ଲଘୁଚାପ: ୧୬ ଯାଏ ବର୍ଷିବ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ଏଥିସହିତ ଦକ୍ଷିଣ ପଶ୍ଚିମ ମୌସୁମୀ ରାଜ୍ୟର ଅଧାରୁ ଅଧିକ ଅଞ୍ଚଳକୁ ଘେରିଯାଇଛିି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଶନିବାର ମୌସୁମୀ ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ୱର ଜିଲାକୁ ସମ୍ପୂର୍ଣ୍ଣ ଏବଂ ପୁରୀ ଜିଲାର ବାକି ଅଂଶ ନୟାଗଡ଼ ଏବଂ ଖୋର୍ଦ୍ଧା ଜିଲାର ଅଧିକାଂଶ ଭାଗ, କଟକ, ଯାଜପୁର ଏବଂ ମୟୂରଭଞ୍ଜ ଜିଲାର କିଛି ଅଂଶକୁ ମୌସୁମୀ ଆଚ୍ଛାଦିତ କରିଛି। ପାଗ ଅନୁକୂଳ ଥିବାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ସମ୍ପୂର୍ଣ୍ଣ ରାଜ୍ୟକୁ ପ୍ରବେଶ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଲଘୁଚାପ ମିଶ୍ରିତ ମୌସୁମୀ ଯୋଗୁ ଶନିବାର ରାତିରୁ ରାଜ୍ୟର ଅଧିକାଂଶ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦ୍ରାପଡ଼ା ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି। ଏ ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଜଗତ୍‌ସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, କୋରାପୁଟ ଏବଂ ନବରଙ୍ଗପୁର ଜିଲାରେ ପ୍ରବଳ ବର୍ଷା ହେବ। ଏହିସବୁ ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୧୩ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଢେଙ୍କାନାଳ, ଯାଜପୁର, କଟକ, ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦ୍ରାପଡ଼ା ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୧୬ ତାରିଖ ଯାଏ ବର୍ଷା ଲାଗି ରହିବ। ୧୭ ତାରିଖରେ ପାଗରେ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଜିଲାପାଳମାନଙ୍କୁ ସତର୍କ ରହିବାକୁ ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାରପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

ଡିଜିପି ଚୟନ: ୨୨ ଶୁଣାଣିକୁ ଅପେକ୍ଷା

ଭୁବନେଶ୍ୱର,୧୮ା୯(ସୁନିତ୍‌ ମିଶ୍ର): ଓଡ଼ିଶା ଡିଜିପି ଚୟନ ନେଇ ଆସନ୍ତା ୨୨ ତାରିଖ ଦିନ ସୁପ୍ରିମକୋର୍ଟରେ ଶୁଣାଣି ହେବ। ଗୁରୁବାର ଏହି ବାବଦରେ ସର୍ବୋଚ୍ଚ ନ୍ୟାୟଳୟରେ ଶୁଣାଣି ହେବାର…

ମୁଜାଗଡ଼ରେ ବୁଲୁଛି ମଣିଷମରା ହାତୀ, ଗାଈକୁ ଦଳି ମାରିଲା

ଭଞ୍ଜନଗର,୧୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଖଣ୍ଡିକୋଟି, ବେଲାଟୁନି ଓ ଗୁଣ୍ଡିରିବାଡ଼ି ଅଞ୍ଚଳରେ ଅଲଗା ହୋଇ ବୁଲୁଥିବା ୩ଟି…

ପାସପୋର୍ଟ ନିୟମରେ ବଡ଼ ପରିବର୍ତ୍ତନ, ୧୫ ବର୍ଷରୁ କମ୍‌ ପିଲାଙ୍କ ପାଇଁ…

ନୂଆଦିଲ୍ଲୀ,୧୮।୯: ପାସପୋର୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି ।ବିଦେଶ ମନ୍ତ୍ରଣାଳୟ (MEA) ପାସପୋର୍ଟ ନିୟମରେ କିଛି ପରିବର୍ତ୍ତନ ଘୋଷଣା କରିଛି । ‘ପାସପୋର୍ଟ (ସଂଶୋଧନ) ନିୟମ,…

ପିକ୍‌ଅପ୍‌ରେ ଚାଲାଣ ହେଉଥିଲେ ୭୫ ଛେଳି, ମାଡ଼ି ବସିଲା ପୋଲିସ,୩ ଜଣଙ୍କୁ ଗିରଫ କରି…

ଦେବଗଡ଼,୧୮ା୯(ଶଶାଙ୍କ ଶେଖର ଝାଙ୍କର): ପିକ୍‌ଅପ୍‌ ଭ୍ୟାନ୍‌ରେ ବେଆଇନ ଛେଳି ଚାଲାଣ ଘଟଣାରେ ଦେବଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପିକ୍‌ଅପ୍‌ ଭ୍ୟାନ୍‌ ଚାଳକ…

ବିପଦସଙ୍କୁଳ ଶ୍ରେଣୀଗୃହରେ ଚାଲିଛି ଐତିହ୍ୟପୂର୍ଣ୍ଣ ଶିକ୍ଷାନୁଷ୍ଠାନ

ସାକ୍ଷୀଗୋପାଳ,୧୮।୯(ପ୍ରଶାନ୍ତ କୁମାର ବାରିକ): ଯେଉଁଠି ଦିନେ ଶିକ୍ଷା ସହ ଶ୍ରମ, ଶୃଙ୍ଖଳା, ସେବା, ସ୍ବାବଲମ୍ବନ ଓ ଦେଶପ୍ରେମର ମନ୍ତ୍ର ଫୁଙ୍କି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ‘ମଣିଷ…

କମିବ ଧାନ ଅମଳ, ବଢ଼ିପାରେ ଚାଉଳ ଦର! ଏବର୍ଷ ୬.୫% ଉତ୍ପାଦନ ହ୍ରାସ ଆଶଙ୍କା

ମୁମ୍ବାଇ,୧୮।୯(ରଏଟର୍ସ): ରାଇସ୍‌ ଏକ୍ସପୋର୍ଟର୍ସ ଆସୋସିଏଶନ (ଚାଉଳ ରପ୍ତାନିକାରୀ ସଂଘ)ର ସଭାପତି ବି.ଭି. କୃଷ୍ଣା ରାଓଙ୍କ ସୂଚନା ଅନୁଯାୟୀ, କମ୍‌ ବର୍ଷା ଯୋଗୁ ଅମଳ ହ୍ରାସ ପାଇବ। ଆକଳନ…

ହର୍ମୁଜରେ ତୈଳ ବୋଝେଇ ଜାହାଜ ଉପରେ ଆକ୍ରମଣ, ଇରାନ କହିଲା ଆମେରିକୀୟ ପ୍ରରୋଚନାରେ…

ତେହରାନ,୧୮।୯: ହର୍ମୁଜରେ ତୈଳ ବୋଝେଇ ଜାହାଜ ଉପରେ ଇରାନ ଆକ୍ରମଣ କରିଛି। ଟୋଗୋର ତୈଳ ବୋଝେଇ ଜାହାଜ ଉପରେ ଏହି ଆକ୍ରମଣ କରିଛି ଇରାନ। ତେବେ ଜାହାଜଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?