୬ରେ ଲଘୁଚାପ, ୭ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର, ୫।୯(ବ୍ୟୁରୋ): ଏବେ ରାଜ୍ୟରେ ଲଘୁଚାପଜନିତ ବର୍ଷା ଜାରି ରହିଛି। ଆସନ୍ତା ୬ ତାରିଖରେ ଉତ୍ତର ଓ ମଧ୍ୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ଉତ୍ତର ଓ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। ୫ ତାରିଖରେ କୋରାପୁଟ, ମାଲକାନଗିରି, ଜଗତ୍‌ସିଂହପୁର, ପୁରୀ ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ହେବ। ଏଥିସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେଉଁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ ଓ କନ୍ଧମାଳରେ ଝଡ଼ବର୍ଷା ସହିତ ବଜ୍ରପାତ ହେବ। ୬ ତାରିଖରେ କୋରାପୁଟ, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, କଳାହାଣ୍ଡିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହିପରି ମାଲକାନଗିରି, ରାୟଗଡ଼ା, ଜଗତ୍‌ସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବ। ୭ରୁ ୮ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି। ତେଣୁ ଏହି ତିନିଦିନ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର। ସେପଟେ ଶନିବାର ଭୁବନେଶ୍ୱରରେ ସର୍ବାଧିକ ୨୬.୨ମିମି ବର୍ଷା ରେକର୍ଡ କରାଯାଇଛି। ଏଥିସହ ଅନୁଗୋଳ, କଟକ, କୋରାପୁଟ, ନୟାଗଡ଼, ଦାରିଙ୍ଗବାଡ଼ି, ପାରଳାଖେମୁଣ୍ଡି, ରାୟଗଡ଼ାରେ ମଧ୍ୟ ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri