ଲଘୁଚାପ: ୪ ଯାଏ ବର୍ଷିବ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ବଙ୍ଗୋପସାଗରରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ତଥା ଏହାର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ମଙ୍ଗଳବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇପାରେ। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର କେତେକ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି। ବୁଧବାର କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ନିିଂ ଜାରି କରାଯାଇଛି। ସେହିପରି ଏହି ସମୟରେ ଦେବଗଡ଼, ଅନୁଗୋଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ଢେଙ୍କାନାଳ ଜିଲାରେ ପ୍ରବଳ ବର୍ଷା ହେବ। ଏ ନେଇ ୟେଲୋ ୱାର୍ନିିଂ ଜାରି କରାଯାଇଛି। ଏହାର ପ୍ରଭାବରେ ତଳିଆ ଅଞ୍ଚଳରେ ବର୍ଷା ପାଣି ଜମି ରହିବ। ବୁଢ଼ାବଳଙ୍ଗ ଓ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବୃଦ୍ଧି ପାଇବା ଆଶଙ୍କା ରହିଛି। ଲଘୁଚାପ ପ୍ରଭାବରେ ଆସନ୍ତା ଅକ୍ଟୋବର ୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ସହାୟତା ଅର୍ଥରୁ ନେଉଥିଲେ ଲାଞ୍ଚ: ପାରାଓ୍ବାଚର ବହିଷ୍କୃତ, ବନପାଳ ନିଲମ୍ବିତ

ମାଲକାନଗିରି,୪ା୨: ଭାଲୁ ଆକ୍ରମଣ ସହାୟତା ପ୍ରଦାନରେ ଲାଞ୍ଚ କାରବାର ହେଉଥିବା ଜାଣି ଚୁପ୍‌ ରହିବା ଅଭିଯୋଗରେ ମାଲକାନଗିରି ଜିଲା ଖଇରପୁଟ ବ୍ଲକ୍‌ କୁଡୁମୁଲୁଗୁମ୍ମା ବନପାଳ ରାଜେନ୍ଦ୍ର...

ଆଜି ରାଜ୍ୟରୁ ଆଉ ୧୫ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯୦୦ ଟପିଲା

ଭୁବନେଶ୍ୱର,୪ା୧୦(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୫ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯୦୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

ବାରକୋଟରୁ କଲରାପତରିଆ ବାଘ ଚମଡ଼ା ଜବତ ଘଟଣା: ଅଭିଯୁକ୍ତଙ୍କୁ ୫ଦିନ ରିମାଣ୍ଡରେ ନେଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ଦେବଗଡ଼ ଜିଲା ବାରକୋଟରୁ କଲରାପତରିଆ ବାଘ ଚମଡ଼ା ର଼୍ୟାକେଟ୍‌ ଧରାପଡ଼ିବା ଘଟଣାରେ କ୍ରାଇମବ୍ରାଞ୍ଚ ୩ ଅଭିଯୁକ୍ତଙ୍କୁ ୫ଦିନ ରିମାଣ୍ଡରେ ନେଇଛି। ପରେ କ୍ରାଇମବ୍ରାଞ୍ଚ...

ବଗଲା ଧର୍ମଶାଳା ଜମି ବିକ୍ରି ସରକାରଙ୍କ ନିଷ୍ପତ୍ତି

ପୁରୀ ଅଫିସ,୨୦ା୮: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ବିସ୍ଥାପିତ ହୋଇଥିବା ଲଜ୍‌ ମାଲିକଙ୍କୁ ବଗଲା ଧର୍ମଶାଳା ଜମି ବିକ୍ରି କରାଯାଇଛି। ୬ଜଣ ଲଜ୍‌ ମାଲିକଙ୍କୁ...

ସ୍ନାନବେଦୀରେ ବିଶୃଙ୍ଖଳାରୀ ଚିହ୍ନଟ : ନୋଟିସ୍‌ ଜାରି କଲା ଶ୍ରୀମନ୍ଦିର ପ୍ରଶାସନ

ପୁରୀ ଅଫିସ,୨୪ା୬: ସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ସ୍ନାନନୀତି ସମ୍ପନ୍ନ ହୋଇଛି। ଶ୍ରୀମନ୍ଦିର ପ୍ରଶାସନର କଟକଣା ସତ୍ତ୍ୱେ ସ୍ନାନବେଦୀରେ ହୋଇଛି ବିଶୃଙ୍ଖଳା। ସଂଖ୍ୟାଧିକ ସେବାୟତ ପ୍ରଶାସନର ନୀତିନିୟମ...

ସଂଗରୋଧ ସରିବା ପରେ ଭୁଲିଗଲା ଗଞ୍ଜାମ ପ୍ରଶାସନ: ରକ୍ଷଣାବେକ୍ଷଣ ଅଭାବରୁ ଭୂତକୋଠି ପାଲଟିଲାଣି ସ୍କୁଲ-କଲେଜ କୋଠା

ବ୍ରହ୍ମପୁର,୧୫।୮- ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଓଡ଼ିଆମାନେ ନିଜ ନିଜ ଜିଲ୍ଲାକୁ ଫେରି ଆସିଥିଲେ। ରାଜ୍ୟ ସରକାର ସେମାନଙ୍କୁ ବିଭିନ୍ନ ସ୍କୁଲ ଓ କଲେଜ...

ହୀରାକୁଦ ଡ୍ୟାମ୍‌ ପ୍ରତି ବଢୁଛି ବିପଦ

ସମ୍ବଲପୁର,୧୬ା୯(ବ୍ୟୁରୋ): ଲପୁଚାପ ବର୍ଷାରେ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇ ସର୍ବାଧିକ ଜଳଧାରଣ କ୍ଷମତା ୬୩୦ ଫୁଟ୍‌ ପାଖରେ ପହଞ୍ଚତ୍ୟାଇଛି। ରିପୋର୍ଟ ଅନୁସାରେ ୭ଦିନ ଭିତରେ...

ଫେରିବାଲାଙ୍କଠୁ ମିଳିଲା ୪୫କେଜି ଗଞ୍ଜେଇ: ଷ୍ଟେଶନରୁ ୩ ଗିରଫ, ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ମହିଳା

ଦାମନଯୋଡି, ୯।୭(ଡି.ଏନ୍‌.ଏ.)- ଗଞ୍ଜେଇ ଚାଲାଣ ଅଭିଯୋଗରେ କୋରାପୁଟ ସିଆର୍‌ପିଏଫ୍‌ ମଙ୍ଗଳବାର ଦାମନଯୋଡି ଷ୍ଟେସନରୁ ଜଣେ ମହିଳାଙ୍କ ସମେତ ୩ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପଡୋଶୀ...

Advertisement


Archives

Model This Week