ଲଘୁଚାପ ବର୍ଷା ଆଶ୍ୱସ୍ତି ଦେବ

ଭୁବନେଶ୍ୱର,୩।୮(ବ୍ୟୁରୋ): ଶ୍ରାବଣରେ ମୌସୁମୀ ଯେପରି ଉଭାନ ହୋଇଯାଇଛି। ଟାଇଁ ଟାଇଁ ଖରାରେ କ୍ଷେତ ଫାଟି ଆଁ କରିଛି। କେନାଲରେ ପାଣି ନ ଥିବାବେଳେ ଠିକ୍‌ ସମୟରେ ସରକାରଙ୍କ ଜଳସେଚନ ବ୍ୟବସ୍ଥା ଫେଲ୍‌ ମାରିଛି। ଫଳରେ ରାଜ୍ୟର ଲକ୍ଷଲକ୍ଷ ଚାଷୀ ଏବେ ମୁଣ୍ଡରେ ହାତଦେଇ ବସିଛନ୍ତି। ଏପରିସ୍ଥଳେ ଲଘୁଚାପ ବର୍ଷା ଚାଷୀଙ୍କ ମନରେ ନୂଆ ଆଶା ସଞ୍ଚାର କରିଛି। ଆସନ୍ତା ୪ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ଏଥିସହ ବିଭିନ୍ନ ସ୍ଥାନରେ ବଜ୍ରପାତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ତେବେ ରବିବାର ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇଛି। ୩ ତାରିଖ ଦିନ ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବ। ମାଲକାନଗିରି, କଳାହାଣ୍ଡି, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର, ସୋନପୁର, ବରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୋଳ ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବ। ୪ ତାରିଖ ଦିନ ଢେଙ୍କାନାଳ, ଯାଜପୁର ଓ କଳାହାଣ୍ଡିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ମାଲକାନଗିରି, କୋରାପୁଟ, ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ବୌଦ୍ଧ, ଅନୁଗୋଳ, ନୂଆପଡ଼ା ଓ ବଲାଙ୍ଗୀରରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ସେହିପରି ୫ ତାରିଖ ଦିନ ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ କେନ୍ଦୁଝରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ କଟକ, ଢେଙ୍କାନାଳ, ଅନୁଗୋଳ ଓ ସୋନପୁରରେ ପ୍ରବଳ ବର୍ଷା ହେବ। ୬ ତାରିଖ ଦିନ ବରଗଡ଼, ସୁନ୍ଦରଗଡ଼ ଓ ଦେବଗଡ଼ରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ତେଣୁ ଏସବୁ ଜିଲାକୁ ପାଣିପାଗ କେନ୍ଦ୍ର ୟେଲୋ ଓ୍ବାର୍ନିଂ ଜାରି କରିଛି।
ଜୁଲାଇ ମାସରେ ବର୍ଷା ନ ହେବାରୁ ଉପକୂଳ ସମେତ ଓଡ଼ିଶାର ବିଭିନ୍ନ ଜିଲାରେ ସାଂଘାତିକ ମରୁଡ଼ି ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ଦେଖାଦେଇଛି। ୧୨ ଜିଲାରେ ସ୍ଥିତି ସବୁଠୁ ବିଗିଡି ଯାଇଛି। ଚାଷୀ ପାଇଁ ସବୁଠୁ ଗୁରୁତ୍ୱପୂର୍ଣ୍ଣ ହେଉଛି ଖରିଫ୍‌ ଋତୁ। ଏହି ଚାଷରୁ ହିଁ ଚାଷୀ ବର୍ଷ ତମାମର ରୋଜଗାର ପାଇଥାଏ। ସାରାବର୍ଷ ଖାଇବା ପାଇଁ ଦାନା ମିଳିଥାଏ। କିନ୍ତୁ ମୌସୁମୀ ସକ୍ରିୟ ନ ହେବାରୁ ଚାଷୀଙ୍କ ସବୁ ସ୍ବପ୍ନ ମଉଳି ଯାଇଛି। ତେବେ ଲଘୁଚାପ ଯୋଗୁ ବର୍ଷା ଆସୁଥିବାରୁ ଚାଷୀଙ୍କ ମନରେ ଆଶା ଓ ଉତ୍କଣ୍ଠା ବଢ଼ଯାଇଛି। ଲଘୁଚାପ ବର୍ଷା ଆଶ୍ୱସ୍ତି ଆଣିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri