ବଙ୍ଗୋପସାଗରରେ ଲଘୁଚାପ: ୪ ଦିନ ବର୍ଷିବ

ଭୁବନେଶ୍ବର,୨୮।୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଶନିବାର ଲଘୁଚାପରେ ପରିଣତ ହୋଇଛି । ଏହାର ପ୍ରଭାବରେ ୨୮ରୁ ୩୧ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ଛତିଶଗଡ଼ ଆଦି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଭାରତୀୟ ପାଣିପାଗ ବିଭାଗ ରିପୋର୍ଟ ମୁତାବକ, ଲଘୁଚାପ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଛି। ଏହା ଆସନ୍ତା ୪ରୁ ୫ ଦିନରେ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି। ଫଳରେ ମଧ୍ୟପ୍ରଦେଶ, ମହାରାଷ୍ଟ୍ର ଏବଂ ରାଜସ୍ଥାନରେ ମଧ୍ୟ ବର୍ଷା ସମ୍ଭାବନା ରହିଛି ।