ନିଅଣ୍ଟିଆ ବର୍ଷା: ଚିନ୍ତାରେ ଚାଷୀକୁଳ

ସାକ୍ଷୀଗୋପାଳ,୧୧।୮(ଭରତ ରାଉତ): ଆଷାଢ଼ ସରି ଶ୍ରାବଣ ମାସ ଅଧା ହେଲାଣି। ହେଲେ ନିଅଣ୍ଟିଆ ବର୍ଷା ପାଇଁ ଚାଷ କାର୍ଯ୍ୟ ଘୋର ବାଧାପ୍ରାପ୍ତ ହୋଇଛି। ମୌସୁମୀ ଦୁର୍ବଳ ହେତୁ ବର୍ଷାର ପରିମାଣ କମ୍‌ ରହିଛି। ଧାରା ଶ୍ରାବଣରେ ନିଅଣ୍ଟିଆ ବର୍ଷା ଯୋଗୁ ଆଗେଇ ପାରୁନି ଚାଷକାର୍ଯ୍ୟ। ବର୍ଷାର ଆଗମନ ଦେଖି ଚାଷୀ ଧାନ ବିହନ ସଂଗ୍ରହ କରି ତଳି ପକାଇଥିଲା। କିନ୍ତୁ ବର୍ଷା ହୋଇ ନ ଥିବାରୁ ଏବେ ସେ ସବୁ ତଳି ମରିବାକୁ ବସିଲାଣି। ବୁଣା ଯାଇଥିବା ତଳି ବିଲ ମଧ୍ୟ ଫାଟି ଆଁ କଲାଣି। ତେଣୁ ତଳିକୁ ବଞ୍ଚାଇବା ପାଇଁ ଚାଷୀ ଚୁଆ ଓ ଖାଲ ଜମିରୁ ପାଣି ସଂଗ୍ରହ କରି ବିଲରେ ଛିଞ୍ଚୁଛି। ପୁରୀ ଜିଲା ଅନ୍ତର୍ଗତ ସତ୍ୟବାଦୀ ବ୍ଲକରେ ଏବର୍ଷ ଖରିଫ ଚାଷ ହେବକି ନାହିଁ ଚାଷୀ ସନ୍ଦେହରେ, ଏକ ରକମର ମରୁଡି ଅବସ୍ଥାକୁ ଆସିଗଲାଣି। ମୌସୁମୀ ଚାଷୀଙ୍କ ଉପରେ ଦାଉ ସାଧିଛି। ଶ୍ରାବଣ ମାସ ଶେଷ ହେବାକୁ ବସିଲାଣି ଜିଲାରେ ୨୭ ପ୍ରତିଶତ କମ୍‌ ବର୍ଷା। ଆଗାମୀ ୫ ଦିନ ପର୍ଯ୍ୟନ୍ତ ବଡ଼ ଧରଣର ବର୍ଷା ନ ଥିବା ପାଣିପାଗ ବିଭାଗରୁ ସୂଚନା ମିଳିଛି। ଜଳ ସମ୍ପଦ ବିଭାଗ ଓ କୃଷି ବିଭାଗ ଅଧିକାରୀଙ୍କର ପାଣି ପାଇଁ କାହାରି ଚିନ୍ତା ନାହିଁ ବୋଲି ଚାଷୀମାନେ ଅଭିଯୋଗ ଆଣିଛନ୍ତି। ଗଡିଆ, ଚୁଆ, ନୟନଜୋରୀରେ ଥିବା ଅଳ୍ପ ପାଣିକୁ ଚାଷୀମାନେ ତଳିକୁ ପାଣି ବୋହି ସୁଖାଇ ସାରିଲେଣି, ତଥାପି ଧାନ ତଳି ବଞ୍ଚାଇ ରଖିବା ବହୁ କଷ୍ଟକର ହୋଇପଡିଛି। ସତ୍ୟବାଦୀ ବ୍ରାଞ୍ଚ କେନାଲରେ ଟୋପାଏ ପାଣି ନାହିଁ। ନରେନ୍ଦ୍ରପୁର, ଶ୍ରୀରାମଚନ୍ଦ୍ରପୁର, ଶୁକଳ, ପେଣ୍ଠପଡା, ଜୟପୁର, ସାଣ୍ଢରା, ଆଳିସ, ନୂଆ ସୋମେଶ୍ୱର ପୁର, ବିଦ୍ୟାଧରପୁର, ମହୁରା ପରଜାପଡା, ରାୟଖଣ୍ଡି, ବଳପୁର, ବଳରାମପୁର ଗଡ଼ ଆଦି ପଞ୍ଚାୟତରେ ହଜାର ହଜାର ଚାଷଜମି ଶୁଖି ମାଟି ଫାଟି ଆଁକଲାଣି। ଯଦି ଦୁଇ ତିନି ଦିନ ମଧ୍ୟରେ ଲଗାଣ ବର୍ଷା ସହିତ କେନାଲରେ ପାଣି ନ ଆସିଲେ ଚଳିତବର୍ଷର ଖରିଫ ଧାନ ଫସଲ ଉଜୁଡି ଯିବ ବୋଲି ଚାଷୀ ପ୍ରଫୁଲ୍ଲ କୁମାର ବିଶ୍ବାଳ, ନବକିଶୋର ମହାପାତ୍ର, ଦେବତିକ୍ତ ମିଶ୍ର, ମହନ୍ତ ବିଶାଳ, ପ୍ରଭାକର ମହାପାତ୍ର, ନବକିଶୋର ନାଲି, ରାମଚନ୍ଦ୍ର ମିଶ୍ର କହିଛନ୍ତି। ଏ ସମ୍ପର୍କରେ ସାକ୍ଷୀଗୋପାଳ ଜଳସମ୍ପଦ ବିଭାଗର ଯନ୍ତ୍ରୀଙ୍କୁ ଯୋଗାଯୋଗ କରିଥିଲେ ତାହା ସମ୍ଭବ ହୋଇପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ…

ମଝି ଆକାଶରେ ଗାଏବ ହୋଇଗଲା ଆମେରିକାର ୧୬୦୦ କୋଟିର ଡ୍ରୋନ! ରହସ୍ୟମୟ ଭାବରେ ହର୍ମୁଜ ଉପରେ ହୋଇଗଲା ଅଦୃଶ୍ୟ

ଓ୍ବାଶିଂଟନ୍‌,୧୦।୪: ଆଜି ହର୍ମୁଜ ପ୍ରଣାଳୀ ଉପରେ ଏକ ସ୍ବତନ୍ତ୍ର ଆମେରିକା ନୌସେନା ନିରୀକ୍ଷଣ ଡ୍ରୋନ, MQ-4C ଟ୍ରାଇଟନ ହଠାତ୍‌ ଅଦୃଶ୍ୟ ହୋଇଯାଇଛି। ଏହି ଡ୍ରୋନଟିକୁ ଆମେରିକାର ସବୁଠାରୁ…

ଆଜିଠୁ ଟୋଲ୍ ପ୍ଲାଜାରେ ନୂଆ ନିୟମ, ଦେଇପାରିବେନି ନଗଦ ଟଙ୍କା

ନୂଆଦିଲ୍ଲୀ,୧୦।୪: ବଦଳିଗଲା ଟୋଲ୍ ପ୍ଲାଜା ନିୟମ । ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ(NHAI)  ଟୋଲ୍ ଆଦାୟ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଡିଜିଟାଲ୍ କରିବାକୁ ନିଷ୍ପତ୍ତି ନେଇଛି  । ଏହି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ସରକାରଙ୍କ ବଡ଼ ଘୋଷଣା: ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା

ଭୁବନେଶ୍ୱର,୧୦।୪: ଏଣିକି ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା। ପ୍ରଧାନମନ୍ତ୍ରୀ ରାହତ୍‌ ଯୋଜନା ମାଧ୍ୟମରେ ମାଗଣା ଚିକିତ୍ସା ମିଳିବ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲା SP,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri