ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏସବୁ ଜିଲାରେ ବର୍ଷା, ଜାରି ହେଲା ସତର୍କ ସୂଚନା

ଭୁବନେଶ୍ୱର,୫ା୧୨: ବର୍ତମାନ ପର୍ଯ୍ୟନ୍ତ ଓଡ଼ିଶାରେ ଶୀତର ପ୍ରଭାବ ବିଶେଷ ଦେଖିବାକୁ ମିଳିନାହିଁ। କିନ୍ତୁ ଆସନ୍ତା ୨୪ ଘଣ୍ଟା ମଧ୍ୟର ରାଜ୍ୟର କିଛି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଗୁରୁବାର ମିଳିଥିବା ସୂଚନା ଅନୁଯାୟୀ ଶୁକ୍ରବାର ସୁଦ୍ଧା ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି ଏବଂ କନ୍ଧମାଳ ଜିଲାରେ ହାଲୁକା ବର୍ଷ ହେବାର ସମ୍ଭାବନା ରହିଛି। ସେହିଭଳି ରବିବାର ସୁଦ୍ଧା ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନୂଆପଡା, ବଲାଙ୍ଗୀର, ବୌଦ୍ଧ, ସୋନପୁର, ଅନୁଗୁଳ, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, ସମ୍ବଲପୁର, ଏବଂ ଦେଓଗଡ ଜିଲାରେ ବର୍ଷା ହୋଇପାରେ।

ସେହିଭଳି ୧୦ ତାରିଖ ସୁଦ୍ଧା ମୟୂରଭଞ୍ଜ, କେଉଁଝର,ଢେଙ୍କାନାଳ, ନୟାଗଡ଼, ଗଞ୍ଜାମ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, କନ୍ଧମାଳ, କାଲାହାଣ୍ଡି, ନୁଆପଡା, ବାଲାଙ୍ଗୀର, ବୌଦ୍ଧ, ସୋନପୁର, ଅନୁଗୁଳ, ବରଗଡ଼, ଦେଓଗଡ,ଝାରସୁଗୁଡା, ସୁନ୍ଦରଗଡ ଏବଂ ସମ୍ବଲପୁର ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି।

ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ତାପମାତ୍ରା ବିଶେଷ ଖସିବାର ସମ୍ଭାବନା ନାହିଁ। କିନ୍ତୁ ଆଗାମୀ ୪ ଦିନରେ ଓଡ଼ିଶାରେ ତାପମାତ୍ରା ୨-୪ ସେଲସିୟସ ହ୍ରାସ ପାଇବାର ସମ୍ଭାବନା ରହିଛି। ସେହିପରି ଆସନ୍ତା ୨୪ ଘଣ୍ଟାରେ କନ୍ଧମାଳ, କଳାହାଣ୍ଡି, କୋରାପୁଟ, ସୁନ୍ଦରଗଡ଼, କେନ୍ଦୁଝର ଏବଂ ରାୟଗଡା ଜିଲାରେ ହାଲୁକରୁ ମାଧ୍ୟମ ଧରଣର କୁହୁଡି ହେବାର ସମ୍ଭାବନା ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?