୧୮ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୫ା୭(ଅନିଲ ଦାସ): ରାଜ୍ୟରେ ବର୍ଷାଭାବ ଯୋଗୁ ଚାଷ କାର୍ଯ୍ୟ ଗୁରୁତର ଭାବେ ପ୍ରଭାବିତ ହେବା ଆଶଙ୍କା ବଢ଼ିଗଲାଣି। ଜୁନ୍‌ରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବା ସାଙ୍ଗକୁ ୧୧ ଦିନ ବିଳମ୍ବରେ ଅର୍ଥାତ୍‌ ଜୁନ୍‌ ୨୨ରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟକୁ ପ୍ରବେଶ କରିଥିଲା। ଦୁଇ ତିନି ଦିନ ପରେ ମୌସୁମୀଜନିତ ବର୍ଷା ଏକପ୍ରକାର ବନ୍ଦ ହୋଇଯାଇଛି। ମୌସୁମୀ ଦୁର୍ବଳ ରହିବା ସାଙ୍ଗକୁ ଲଘୁଚାପ ନ ଥିବାରୁ ବର୍ଷା ପରିମାଣ ବହୁମାତ୍ରାରେ ହ୍ରାସପାଇଛି। ଏପରି କି ରାଜ୍ୟର ୩ ଜିଲା ରାୟଗଡ଼ା, କଳାହାଣ୍ଡି ଓ କନ୍ଧମାଳରେ ସ୍ଥିତି ସଙ୍ଗିନ ରହିଥିବା ବେଳେ ୧୮ ଜିଲାରେ ଭୟଙ୍କର ବର୍ଷାଭାବ ଦେଖାଦେଇଛି।
ମୌସୁମୀ ବାୟୁ ଦୁର୍ବଳ ଥିବାରୁ ବର୍ଷା ପରିମାଣ ହ୍ରାସ ପାଇଛି। ଜୁନ୍‌ ପହିଲାରୁ ଜୁଲାଇ ୪ ତାରିଖ ମଧ୍ୟରେ ରାଜ୍ୟରେ ୩୧ ପ୍ରତିଶତ କମ୍‌ ବର୍ଷା ହୋଇଛି। ଏହି ସମୟ ମଧ୍ୟରେ ୨୪୭.୪ ମିଲିମିଟର ବର୍ଷା ହେବା ସ୍ଥାନରେ ହୋଇଛି ୧୭୧.୭ ମିଲିମିଟର। ସେହିପରି ରାଜ୍ୟରେ ଏବେ ୧୮ଟି ଜିଲାରେ ନିଅଣ୍ଟିଆ ବର୍ଷା ପରିସ୍ଥିତି ସୃଷ୍ଟି ହୋଇଛି। ସେହି ଜିଲାଗୁଡ଼ିକରେ ୨୦ରୁ ୭୦ ପ୍ରତିଶତ କମ୍‌ ବର୍ଷା ହୋଇଛି। ଆଗାମୀ ଦିନରେ ବର୍ଷା ପରିମାଣ ନ ବଢ଼ିଲେ ଚାଷ କାର୍ଯ୍ୟ ଗୁରୁତର ଭାବେ ବାଧାପ୍ରାପ୍ତ ହେବା ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ରାୟଗଡ଼ାରେ ସର୍ବାଧିକ ୭୩ ପ୍ରତିଶତ କମ୍‌ ବର୍ଷା ହୋଇଥିବା ବେଳେ କଳାହାଣ୍ଡି ୭୦, କନ୍ଧମାଳ ୬୭, ନବରଙ୍ଗପୁର ୫୭, ଖୋର୍ଦ୍ଧା ୪୨, ପୁରୀ ୪୦, ସୋନପୁର ୪୦, ବଲାଙ୍ଗୀର ୪୭, ବାଲେଶ୍ୱର ୪୬, କଟକ ୩୯, ଗଞ୍ଜାମ ୪୬, ଜଗତ୍‌ସିଂହପୁର ୪୪, ପୁରୀ ୪୦, ଯାଜପୁର ୩୯, ଗଜପତି ୩୭, ନୂଆପଡ଼ା ୩୭, କୋରାପୁଟ ଜିଲାରେ ୨୧ ପ୍ରତିଶତ କମ୍‌ ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ ଏହି ସମୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, ବୌଦ୍ଧ ଏବଂ ନୂଆପଡ଼ା ଜିଲାରେ ପ୍ରବଳ ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri