ଲଘୁଚାପ ଉତ୍ତର ଭାରତ ମୁହାଁ

ଭୁବନେଶ୍ୱର,୧୮ା୮(ବ୍ୟୁରୋ):ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ଓଡ଼ିଶା ଉପକୂଳ ଛୁଇଁଛି । ଏହାର ପ୍ରଭାବରେ ସୋମବାର ରାତିଠାରୁ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନ ଓ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଗଞ୍ଜାମ, ନୟାଗଡ଼, କଟକ, କନ୍ଧମାଳ, ମାଲକାନଗିରି, କୋରାପୁଟ, ଜଗତ୍‌ସିଂହପୁର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ହେବ। ସେହିପରି ଖୋର୍ଦ୍ଧା, ପୁରୀ, ବୌଦ୍ଧ, ଯାଜପୁର, ଭଦ୍ରକ, ଢେଙ୍କାନାଳ, କେନ୍ଦୁଝର, ରାୟଗଡ଼ା, ଗଜପତି, ବଲାଙ୍ଗୀର, ନୂଆପଡ଼ା, ନବରଙ୍ଗପୁର, ଅନୁଗୋଳ, କଳାହାଣ୍ଡି ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି।
୧୯ ତାରିଖରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ସୋନପୁର, ଅନୁଗୋଳ, ନୂଆପଡ଼ା, ବଲାଙ୍ଗୀର ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ଗୁରୁବାର ଲଘୁଚାପ ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଛତିଶଗଡ଼, ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ ଆଡ଼କୁ ଚାଲିଯିବ। ଏହାର ପ୍ରଭାବ ଆନ୍ଧ୍ରପ୍ରଦେଶ, ତେଲଙ୍ଗାନା, ମହାରାଷ୍ଟ୍ର ଓ ଗୁଜରାଟ ଉପରେ ମଧ୍ୟ ପଡ଼ିବ । ଫଳରେ ଏସବୁ ରାଜ୍ୟଗୁଡ଼ିକରେ ଆଗାମୀ କିଛି ଦିନ ପର୍ଯ୍ୟନ୍ତ ବର୍ଷା ହେବା ସମ୍ଭାବନା ରହିଛି ।
ଏହି ଲଘୁଚାପ ପ୍ରଭାବରେ ଅଗଷ୍ଟରେ ଦେଖା ଦେଇଥିବା ନିଅଣ୍ଟିଆ ବର୍ଷା ସାମାନ୍ୟ ଭରଣା ହେବା ସମ୍ଭାବନା ରହିଛି । ପାଣିପାଗ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ ରାଜ୍ୟରେ ଜୁନ୍‌ ପହିଲାରୁ ଅଗଷ୍ଟ ୧୭ ମଧ୍ୟରେ ୨୯ ପ୍ରତିଶତ କମ୍‌ ବର୍ଷା ହୋଇଛି। ମାତ୍ର ୭ ଟି ଜିଲାରେ ସ୍ବାଭାବିକ ବର୍ଷା ହୋଇଥିବା ପାଣିପାଗ ବିଭାଗ ସୂଚନା ଦେଇଛି। ସେହି ଜିଲାଗୁଡ଼ିକ ହେଲା କଟକ, ଜଗତ୍‌ସିଂହପୁର, ଖୋର୍ଦ୍ଧା, କୋରାପୁଟ,ମାଲକାନଗିରି, ନୂଆପଡ଼ା ଏବଂ ପୁରୀ। ବାକି ୨୩ ଜିଲାରେ ବର୍ଷା ନିଅଣ୍ଟିଆ ରହିଛି। ସେହି ସବୁ ଜିଲା ରେଡ୍‌ ଜୋନ୍‌ରେ ରହିଛି।
ଗତ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ କୋରାପୁଟରେ ୧୩ ମିଲିମିଟର ବର୍ଷା ହୋଇଥିବା ବେଳେ ମାଲକାନଗିରି ୮୬.୮, ପାରଳାଖେମୁଣ୍ଡି ୨୨.୬, ବାଲେଶ୍ୱର ୧୧, ଚାନ୍ଦାବାଲି ୨୮.୫, କଟକ ୧୫.୨, ଭୁବନେଶ୍ୱର ୮.୪, ଗୋପାଳପୁର ୬.୧, ପୁରୀ ୨୧.୨, ବାରିପଦା ୬.୨, ହୀରାକୁଦରେ ୧୮.୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri