ଲଘୁଚାପ: ୧୬ ଯାଏ ବର୍ଷିବ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ଏଥିସହିତ ଦକ୍ଷିଣ ପଶ୍ଚିମ ମୌସୁମୀ ରାଜ୍ୟର ଅଧାରୁ ଅଧିକ ଅଞ୍ଚଳକୁ ଘେରିଯାଇଛିି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଶନିବାର ମୌସୁମୀ ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ୱର ଜିଲାକୁ ସମ୍ପୂର୍ଣ୍ଣ ଏବଂ ପୁରୀ ଜିଲାର ବାକି ଅଂଶ ନୟାଗଡ଼ ଏବଂ ଖୋର୍ଦ୍ଧା ଜିଲାର ଅଧିକାଂଶ ଭାଗ, କଟକ, ଯାଜପୁର ଏବଂ ମୟୂରଭଞ୍ଜ ଜିଲାର କିଛି ଅଂଶକୁ ମୌସୁମୀ ଆଚ୍ଛାଦିତ କରିଛି। ପାଗ ଅନୁକୂଳ ଥିବାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ସମ୍ପୂର୍ଣ୍ଣ ରାଜ୍ୟକୁ ପ୍ରବେଶ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଲଘୁଚାପ ମିଶ୍ରିତ ମୌସୁମୀ ଯୋଗୁ ଶନିବାର ରାତିରୁ ରାଜ୍ୟର ଅଧିକାଂଶ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦ୍ରାପଡ଼ା ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି। ଏ ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଜଗତ୍‌ସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, କୋରାପୁଟ ଏବଂ ନବରଙ୍ଗପୁର ଜିଲାରେ ପ୍ରବଳ ବର୍ଷା ହେବ। ଏହିସବୁ ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୧୩ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଢେଙ୍କାନାଳ, ଯାଜପୁର, କଟକ, ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦ୍ରାପଡ଼ା ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୧୬ ତାରିଖ ଯାଏ ବର୍ଷା ଲାଗି ରହିବ। ୧୭ ତାରିଖରେ ପାଗରେ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଜିଲାପାଳମାନଙ୍କୁ ସତର୍କ ରହିବାକୁ ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, କହିଲେ ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

ଏଥର ଫେବୃଆରୀ ୧ରେ ଆସିବନି ବଜେଟ୍‌! ଭାରତ ସଂସଦୀୟ ଇତିହାସରେ ପ୍ରଥମ?

ନୂଆଦିଲ୍ଲୀ,୨୧।୧୨: ଆସନ୍ତା ବର୍ଷ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ କେଉଁ ତାରିଖରେ ବଜେଟ ଉପସ୍ଥାପନ କରିବେ ତାକୁ ନେଇ ସସପେନ୍ସ ଜାରି ରହିଛି। ୨୦୧୭ରୁ...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri