ଆଜିଠୁ ଲଘୁଚାପ ବର୍ଷା

ଭୁବନେଶ୍ୱର,୨୭। ୭(ବ୍ୟୁରୋ): ଉତ୍ତର ବଙ୍ଗୋପସାଗର ଏବଂ ବାଂଲାଦେଶ ଉପକୂଳରେ ମଙ୍ଗଳବାର ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ମଙ୍ଗଳବାର ରାତିରୁ ବର୍ଷା ହୋଇପାରେ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହି ସମୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୨୮ ତାରିଖରେ କେନ୍ଦୁଝର, ବାଲେଶ୍ୱର, ମୟୂରଭଞ୍ଜ,ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ଝାରସୁଗୁଡ଼ା, ସୁବର୍ଣ୍ଣପୁର ବରଗଡ଼, ଢେଙ୍କାନାଳ ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଘୁଚାପ ଯୋଗୁ ଆସନ୍ତା ୩୦ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଅଳ୍ପ କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଭୁବନେଶ୍ୱରରେ ୫.୯ ପ୍ରତିଶତ ବର୍ଷା ହୋଇଥିବା ବେଳେ ବାରିପଦା ୧୧.୨, ବଲାଙ୍ଗୀରରେ ୭.୩ ପ୍ରତିଶତ ହୋଇଥିବା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଜ୍ଞାନିକଙ୍କୁ ବଡ଼ ସଫଳତା, ମୂଷା ମସ୍ତିଷ୍କରେ ଲାବ୍‌-ନିର୍ମିତ ମାନବ କୋଷିକା ପ୍ରତିରୋପଣ

ନୂଆଦିଲ୍ଲୀ,୧୮।୯ (ପି.ଟି.): ପ୍ରୟୋଗଶାଳାରେ ପ୍ରସ୍ତୁତ ମାନବ ମସ୍ତିଷ୍କର ନରମ କୋଷିକାକୁ ମୂଷା ମସ୍ତିଷ୍କରେ ସଫଳତାର ସହ ପ୍ରତିରୋପଣ କରାଯାଇପାରିଛି। ପ୍ରତିରୋପଣ ପରେ ଏହି ମାନବ କୋଷିକାଗୁଡ଼ିକ ମୂଷା…

ବିପଦସଙ୍କୁଳ ଶ୍ରେଣୀଗୃହରେ ଚାଲିଛି ଐତିହ୍ୟପୂର୍ଣ୍ଣ ଶିକ୍ଷାନୁଷ୍ଠାନ

ସାକ୍ଷୀଗୋପାଳ,୧୮।୯(ପ୍ରଶାନ୍ତ କୁମାର ବାରିକ): ଯେଉଁଠି ଦିନେ ଶିକ୍ଷା ସହ ଶ୍ରମ, ଶୃଙ୍ଖଳା, ସେବା, ସ୍ବାବଲମ୍ବନ ଓ ଦେଶପ୍ରେମର ମନ୍ତ୍ର ଫୁଙ୍କି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ‘ମଣିଷ…

ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ଚିହ୍ନଟ, କୋଲୋସିୟମଠାରୁ ବି ବଡ଼

କେପ କାନାଭେରାଲ (ଫ୍ଲୋରିଡା),୧୮।୯: ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ସୃଷ୍ଟି ହୋଇଥିବା ନାସାର ‘ଲୁନାର ରେକୋନିସାନ୍ସ ଅର୍ବିଟର’ (ଏଲ୍‌ଆର୍‌ଓ) ମହାକାଶଯାନ ଦ୍ୱାରା ଚିହ୍ନଟ ହୋଇଛି। ରୋମ୍‌ର ପ୍ରସିଦ୍ଧ…

ଘୂର୍ଣ୍ଣିବଳୟ ସକ୍ରିୟ: ୨୩ ଯାଏ ପ୍ରବଳ ବର୍ଷା, ସତର୍କ ଜାରି କରି ପାଣିପାଗ ବିଭାଗ କହିଲା…

ଭୁବନେଶ୍ୱର,୧୮ା୯: ଉତ୍ତର ଥାଇଲାଣ୍ଡ ଉପରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ୧୮ ତାରିଖ ସନ୍ଧ୍ୟା ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଉପରେ…

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?