୬ରେ ଲଘୁଚାପ, ୭ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର, ୫।୯(ବ୍ୟୁରୋ): ଏବେ ରାଜ୍ୟରେ ଲଘୁଚାପଜନିତ ବର୍ଷା ଜାରି ରହିଛି। ଆସନ୍ତା ୬ ତାରିଖରେ ଉତ୍ତର ଓ ମଧ୍ୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ଉତ୍ତର ଓ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। ୫ ତାରିଖରେ କୋରାପୁଟ, ମାଲକାନଗିରି, ଜଗତ୍‌ସିଂହପୁର, ପୁରୀ ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ହେବ। ଏଥିସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେଉଁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ ଓ କନ୍ଧମାଳରେ ଝଡ଼ବର୍ଷା ସହିତ ବଜ୍ରପାତ ହେବ। ୬ ତାରିଖରେ କୋରାପୁଟ, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, କଳାହାଣ୍ଡିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହିପରି ମାଲକାନଗିରି, ରାୟଗଡ଼ା, ଜଗତ୍‌ସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବ। ୭ରୁ ୮ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି। ତେଣୁ ଏହି ତିନିଦିନ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର। ସେପଟେ ଶନିବାର ଭୁବନେଶ୍ୱରରେ ସର୍ବାଧିକ ୨୬.୨ମିମି ବର୍ଷା ରେକର୍ଡ କରାଯାଇଛି। ଏଥିସହ ଅନୁଗୋଳ, କଟକ, କୋରାପୁଟ, ନୟାଗଡ଼, ଦାରିଙ୍ଗବାଡ଼ି, ପାରଳାଖେମୁଣ୍ଡି, ରାୟଗଡ଼ାରେ ମଧ୍ୟ ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri