ଦୁର୍ବଳ ମୌସୁମୀ: ୧୬ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୭ା୭(ଅନିଲ ଦାସ): ବର୍ଷାଭାବ ଯୋଗୁ ରାଜ୍ୟରେ ଚାଷ କାର୍ଯ୍ୟ ଗୁରୁତର ଭାବେ ପ୍ରଭାବିତ ହେଲାଣି। ମୌସୁମୀ ଦୁର୍ବଳ ରହିବା ଯୋଗୁ ଗତ କିଛିଦିନ ହେବ ରାଜ୍ୟରେ ବର୍ଷା କମିଯାଇଛି। ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଜୁନ୍‌ ପହିଲାରୁ ଜୁଲାଇ ୬ ତାରିଖ ମଧ୍ୟରେ ରାଜ୍ୟରେ ୨୮ ପ୍ରତିଶତ କମ୍‌ ବର୍ଷା ହୋଇଛି। ଏହି ସମୟ ମଧ୍ୟରେ ୨୬୫.୮ ମିଲିମିଟର ହେବା ସ୍ଥାନରେ ୧୯୧.୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ସେହିପରି ରାଜ୍ୟରେ ଏବେ ୧୬ ଜିଲାରେ ବର୍ଷା ନିଅଣ୍ଟିଆ ପରିସ୍ଥିତି ସୃଷ୍ଟି ହୋଇଛି। ସେହି ଜିଲାଗୁଡିକରେ ୨୦ରୁ ୬୦ ପ୍ରତିଶତ କମ ବର୍ଷା ହୋଇଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ କଳାହାଣ୍ଡି ଓ କନ୍ଧମାଳ ଜିଲାରେ ୬୬ ପ୍ରତିଶତ ଲେଖାଏ କମ୍‌ ବର୍ଷା ହୋଇଥିବା ବେଳେ ଦେବଗଡ ୫୪, ରାୟଗଡା ୫୪, ନବରଙ୍ଗପୁର ୫୬, ପୁରୀ ୪୨, କେନ୍ଦ୍ରାପଡା ୪୬, ବଲାଙ୍ଗୀର ୪୩, ବାଲେଶ୍ୱର ଜିଲାରେ ୪୩ ପ୍ରତିଶତ କମ୍‌ ବର୍ଷା ହୋଇଛି। ସେହିପରି ଅନ୍ୟାନ୍ୟ ଜିଲାରେ ମଧ୍ୟ ବର୍ଷା ସ୍ବାଭାବିକଠାରୁ ୩୦ରୁ ୫୦ ପ୍ରତିଶତ କମ୍‌ ରହିଛି।
ଘୂର୍ଣ୍ଣିବଳୟ ଯୋଗୁ ରାଜ୍ୟରେ କାଁ ଭାଁ ବର୍ଷା ହେଉଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଗୁରୁବାର ଚାନ୍ଦବାଲିରେ ୨୪ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ କଟକ ୧୮.୪, ପାରାଦୀ ୧୨.୮, ଭୁବନେଶ୍ୱର ୩୫.୩, ବାରିପଦା ୨୬.୪, ଝାରସୁଗୁଡା ୨୧.୨, ହୀରାକୁଦ ୩୧, ଭବାନୀପାଟଣା ୪୦.୨, କୋରାପୁଟ ୧୧, ନୟାଗଡ଼ ୨୯, ରାୟଗଡା ୩୪.୩, ଭଦ୍ରକ ୩୯.୫, ଯାଜପୁରରେ ୧୬.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଉତ୍ତର ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବଂ ମୌସୁମୀ ଟ୍ରପ୍‌ଲାଇନ ଯୋଗୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡା, ସମ୍ବଲପୁର, ବରଗଡ, ସୋନପୁର, ଦେବଗଡ, ସୁନ୍ଦରଗଡ, କେନ୍ଦୁଝର, ମୟୂଭରଞ୍ଜ ଆଦି ଜିଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୧୧ ତାରିଖ ଯାଏ ରାଜ୍ୟର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri