ସୃଷ୍ଟି ହେଲା ଲଘୁଚାପ, ଆରମ୍ଭରୁ ବର୍ଷିଲା

ଭୁବନେଶ୍ୱର, ୫ା୭(ବ୍ୟୁରୋ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୋମବାର ଉତ୍ତର ଓଡ଼ିଶା ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଝାଡ଼ଖଣ୍ଡ ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୫.୮ କିମି ଯାଏ ବ୍ୟାପିଛି। ଫଳରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ସୋମବାର ରାଜଧାନୀ ଭୁବନେଶ୍ୱରରେ ସର୍ବାଧିକ ବର୍ଷା ହୋଇଛି। ସକାଳ ସାଢ଼େ ୮ଟାରୁ ଅପରାହ୍ନ ୨ଟା ୩୦ ସୁଦ୍ଧା ରାଜଧାନୀରେ ୪୬.୮ ମିମି ବର୍ଷା ରେକର୍ଡ କରାଯାଇଛି। ସେହିପରି କେନ୍ଦ୍ରାପଡ଼ା ୩୦.୧, କେନ୍ଦୁଝର ୩୦, ମାଲକାନଗିର ୨୫.୪, ଅନୁଗୋଳ ୧୯, ଜଗତ୍‌ସିଂହପୁର ୬.୨, ଢେଙ୍କାନାଳ ୫.୯, ଝାରସୁଗୁଡ଼ା ୪.୬, ନବରଙ୍ଗପୁର ୫.୬ ଓ ଦାରିଙ୍ଗବାଡ଼ିରେ ୭ମିମି ବର୍ଷା ହୋଇଛି। ସେହିଭଳି ସମ୍ବଲପୁର, କୋରାପୁଟ, କଟକ, ନୟାଗଡ଼, ଯାଜପୁରରେ ମଧ୍ୟ ବର୍ଷା ହୋଇଛି। ଲଘୁଚାପ ପ୍ରଭାବରେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ। ସେଥିପାଇଁ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ମଙ୍ଗଳବାର ଗଞ୍ଜାମ, ଗଜପତି, ପୁରୀ, ଜଗତ୍‌ସିଂହପୁର, କଟକ, ଢେଙ୍କାନାଳ, ବଲାଙ୍ଗୀର, ବରଗଡ଼, ନୂଆପଡ଼ା, ସମ୍ବଲପୁର ଏବଂ ଅନୁଗୋଳରେ ପ୍ରବଳ ବର୍ଷା ହେବାକୁ ଥିବାବେଳେ ବୁଧବାର ମାଲାକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ ଏବଂ ବଲାଙ୍ଗୀରରେ ପ୍ରବଳ ବର୍ଷା ହେବ। ତେବେ ଗୁରୁବାର ବୌଦ୍ଧ, ସୋନପୁର, କନ୍ଧମାଳ, ଅନୁଗୋଳ ଏବଂ ସମ୍ବଲପୁରରେ ଓ ଶୁକ୍ରବାର ନୂଆପଡ଼ା, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଏବଂ ମାଲାକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସେପଟେ ଜୁନ୍‌ ଶେଷ ସୁଦ୍ଧା ରାଜ୍ୟରେ ୪୦ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଥିବାବେଳେ ଜୁଲାଇର ପ୍ରଥମ ଦିନରେ ଏହି ନିଅଣ୍ଟିଆ ବର୍ଷାରେ ୧୧ ପ୍ରତିଶତ ଭରଣା ହୋଇଛି। ଜୁଲାଇ ୪ ସୁଦ୍ଧା (ଜୁନ ୧ରୁ ଜୁଲାଇ ୪) ରାଜ୍ୟରେ ୧୮୧.୪ମିମି ବର୍ଷା ହୋଇଛି, ଯାହାକି ସ୍ବାଭାବିକ ବର୍ଷା ୨୫୬.୧ମିମି ଠାରୁ ୨୯ପ୍ରତିଶତ କମ୍‌ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?