ଲଘୁଚାପ: ୨୭ ଯାଏ ପ୍ରବଳ ବର୍ଷା: ସ୍ଥିତି ଉପରେ ନଜର ରଖିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ସୋମବାର ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୭ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ। ତେଣୁ ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖି ସତର୍କ ରହିବା ପାଇଁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବିଡିଓ, ତହସିଲଦାର, ଜଳ ସମ୍ପଦ ବିଭାଗ, ଗ୍ରାମ୍ୟ ଉନ୍ନୟନ ଏବଂ ପୂର୍ତ୍ତ ବିଭାଗର କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଯେଭଳି ଉଦ୍ଧାର କାର୍ଯ୍ୟ ଓ ରାସ୍ତା ମରାମତି ପାଇଁ ସଜାଗ ରହିବେ ସେଥିପାଇଁ ଜିଲାପାଳମାନଙ୍କୁ କୁହାଯାଇଛି।
୨୫ ତାରିଖ ସକାଳୁ ୨୬ ତାରିଖ ସକାଳ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୋଳ, ଦେବଗଡ ଜିଲାରେ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ଏଥିସହିତ ପୁରୀ, ଖୋର୍ଦ୍ଧା, ସୁନ୍ଦରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗୀର ଏବଂ କନ୍ଧମାଳ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଝାରସୁଗୁଡ଼ା, ବରଗଡ଼, କଳାହାଣ୍ଡି, ନୟାଗଡ଼, ଗଞ୍ଜାମ, ନୂଆପଡ଼ା, ନବରଙ୍ଗପୁର, ମାଲକାନଗିରି ଏବଂ କୋରାପୁଟ ଜିଲାରେ ପ୍ରବଳ ବର୍ଷା ହେବା ନେଇ ସତର୍କ କରାଯାଇଛି। ଏହି ସବୁ ଜିଲା ପାଇଁ ପାଣିପାଗ ବିଭାଗ ଏଲୋ ଓ୍ବାର୍ନିଂ ଜାରି କରିଛି। ସେହିପରି ୨୭ ତାରିଖରେ ଲଘୁଚାପ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା ଉପରକୁ ଚାଲିଯିବ। ଏଥିଯୋଗୁ ସମ୍ବଲପୁର, ସୁବର୍ଣ୍ଣପୁର, ବରଗଡ଼, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଏବଂ ଦେବଗଡ଼ ଜିଲାରେ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ସମୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ନବରଙ୍ଗପୁର, କନ୍ଧମାଳ, ଅନୁଗୋଳ ଏବଂ କେନ୍ଦୁଝର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ଯୋଗୁ ଉପକୂଳରେ ଘଣ୍ଟାକୁ ୪୫ରୁ ୫୫ କି.ମି. ବେଗରେ ପବନ ବହିପାରେ। ଏହାକୁ ଦୃଷ୍ଟିରେ ରଖି ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି। ଲଘୁଚାପ ଯୋଗୁ ମହାନଦୀ, ବ୍ରାହ୍ମଣୀ, ବୈତରଣୀ, ବୁଢାବଳଙ୍ଗ, ସୁବର୍ଣ୍ଣରେଖା ନଦୀରେ ବନ୍ୟା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାରେ ୬ ଜିଲାର ୪୪ ବ୍ଲକ ପ୍ରଭାବିତ, ୪ ମୃତ

ଭୁବନେଶ୍ୱର,୨୯ା୭: ବନ୍ୟାରେ ୬ ଜିଲାର ୪୪ ବ୍ଲକ ପ୍ରଭାବିତ ହୋଇଛି। ଏନେଇ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବାଲେଶ୍ୱରର ୧୨, ଭଦ୍ରକର ୫, ଢେଙ୍କାନାଳର…

ସ୍ବଦେଶ ପ୍ରତ୍ୟାବର୍ତ୍ତନକୁ ନେଇ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ/ଢାକା,୨୯।୭: ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା ବୁଧବାର କହିଛନ୍ତି ଯେ ଗିରଫ, ଜେଲ କିମ୍ବା ମୃତ୍ୟୁଦଣ୍ଡର ବିପଦ ସତ୍ତ୍ୱେ ସେ ଡିସେମ୍ବର ସୁଦ୍ଧା ତାଙ୍କ ଦେଶକୁ…

ସରକାରଙ୍କୁ ଚେତାବନୀ ଦେଇ ବଡ଼ ଘୋଷଣା କଲେ ଅଭିଜିତ ଦୀପକେ, କହିଲେ-କଙ୍ଗନାଙ୍କୁ…

ନୂଆଦିଲ୍ଲୀ, ୨୯।୭: ଦିଲ୍ଲୀରେ ଗଣମାଧ୍ୟମ ସହ ଆଲୋଚନା ସମୟରେ ‘ସିଜେପି’ (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେ ସଙ୍କେତ ଦେଇଛନ୍ତି ଯେ ଯଦି ସରକାର ସେମାନଙ୍କ ଦାବି ଉପରେ…

ରାହୁଲ ଗାନ୍ଧୀଙ୍କ ‘ଇଡିଅଟ’ ଶବ୍ଦ ବ୍ୟବହାରକୁ ନେଇ ଲୋକ ସଭାରେ ହଟ୍ଟଗୋଳ

ନୂଆଦିଲ୍ଲୀ,୨୯।୭: ଲୋକ ସଭାରେ ପେପର ଲିକ ବିରୋଧୀ ବିଲ ଉପରେ ଆଲୋଚନା ଚାଲିଛି। ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଗୃହକୁ ସମ୍ବୋଧିତ କରୁଛନ୍ତି। ତାଙ୍କ ଭାଷଣ…

CJP ପ୍ରଦର୍ଶନରେ ଲଠିଚାର୍ଜକୁ ନେଇ ଖାର୍ଗେ-ନଡ୍ଡା ମୁହାଁମୁହିଁ

ନୂଆଦିଲ୍ଲୀ,୨୯।୭: ସଂସଦର ମୌସୁମୀ ଅଧିବେଶନ ମଧ୍ୟରେ ‘କକ୍ରୋଚ ଜନତା ପାର୍ଟି’ (CJP) ଦ୍ୱାରା ପ୍ରଦର୍ଶନ ସମୟରେ ପ୍ରଦର୍ଶନକାରୀଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ବୁଧବାର ରାଜ୍ୟ ସଭାରେ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ ଆପତ୍ତିଜନକ ପୋଷ୍ଟ ଉପରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନ; X ଠାରୁ ମାଗିଲା ଆକାଉଣ୍ଟ ବିବରଣୀ

ନୂଆଦିଲ୍ଲୀ,୨୯।୭: NEET ପେପର୍‌ ଲିକ ବିରୋଧରେ CJPଙ୍କ ପ୍ରତିବାଦ ସମୟରେ ଏବଂ ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅନ୍ୟାନ୍ୟ ସାମ୍ବିଧାନିକ କାର୍ଯ୍ୟାଳୟକୁ ଟାର୍ଗେଟ କରି ସୋସିଆଲ…

ସ୍ତ୍ରୀଙ୍କୁ ହତ୍ୟାକରି ଶାଶୁଶ୍ୱଶୁରଙ୍କୁ ଭିଡିଓକଲ୍‌ରେ ଦେଖାଇଲେ ଜ୍ୱାଇଁ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବାଗଲକୋଟ୍‌, ୨୯।୭:କର୍ନାଟକର ବାଗଲକୋଟ୍‌ ଜିଲାରେ ପରକୀୟା ପ୍ରୀତି ସନ୍ଦେହରେ ଜଣେ ବ୍ୟକ୍ତି ତାଙ୍କ ୩୨ ବର୍ଷୀୟା ସ୍ତ୍ରୀ ଭାଗ୍ୟଶ୍ରୀ ଜିଗାଲୁରଙ୍କୁ କାଠଫାଳିଆରେ ମାଡ଼ ମାରିବା ପରେ ଶାଢ଼ିରେ…

ଗାଁରେ ପଶିଲା ବନ୍ୟାଜଳ, ତହସିଲଦାର-ବିଡିଓ ପହଞ୍ଚି ଲୋକଙ୍କୁ…

ତିହିଡ଼ି,୨୯ା୭(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ୭ ପଞ୍ଚାୟତରେ ବନ୍ୟା ପରିସ୍ଥିତି ଉଦ୍‌ବେଗଜଣକ ହୋଇଛି। ସାଳନ୍ଦୀ ନଦୀରେ ଆସିଥିବା ବନ୍ୟାପାଣି ବିଭିନ୍ନ ଗାଁରେ ପ୍ରବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri