ସାରା ରାଜ୍ୟରେ ଲଘୁଚାପ ବର୍ଷା

ଭୁବନେଶ୍ୱର, ୭।୯(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଓଡ଼ିଶା ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ୭.୬ କି.ମି. ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ଫଳରେ ସୋମବାର ସାରା ରାଜ୍ୟରେ ବର୍ଷା ହୋଇଥିବାବେଳେ ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଭବାନୀପାଟଣାରେ ସର୍ବାଧିକ ୬୦ମିମି ବର୍ଷା ରେକର୍ଡ କରାଯାଇଛି। ସେହିପରି ଛତ୍ରପୁରରେ ୪୨ ମିମି, ଗୋପାଳପୁର ଓ ତାଳଚେରରେ ୪୦, ନୟାଗଡ଼ ୨୫, ଦାରିଙ୍ଗବାଡ଼ି ଓ ପାରଳାଖେମୁଣ୍ଡିରେ ୨୦, ବଲାଙ୍ଗୀର ୧୪.୫, କୋରାପୁଟ, କେନ୍ଦୁଝରରେ ୧୪, ବାଲେଶ୍ୱର ୧୨, ଅନୁଗୋଳ ଓ ଭୁବନେଶ୍ୱରରେ ୧୦, ଟିଟିଲାଗଡ଼ ୯.୬, ସୋନପୁର ଓ ଚାନ୍ଦବାଲିରେ ୬, ରାୟଗଡ଼ା ୫.୬, ବାରିପଦାରେ ୪ ମିମି ବର୍ଷା ହୋଇଛି। ଲଘୁଚାପ ପଶ୍ଚିମ-ଦକ୍ଷିଣପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ବିଶେଷ କରି ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ଏଥିପାଇଁ ନୂଆପଡ଼ା, ନବରଙ୍ଗପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଏଥିସହ ବଙ୍ଗୋପସାଗରର ଉତ୍ତର ଉପକୂଳରେ ଘଣ୍ଟାପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବା ସହ ସମୁଦ୍ର ଅଶାନ୍ତ ରହିବ। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ଉପକୂଳବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର କୂଳରେ ରହୁଥିବା ମତ୍ସ୍ୟଜୀବୀଙ୍କୁ ଆସନ୍ତା ୪୮ ଘଣ୍ଟା ପାଇଁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। ସେପଟେ ୧୦ ତାରିଖରୁ ପୁଣି ରାଜ୍ୟରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏଥିପାଇଁ କୋରାପୁଟ, ମୟୂରଭଞ୍ଜ, ବାଲେଶ୍ୱର, କଳାହାଣ୍ଡି ଓ କନ୍ଧମାଳ ଜିଲାକୁ ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ୟେଲୋ ଓ୍ବାର୍ନିଂ ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶକ୍ତିଶାଳୀ ମଣିଷକୁ ଭିତରୁ ଭାଙ୍ଗିଦିଏ ଏହି ୫ଟି ଜିନିଷ, ଆଚାର୍ଯ୍ୟ ଚାଣକ୍ୟଙ୍କ ଠାରୁ ଜାଣନ୍ତୁ କିପରି ରହିବେ ସାବଧାନ

ମଣିଷ ଜୀବନରେ ଏମିତି ଅନେକ ପରିସ୍ଥିତି ଆସିଥାଏ, ଯାହା ଯୋଗୁଁ ତାକୁ ନିରାଶ ଏବଂ ହତାଶ ହେବାକୁ ପଡ଼ିଥାଏ। ଜୀବନର ଏହି କଠିନ ସମୟ ଏବଂ ସମସ୍ୟା…

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri