ଆସୁଛି ଲଘୁଚାପ: ୨୪, ୨୫ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର,୨୨।୮(ବ୍ୟୁରୋ): ଆସନ୍ତା ୨୩ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଓ ୨୫ ତାରିଖରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଲଘୁଚାପ ଯୋଗୁ ୨୩ ତାରିଖ ରାତିରୁ ବର୍ଷା ଆରମ୍ଭ ହେବ। ୨୪ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର ଏବଂ ଢେଙ୍କାନାଳ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ଅନୁଗୋଳ, ସମ୍ବଲପୁର, ମାଲକାନଗିରି, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, ଦେବଗଡ଼ ଏବଂ ନବରଙ୍ଗପୁର ଜିଲାରେ ପ୍ରବଳ ବର୍ଷା ହେବ । ପାଣିପାଗ ବିଭାଗ ପକ୍ଷରୁ ଏ ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୨୫ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତ୍‌ସିଂହପୁର, କଟକ, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଏବଂ କେନ୍ଦୁଝର ଜିଲାରେ ପ୍ରବଳ ବର୍ଷା ହେବ। ପାଣିପାଗ ବିଭାଗ ପକ୍ଷରୁ ଏ ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଲଘୁଚାପ ଯୋଗୁ ଉପକୂଳରେ ଘଣ୍ଟାକୁ ୪୫ରୁ ୫୫ କି.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଓ ୨୫ ତାରିଖରେ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି। ପରିସ୍ଥିତି ଉପରେ କଡ଼ା ନଜର ରଖିବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri