ଓଡ଼ିଶାରେ ନିଅଣ୍ଟିଆ ବର୍ଷା ଚିନ୍ତା ବଢ଼ାଇଛି

ଭୁବନେଶ୍ୱର,୧୦ା୭(ଅନୁରାଧା ମହାରଣା): ମୌସୁମୀ ନିମ୍ନ ଚାପ ରେଖା ରବିବାର ରାଜସ୍ଥାନର ଜୈସେଲମେରରୁ ବାହାରି ଆଜମେର, ଶିବପୁରୀ, ସିଦ୍ଧି, ଡାଲଟାନଗଞ୍ଜ ଦେଇ ପଶ୍ଚିମବଙ୍ଗର ଶାନ୍ତିନିକେତନରୁ ପୂର୍ବଦିଗରେ ମଣିପୁର ପର୍ଯ୍ୟନ୍ତ ବାୟୁମଣ୍ଡଳର ୧.୫କିମି ଉଚ୍ଚତା ଯାଏଁ ସକ୍ରିୟ ରହିଛି। ଏଥିଯୋଗୁ ଉତ୍ତର ଓ ଉତ୍ତର-ପୂର୍ବ ଭାରତରେ ପ୍ରବଳ ବର୍ଷା ଜାରି ରହିଛି। କିନ୍ତୁ ଓଡ଼ିଶା ରହିଛି ନିଅଣ୍ଟିଆ ବର୍ଷା ସ୍ଥିତି। ଦେଶର ଗୋଟିଏ ଭାଗରେ ଜଳପ୍ରଳୟ ଦେଖିବାକୁ ମିଳୁଥିବାବେଳେ ସମାନ ସମୟରେ ଅନ୍ୟତ୍ର ବର୍ଷା ଅଭାବରୁ ତଳି ପୋଡ଼ିଗଲାଣି। ବିଳମ୍ବରେ ମୌସୁମୀ ଓଡ଼ିଶା ପ୍ରବେଶ କରିଥିବାବେଳେ ବର୍ତ୍ତମାନ ସୁଦ୍ଧା ଭଲ ବର୍ଷା ହୋଇନାହିଁ। ଫଳରେ ସାରା ରାଜ୍ୟରେ ବର୍ଷାକୁ ନେଇ ଉତ୍କଟ ସ୍ଥିତି ଉପୁଜିଛି। ଅଧିକାଂଶ ସ୍ଥାନରେ ଚାଷ ପ୍ରଭାବିତ ହୋଇଥିବା ବେଳେ ଅନ୍ୟ କିଛି ସ୍ଥାନରେ ଚାଷ କାମ ଆରମ୍ଭ ହୋଇପାରୁନାହିଁ। ୧୫ଟି ଜିଲାରେ ନିଅଣ୍ଟିଆ ବର୍ଷା ଓ ଗୋଟିଏ ଜିଲାରେ ଅତି ନିଅଣ୍ଟିଆ ବର୍ଷା ହୋଇଛି। ଏବେ ରାଜ୍ୟରେ ବର୍ଷା ଜାରି ରହିଥିଲେ ମଧ୍ୟ, ବିଶେଷ ପ୍ରଭାବ ନାହିଁ। ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ବର୍ଷା ହେବ ନାହିଁ ବୋଲି ସୂଚନା ମିଳିଛି। ଆସନ୍ତା ୧୯ ତାରିଖରେ କେନ୍ଦ୍ରୀୟ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଥିଲେ ମଧ୍ୟ ତାହା ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ମୁହଁାଇବ। ଫଳରେ
ଓଡ଼ିଶାରେ ବିଶେଷ ବର୍ଷା ହେବନି ବୋଲି ପାଣିପାଗ ବିଶେଷଜ୍ଞଙ୍କ ମତ ରହିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩.୫ ମିମି ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ବାଭାବିକ ବର୍ଷା ୯.୨ ମିମି ତୁଳନାରେ ୬୨ପ୍ରତିଶତ କମ୍‌ ରହିଛି। ଚଳିତ ମୌସୁମୀ ଋତୁରେ ୧ ଜୁନରୁ ୯ ଜୁଲାଇ ମଧ୍ୟରେ ମୋଟ ୨୨୦.୭ ମିମି ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ବାଭାବିକ ବର୍ଷା ୨୯୫ ମିମି ତୁଳନାରେ ୨୫ ପ୍ରତିଶତ କମ୍‌ ରହିଛି। ଏହି ଅବଧି ମଧ୍ୟରେ ଦେବଗଡ଼ ଜିଲାରେ ସର୍ବାଧିକ ୪୩୭.୩ ମିମି ବର୍ଷା ରେକର୍ଡ କରାଯାଇଛି। ଯାହା ସ୍ବାଭାବିକ ବର୍ଷା ୨୯୨.୫ ମିମି ତୁଳନାରେ ୫୦ ପ୍ରତିଶତ ଅଧିକ ରହିଛି। ସେହିପରି କଳାହାଣ୍ଡି ଜିଲାରେ ୧୨୩.୫ ମିମି ସହ ସବୁଠାରୁ କମ୍‌ ପ୍ରତିଶତ ବର୍ଷା ରେକର୍ଡ କରାଯାଇଛି। ଏହା ସ୍ବାଭାବିକ ବର୍ଷା ତୁଳନାରେ ୬୫ ପ୍ରତିଶତ କମ ରହିଛି। ଅନ୍ୟପଟେ ସୋମବାର ମାତ୍ର ୭ଟି ଜିଲାରେ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ସମ୍ପୃକ୍ତ ଜିଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସବୁ ଜିଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ଅନୁଗୋଳ,ଢ଼େଙ୍କାନାଳ ଓ କେନ୍ଦୁଝର ଜିଲା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ…

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri