ହାଲକା ଶୀତ

ଭୁବନେଶ୍ୱର,୨୩।୧(ବ୍ୟୁରୋ): ରାଜ୍ୟରେ ହାଲକା ଶୀତ ପଡ଼ିଛି। ୧୭ ସହରରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ସେଲସିୟସ୍‌ ତଳେ ରହିଛି। ତେବେ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡ଼ାରେ ୮.୬ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପାଗ ଶୁଖିଳା ରହିବ। ନୟାଗଡ଼, ପୁରୀ, କୋରାପୁଟ, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ ଜିଲାର କେତେକ ସ୍ଥାନରେ ମଧ୍ୟମ ଧରଣର କୁହୁଡ଼ି ହେବା ସମ୍ଭାବନା ରହିଛି।