ଲଘୁଚାପ: ୪ ଯାଏ ବର୍ଷିବ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ବଙ୍ଗୋପସାଗରରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ତଥା ଏହାର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ମଙ୍ଗଳବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇପାରେ। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର କେତେକ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି। ବୁଧବାର କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ନିିଂ ଜାରି କରାଯାଇଛି। ସେହିପରି ଏହି ସମୟରେ ଦେବଗଡ଼, ଅନୁଗୋଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ଢେଙ୍କାନାଳ ଜିଲାରେ ପ୍ରବଳ ବର୍ଷା ହେବ। ଏ ନେଇ ୟେଲୋ ୱାର୍ନିିଂ ଜାରି କରାଯାଇଛି। ଏହାର ପ୍ରଭାବରେ ତଳିଆ ଅଞ୍ଚଳରେ ବର୍ଷା ପାଣି ଜମି ରହିବ। ବୁଢ଼ାବଳଙ୍ଗ ଓ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବୃଦ୍ଧି ପାଇବା ଆଶଙ୍କା ରହିଛି। ଲଘୁଚାପ ପ୍ରଭାବରେ ଆସନ୍ତା ଅକ୍ଟୋବର ୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ।