ଆସୁଛି ଲଘୁଚାପ: ୨୪, ୨୫ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର,୨୨।୮(ବ୍ୟୁରୋ): ଆସନ୍ତା ୨୩ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଓ ୨୫ ତାରିଖରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଲଘୁଚାପ ଯୋଗୁ ୨୩ ତାରିଖ ରାତିରୁ ବର୍ଷା ଆରମ୍ଭ ହେବ। ୨୪ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର ଏବଂ ଢେଙ୍କାନାଳ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ଅନୁଗୋଳ, ସମ୍ବଲପୁର, ମାଲକାନଗିରି, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, ଦେବଗଡ଼ ଏବଂ ନବରଙ୍ଗପୁର ଜିଲାରେ ପ୍ରବଳ ବର୍ଷା ହେବ । ପାଣିପାଗ ବିଭାଗ ପକ୍ଷରୁ ଏ ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୨୫ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତ୍‌ସିଂହପୁର, କଟକ, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଏବଂ କେନ୍ଦୁଝର ଜିଲାରେ ପ୍ରବଳ ବର୍ଷା ହେବ। ପାଣିପାଗ ବିଭାଗ ପକ୍ଷରୁ ଏ ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଲଘୁଚାପ ଯୋଗୁ ଉପକୂଳରେ ଘଣ୍ଟାକୁ ୪୫ରୁ ୫୫ କି.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଓ ୨୫ ତାରିଖରେ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି। ପରିସ୍ଥିତି ଉପରେ କଡ଼ା ନଜର ରଖିବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri