ବିଜୁଳି କାଟ୍‌: ଦୀପତଳ ଅନ୍ଧାର

ଭୁବନେଶ୍ବର, ୧୪ା୬(ସୁନୀତ୍‌ ମିଶ୍ର): ଓଡ଼ିଶାର କୋଇଲାରେ ଭାରତର ଅନେକ ରାଜ୍ୟରେ ବିଜୁଳି ଉତ୍ପାଦିତ ହୋଇଥାଏ। ହେଲେ ରାଜ୍ୟରେ ଦୀପତଳ ଅନ୍ଧାର ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଅଘୋଷିତ ବିଜୁଳି କାଟ ନେଇ ଧର୍ମେନ୍ଦ୍ର କହିଛନ୍ତି, ଓଡ଼ିଶାରେ କିଛିଦିନ ହେଲା ବିଚିତ୍ର କଥା ଦେଖିବାକୁ ମିଳୁଛି। ଶକ୍ତି ବିଭାଗ ଦାୟିତ୍ୱରେ ଥିବା ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ ଓ ବିଜେଡି ନେତାଙ୍କ ପରସ୍ପର ବିରୋଧୀ ବକ୍ତବ୍ୟ ଶୁଣିବାକୁ ମିଳୁଛି। ଏହା ରାଜ୍ୟ ସରକାରଙ୍କ ଶାସନଗତ ବିଫଳତାର ସବୁଠୁ ଚରମ ନିଦର୍ଶନ। ଯେମିତି ଦୀପ ତଳ ଅନ୍ଧାର, ସେମିତି ଓଡ଼ିଶାରେ ଏତେ ପରିମାଣରେ କୋଇଲା ଓ ଜଳବିଦ୍ୟୁତ୍‌ ପ୍ରକଳ୍ପ ଥିବା ସତ୍ତ୍ୱେ ଅବ୍ୟବସ୍ଥା ଏବଂ ରାଜ୍ୟ ସରକାରଙ୍କ ବିଫଳତା ଯୋଗୁ ଲୋକମାନେ ହଇରାଣ ହେଉଛନ୍ତି। ଶାସକ ଦଳର ନିର୍ବାଚିତ ପ୍ରତିନିଧିମାନେ ତାଙ୍କ କାମରେ ନାହାନ୍ତି। ଯେଉଁମାନେ ସମ୍ଭାଳିବା କଥା ସେମାନେ ପ୍ରଚାରଧର୍ମୀ କାମରେ ଲାଗିଛନ୍ତି। ମୁଖ୍ୟ ଶାସନ ସଚିବଙ୍କ ବକ୍ତବ୍ୟ ପ୍ରସଙ୍ଗରେ ଧର୍ମେନ୍ଦ୍ର କହିଛନ୍ତି, ଯଦି ଶାସନ ମୁଖ୍ୟ, ଶାସନ ବ୍ୟବସ୍ଥା ହୁଗୁଳିଗଲା ପରେ ଚଳିବନି ବୋଲି କହିବେ, ତେବେ କିଏ ଚଲାଇବ। ଶକ୍ତିମନ୍ତ୍ରୀ ବିତଣ୍ଡା ତର୍କ ବାଢ଼ିଛନ୍ତି। ମନ୍ତ୍ରୀ ଓ ସଚିବମାନଙ୍କ ବକ୍ତବ୍ୟରେ ତାଳମେଳ ନାହିଁ। ତେଣୁ ଏହା ଏକ ବିପର୍ଯ୍ୟସ୍ତ ପରିସ୍ଥିତି ଆଡ଼କୁ ଯାଉଛି। ବୟାନବାଜି ଏବଂ ସାଙ୍କେତିକ କାମରୁ ସରକାର ନିବୃତ୍ତ ହୋଇ ଗଭର୍ନାନ୍ସ କାମରେ ଲାଗନ୍ତୁ। ଯେଉଁ କମ୍ପାନୀକୁ ବିଜୁଳି ବିତରଣ ଦାୟିତ୍ୱ ଦେଇଛନ୍ତି, ତାଙ୍କ ସହ ଲୋକଙ୍କୁ ନିରନ୍ତର ବିଜୁଳି ବିତରଣ ହେବା ନେଇ ସରକାର ନିଶ୍ଚିତ ଭାବେ ଚୁକ୍ତି କରିଥିବେ। ତେଣୁ ଯେଉଁ ଚୁକ୍ତି କରାଯାଇଛି ତାକୁ କ୍ରିୟାନ୍ବୟନ କରାଯାଉ। ସାଧାରଣ ଜନତା ତଥା ବିଦ୍ୟୁତ୍‌ ଉପଭୋକ୍ତ ଶୁଳ୍କ ଦେଉଛନ୍ତି। ଏ ଖରା ଓ ଅସହ୍ୟ ଗୁଳୁଗୁଳି ବେଳେ ଅଭାବନୀୟ ପରିସ୍ଥିତି ହେଉଛି। ଶାସନରେ ଥିବା ବ୍ୟକ୍ତିମାନେ ଓଡ଼ିଆ ଲୋକଙ୍କୁ ସରଳ ଓ ବୋକା ବୋଲି ଭାବୁଛନ୍ତି, ଏହା ଗଣତନ୍ତ୍ର ପାଇଁ ଭଲ ଲକ୍ଷଣ ନୁହେଁ ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri