକ୍ଷରେ ଶେଷ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୩ ହଜାର କୋଟିରୁ ଅଧିକ ପୁଞ୍ଜି ପ୍ରତ୍ୟାହାର କରିଛନ୍ତି ଏଫ୍‌ପିଆଇ

ମୁମ୍ବାଇ,୧୪ା୯: ଭୂ-ରାଜନୀତିକ କାରଣକୁ ନେଇ ବିଶ୍ୱସ୍ତରରେ ଅନିଶ୍ଚିତତା ବୃଦ୍ଧି ପାଇବା ଯୋଗ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ନିବେଶକମାନଙ୍କୁ ପ୍ରଭାବିତ କରିଛି। ଏହାବ୍ୟତୀତ ଆମେରିକାର ବଣ୍ଡ୍‌ ୟିଲ୍ଡ…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

ଆମେରିକାକୁ ପଛରେ ପକାଇ ଭାରତ ହେବ ୨ୟ ବୃହତ୍‌ ଅର୍ଥନୀତି

ନୂଆଦିଲ୍ଲୀ,୧୪ା୯: ଆସନ୍ତା ୨୫ ବର୍ଷ ମଧ୍ୟରେ ଆମେରିକାକୁ ପଛରେ ପକାଇ ଭାରତ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଅର୍ଥବ୍ୟବସ୍ଥା ହେବା ପଥରେ ଅଗ୍ରସର ହେଉଛି। ପରବର୍ତ୍ତୀ ସମୟରେ ଏହା…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ ପୁଟିନ୍‌ଙ୍କ ଆହ୍ବାନ

ନୂଆଦିଲ୍ଲୀ,୧୪ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବ୍ରିକ୍ସ ଦେଶଗୁଡ଼ିକ ମଧ୍ୟରେ ଏକ ନୂତନ ବୀମା ବ୍ୟବସ୍ଥା ପ୍ରଚଳନ କରିବା ସହିତ ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ…

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌…

ଏଇ ଭାରତରେ

ମଧ୍ୟପ୍ରଦେଶ ଷ୍ଟେଟ ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସର ଆଇପିଏସ୍‌ ଅଧିକାରୀ ବୀରେନ୍ଦ୍ର ମିଶ୍ରା ବେଡ଼ିଆ ସମ୍ପ୍ରଦାୟର ପିଲାଙ୍କୁ କୁତ୍ସିତ ପ୍ରଥାରୁ ମୁକୁଳାଇ ସମାଜର ମୁଖ୍ୟ ଧାରାରେ ସାମିଲ କରୁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?